-+91-9937148622 |
prerana_bgr@rediffmail.com |
Sunday 20th September 2026 |
R.N.I. Regd No. ODIODI/2010/46693
Breaking News
14-Aug-2024
ବରଗଡ଼/ପଦ୍ମପୁର:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ପଦ୍ମପୁର ମହିଳା ଡ଼ିଗ୍ରୀମହାବିଦ୍ୟାଳୟ ପରିସର ମଧ୍ୟରେ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ସଭାପତିତ୍ବରେ ଆଜାଦୀ କି ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ପାଳିତ ହେଉଥିବା ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଵାଧୀନତା ପାଇଁ ନିଜ ଜୀବନ କୁ ଉତ୍ସର୍ଗ କରିଥିବା ମହାନ ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ମନେ ପକେଇବା ନିମନ୍ତେ ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ମାନେ ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ। ଏହି ଅବସରରେ ଏକ ରାଲି କଲେଜ ପରିସର ମଧ୍ୟରେ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସମସ୍ତ ଅଧ୍ୟାପକ ,ଅଧ୍ୟାପିକା ଓ କଲେଜର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।