-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଓଡ଼ିଆ କଥା ସାହିତ୍ୟରେ କିଶୋରୀଚରଣ ହେଉଛନ୍ତି ସଂଭ୍ରାନ୍ତ ସ୍ୱର କିଶୋରୀଚରଣ ଦାସ ଜନ୍ମଶତବାର୍ଷିକ ଆଲୋଚନାଚକ୍ର

19-Aug-2024



କଟକ(ପ୍ରେରଣା ଖବର)- ଓଡ଼ିଆ କଥାସାହିତ୍ୟରେ କଥାଶିଳ୍ପୀ କିଶୋରୀଚରଣଙ୍କ ସ୍ୱର ବେଶ୍ ପ୍ରଭାବଶାଳୀ। ସମ୍ଭ୍ରାନ୍ତପଣ ତାଙ୍କ କଥାସାହିତ୍ୟର ବିଶେଷତ୍ୱ। ମଧ୍ୟବିତ୍ତ ଓ ଉଚ୍ଚମଧ୍ୟବିତ୍ତ ଜୀବନର ସମସ୍ୟାକୁ ତାଙ୍କ ସାହିତ୍ୟ ଚିତ୍ରଣ କରି ଏ କ୍ଷେତ୍ରରେ ତାଙ୍କୁ ସ୍ୱତନ୍ତ୍ର ଆସନ ପ୍ରଦାନ କରିଛି ବୋଲି କଥାକାର କିଶୋରୀଚରଣ ଦାସଙ୍କ ଜନ୍ମଶତବାର୍ଷିକ ଆଲୋଚନା ଚକ୍ରରେ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି।
କେନ୍ଦ୍ର ସାହିତ୍ୟ ଅକାଦେମି ଓ ଉତ୍କଳ ସାହିତ୍ୟ ସମାଜର ମିଳିତ ସହଯୋଗରେ ସାରସ୍ୱତପୀଠ ଶତାବ୍ଦୀ ଭବନ, କଟକଠାରେ କଥାଶିଳ୍ପୀ କିଶୋରୀଚରଣ ଦାସଙ୍କ ଜନ୍ମଶତବାର୍ଷିକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନଚକ୍ରକୁ ବିଶିଷ୍ଟ କଥାଶିଳ୍ପୀ ପଦ୍ମଭୂଷଣ ଡକ୍ଟର ପ୍ରତିଭା ରାୟ ଉଦ୍ଘାଟନ କରି କହିଲେ, କିଶୋରୀଚରଣ ନିଜ ସାହିତ୍ୟରେ ହିଁ ବଞ୍ଚିଛନ୍ତି। କିଶୋରୀଚରଣଙ୍କ ସାହିତ୍ୟରେ ବୌଦ୍ଧିକତା ପାଠକକୁ ଖୁବ୍ ଛୁଇଁଥାଏ। ସାହିତ୍ୟ ଅକାଦେମି ସାଧାରଣ ପରିଷଦ ସଦସ୍ୟ ତଥା ବିଶିଷ୍ଟ ସାରସ୍ୱତ ସାଧକ ପ୍ରଫେସର ବିଜୟ କୁମାର ଶତପଥୀ ମୂଳଭାଷଣ ପ୍ରଦାନ କରିଥିଲେ। କିଶୋରୀଚରଣଙ୍କ ଜୀବନ ଓ ସୃଷ୍ଟି ସଂପଦର ସାମଗ୍ରିକ ଆକଳନକରି ସେ କହିଲେ ଯେ, ଏହି ପ୍ରଣମ୍ୟ ସ୍ରଷ୍ଟାଙ୍କ ସାହିତ୍ୟରେ ପ୍ରତିଫଳିତ ଜୀବନର ମହାମନ୍ତ୍ର ତଥା ମଣିଷ ମନର କଥା ଉତ୍ତରପିଢ଼ି ପାଇଁ ମହାଧନ ହୋଇରହିଛି। ସାହିତ୍ୟ ଅକାଦେମି ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ଆବାହକ ଡକ୍ଟର ଗୌରହରି ଦାସ ସଭାପତିତ୍ୱ କରି କହିଲେ ଯେ, କିଶୋରୀଚରଣଙ୍କ ସାହିତ୍ୟ ପାଠକକୁ ଆଚ୍ଛନ୍ନ କରି ରଖିଥାଏ।

ସେ ତରୁଣ ସ୍ରଷ୍ଟାଙ୍କ କୃତିକୁ ମଧ୍ୟ ଇଂରାଜୀରେ ଅନୁବାଦ କରି ନିଜର ଉତ୍ତରଦାୟିତ୍ୱ ନିର୍ବାହ କରିଥିଲେ। ଉତ୍କଳ ସାହିତ୍ୟ ସମାଜର ସଭାପତି ଡକ୍ଟର ଗୋବିନ୍ଦ ଚନ୍ଦ୍ର ଚାନ୍ଦ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲା ବେଳେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ସାହିତ୍ୟ ଅକାଦେମି, କୋଲକାତା କାର୍ଯ୍ୟାଳୟର ଭାରପ୍ରାପ୍ତ ଅଧିକାରୀ କ୍ଷେତ୍ରବାସୀ ନାଏକ। ଧନ୍ୟବାଦ ପ୍ରଦାନ କରିଥିଲେ ଉତ୍କଳ ସାହିତ୍ୟ ସମାଜର ସାଧାରଣ ସଂପାଦକ ଆଦିତ୍ୟ ପ୍ରତାପ ଧଳ ଓ ମଂଚ ଆମନ୍ତ୍ରଣ କରିଥିଲେ ପାଠାଗାର ସଂପାଦକ ବ୍ରହ୍ମାନନ୍ଦ ବିଶ୍ୱାଳ। ଆଲୋଚନା ଚକ୍ରର ପ୍ରଥମ ଅଧିବେଶନରେ ବିଶିଷ୍ଟ ସାମାଲୋଚକ ଡକ୍ଟର ବାବାଜୀ ଚରଣ ପଟ୍ଟନାୟକ ଓ ଦ୍ୱିତୀୟ ଅଧିବେଶନରେ ଡକ୍ଟର ଗିରୀଶ ସାହୁ ସଭାପତିତ୍ୱ କରିଥିଲା ବେଳେ ଚିରଶ୍ରୀ ଇନ୍ଦ୍ରସିଂହ, ଦେବବ୍ରତ ମଦନରାୟ, ଡକ୍ଟର ଗୁରୁଚରଣ ବେହେରା, ଡକ୍ଟର ଜ୍ଞାନୀ ଦେବାଶିଷ ମିଶ୍ର ଓ ଡକ୍ଟର ରବିନରାୟଣ ମହାରଣା ଆଲୋଚକ ଭାବରେ ଯୋଗଦେଇ କିଶୋରୀଚରଣଙ୍କ ସାରସ୍ୱତ କୃତିର ବିଭିନ୍ନ ଦିଗ ସଂପର୍କରେ ଆଲୋଚନା କରିଥିଲେ। ଉତ୍କଳ ସାହିତ୍ୟ ସମାଜର ଉପସଭାପତି ଜୀବନାନନ୍ଦ ଅଧିକାରୀ ଓ କୋଷାଧ୍ୟକ୍ଷ ଶିବାଶିଷ କର ଉତ୍ସବକୁ ସଂଯୋଜନା କରିଥିଲା। ଉତ୍କଳ ସାହିତ୍ୟ ସମାଜର ସଂଗଠନ ସଂପାଦକ ଡକ୍ଟର ସୁନାମଣି ରାଉତ, କାର୍ଯ୍ୟନିର୍ବାହିକା ସମିତି ସଭ୍ୟ ରାଧାଶ୍ୟାମ ରାଉଳ, ତପନ କୁମାର ସ୍ୱାଇଁ, ବିଜୟଲକ୍ଷ୍ମୀ ନାୟକ ଓ ବିଶିଷ୍ଟ ସାରସ୍ୱତ ସ୍ରଷ୍ଟାମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like