-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ଦୁଇଟି କୋଶଳୀ ପୁସ୍ତକ ଉନ୍ମୋଚିତ

20-Aug-2024



ବଲାଙ୍ଗୀର(ପ୍ରେରଣା ଖବର): ଗତ ୧୯ ତାରିଖ ରକ୍ଷାବନ୍ଧନ ଦିନ ସାମ୍ବାଦିକ ଭବନରେ ଜିଲ୍ଲା ଲେଖକ ପରିଷଦ ପକ୍ଷରୁ ବିଶିଷ୍ଟ କବି, ଗୀତିକାର, ନାଟ୍ଯକାର ଓ ଲେଖକ କୃଷ୍ଣଚନ୍ଦ୍ର ବାରିକଙ୍କର ଦୁଇଟି କୋଶଳୀ ପୁସ୍ତକ ଉନ୍ମୋଚିତ ହୋଇଯାଇଛି ।

ପରିଷଦର ସଭାପତି ମଳୟ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉନ୍ମୋଚନ ଉତ୍ସବରେ ସର୍ବପ୍ରଥମେ ଦିବଂଗତ କୋଶଳ ଗୌରବ ବିଶିଷ୍ଟ କବି ରାମଭକ୍ତ ଫରିକାର ଓ ସଦ୍ୟତମ କୋଶଳୀ କବି ତଥା ଗବେଷକ ନିମେଇଁ ଚରଣ ପାଣିଗ୍ରାହୀଙ୍କ ଅମରଆତ୍ମାର ସଦ୍ ଗତି ନିମନ୍ତେ ଦୁଇମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା । ବଲାଙ୍ଗୀର ନଗରପାଳ ଶ୍ରୀମତୀ ଲିକା ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ କୋଶଳୀ ନାଟକ ' ସଉତେନ୍

ଓ କୋଶଳୀ ଗଳ୍ପ ସଂକଳନ 'ନୀଏ' ପୁସ୍ତକଦୁଇଟିର ଶୁଭ ଉନ୍ମୋଚନ କରିଥିଲେ । ଅନ୍ୟାନ୍ୟ ନିମନ୍ତ୍ରିତ ଅତିଥି ଭାବରେ ନାଟ୍ଯଭୂଷଣ ଜଗଦାନନ୍ଦ ଛୁରିଆ ଯୋଗ ଦେଇ ନାଟକ ସମ୍ପର୍କରେ ନିଜର ସାରଗର୍ଭକ ଅଭିଭାଷଣ ରଖିଥିଲେ l ଅଧ୍ୟାପକ ନବୀନ ବିଶ୍ବବନ୍ଧୁ, ପରିଷଦର ଉପ-ସଭାପତି ତଥା ' ପଞ୍ଚମ ' ସାଂସ୍କୃତିକ ଅନୁଷ୍ଠାନର ପ୍ରତିଷ୍ଠାତା ମୁରଲୀଧାରୀ ପତି, ପରିଷଦର ସମ୍ପାଦକ କପିଳେଶ୍ବର ଖମାରୀ ଓ ଲେଖକ କୃଷ୍ଣଚନ୍ଦ୍ର ବାରିକ ପ୍ରମୁଖ ମଞ୍ଚାସୀନ ଥିଲେ । କବି ଓ ଅଧ୍ୟାପକ ସନ୍ଦୀପ କୁମାର କୁଅଁରଙ୍କ ସଂଯୋଜନାରେ ନିମନ୍ତିତ ଅତିଥି ଓ ବକ୍ତାମାନେ ଶ୍ରୀ ବାରିକଙ୍କର ଲେଖକୀୟ ଜୀବନ ଓ ସର୍ଜନାର ଆଲୋଚନାରେ ଭୂୟସୀ ପ୍ରଶଂସା କରିଥିଲେ । ଲେଖକ ଓ ତାଙ୍କର ପ୍ରକାଶିକା ପତ୍ନୀ କଣ୍ଠଶିଳ୍ପୀ ଉଷାରାଣୀ ବାରିକ ସେମାନଙ୍କର ଅଭିମତ ପ୍ରକାଶ କରିଥିଲେ । କବି ତଥା ନାଟ୍ୟ ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ବନଛୋର ଲେଖକଦମ୍ପତିଙ୍କର ଜୀବନ ଓ ସାରସ୍ବତ ସର୍ଜନା ସମ୍ପର୍କରେ ଏକ ସରସ ଆଲୋଚନା କରିଥିଲେ । କବୟତ୍ରୀ ସବିତା ମହରା ମଧ୍ୟ ଲେଖକଙ୍କ ନାଟକ ସମ୍ପର୍କରେ ଆଲୋଚନା କରିଥିଲେ । ସଭାପତି ତଥା ଗାଳ୍ପିକ ମଳୟ ମିଶ୍ର କହିଥିଲେ ଯେ, ସମସ୍ତଙ୍କର କାହାଣୀକୁ ଗଳ୍ପ କରିବାର କଳାକାରିଗରୀ ନଥାଏ ଓ ବନ୍ଧୁ କୃଷ୍ଣ ଚନ୍ଦ୍ର ବାରିକ ଏହି ପୁସ୍ତକଟିରେ କୋଶଳୀ କଥାନୀକୁ ଗଳ୍ପରେ ପରିଣତ କରିବାର ଦକ୍ଷତା ପ୍ରତିପାଦନ କରିଛନ୍ତି ଓ ସମ୍ଭବତଃ ଏଭଳି ଉତ୍ତରଣ ପ୍ରଥମ । ସେ ମଧ୍ୟ ଲେଖକଙ୍କ ସହ ତାଙ୍କର ଆବାଲ୍ଯରୁ ନିବିଡ ବନ୍ଧୁତା ତଥା ନାଟକୀୟ ସର୍ଜନା ସମ୍ପର୍କରେ ଆଲୋଚନା କରିଥିଲେ । କବି, ଗବେଷକ ଓ ଅଧ୍ୟାପକ ନବୀନ ବିଶ୍ବବନ୍ଧୁ ପୁସ୍ତକର ଏକ ସୁନ୍ଦର ତଥ୍ୟପୂର୍ଣ୍ଣ ସମୀକ୍ଷାତ୍ମକ ଆଲୋଚନା କରିଥିଲେ । ଅନ୍ୟତମ ଅତିଥି ଶ୍ରୀ ପତି  'ସଉତେନ୍' ନାଟକଟିକୁ ଫିଲ୍ମ କରିବାର ସୂଚନା ଦେଇଥିଲେ । ମୁଖ୍ୟଅତିଥି ଆମ ଭାଷା , ଗଳ୍ପ ବା ସାରସ୍ବତ ରଚନାରେ ସମାଜର ବିଭିନ୍ନ ଦିଗର ପ୍ରତିଫଳନ ସମାଜକୁ ଉତ୍ତମ ଦିଗ୍ ଦର୍ଶନ ଦେଇଥାଏ ବୋଲି ତାଙ୍କ ବକ୍ତବ୍ଯରେ ପ୍ରକାଶ କରିଥିଲେ । ସମ୍ପାଦକ ଶ୍ରୀ ଖମାରୀ ସମ୍ପାଦକୀୟ ବିବରଣୀ ପଠନ କରିଥିଲାବେଳେ ପରିଷଦର

କୋଷାଧ୍ୟକ୍ଷ ଅଜିତ କୁମାର ମହାନ୍ତି ପ୍ରାରମ୍ଭିକ ସ୍ବାଗତଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ପରିଷଦର ସହସମ୍ପାଦକ 'ପ୍ରେରଣା' ର ସମ୍ପାଦକ ଏଡଭୋକେଟ ରଘୁନନ୍ଦନ ସିଂହ,  ଶେଷରେ ଧନ୍ୟବାଦ ଦେଇଥିଲେ । ସହରର ମାନ୍ୟଗଣ୍ୟ ସାହିତ୍ୟପ୍ରେମୀ , କବି, କବୟତ୍ରୀ, ଲେଖକ ଲେଖିକା , ସାମ୍ବାଦିକ, ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତୀ ଓ ଅନୁରାଗୀ ବହୁଶ୍ରୋତା ଏହି ଉତ୍ସବରେ ଯୋଗଦେଇଥିଲେ । ଅସୁସ୍ଥତା ଯୋଗୁଁ ଅନ୍ୟତମ ସମ୍ମାନିତ ମୁଖ୍ୟବକ୍ତା ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁ ଆସିବାର ସମ୍ମତି ଦେଇଥିଲେ ହେଁ, ଆକସ୍ମିକ ଗୁରୁତର ହୋଇ ପଡିବାରୁ ଆସିପାରି ନଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like