-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ ପାଇଁ ପ୍ରସ୍ତୁତି ବୈଠକ :- ଜିଲ୍ଲାର ୬୫୬ ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ହେବେ ପୁରସ୍କୃତ

22-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସେପ୍ଟେମ୍ବର ୫ ତାରିଖ ତଥା ପବିତ୍ର ଗୁରୁ ଦିବସ ଅବସରରେ ରାଜ୍ୟ ସରକାରଙ୍କ ଆନୁକୂଲ୍ୟରେ ରାଜ୍ୟ ଓ ଜିଲ୍ଲାସ୍ତରରେ ପାଳନ କରାଯିବାକୁ ଥିବା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ' କାର୍ଯ୍ୟକ୍ରମ ସୁବର୍ଣ୍ଣପୁର ଜିଲ୍ଲାରେ ଆୟୋଜନ ଓ ପରିଚାଳନା କୁ ସୁବ୍ୟବସ୍ଥିତ ଭାବେ ସମ୍ପାଦନ କରିବା ନିମନ୍ତେ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପରିଷଦ ସଭାଗୃହରେ ଅନୁଷ୍ଠିତ ବୈଠକରେ କାର୍ଯ୍ୟକ୍ରମର ସଂଯୋଜକ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଅଧ୍ୟକ୍ଷ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ, ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ସଂପୃକ୍ତ ଶିକ୍ଷା ବିଭାଗୀୟ ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ
କରିଥିଲେ। ଚଳିତ ବର୍ଷ ନିମନ୍ତେ ପ୍ରଦାନ କରାଯାଉଥିବା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାରେ ସୁବର୍ଣ୍ଣପୁର ଜିଲ୍ଲାରେ ୬୫୬ ଜଣରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଏହି ପୁରସ୍କାର ପାଇବା ନିମନ୍ତେ ଯୋଗ୍ୟ ବିବେଚିତ ହୋଇଛନ୍ତି । ପୁନଶ୍ଚ ଏହି ପରିପ୍ରେକ୍ଷୀ ରେ ଜିଲ୍ଲାର ୨୭ ଜଣଙ୍କୁ ମୁଖ୍ୟମନ୍ତ୍ରୀ ଭାଷାବୃତ୍ତି ପୁରସ୍କାର ମଧ୍ୟ ପ୍ରଦାନ କରାଯିବ । ଜିଲ୍ଲାସ୍ତରରେ ଏହି ପୁରସ୍କାର ରାଶି ୧୦ ହଜାର ଟଙ୍କା, ବ୍ଲକ୍‌ସ୍ତରରେ ୫ ହଜାର ଓ ମେରିଟ୍ ସ୍କଲାରସିପ୍ ପାଇଁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମ ସମସ୍ତ ଜିଲ୍ଲା ସ୍ତରରେ ପୂର୍ବାହ୍ଣ ୧୦ ଟାରେ ଆରମ୍ଭ ହେବ ଏବଂ ମଧ୍ୟାହ୍ନ ୧୨ ଘଟିକାରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମକୁ ସମସ୍ତ ଜିଲ୍ଲାସ୍ତରରେ ପ୍ରସାରଣ କରାଯିବ। ଚଳିତ ବର୍ଷ ହାଇସ୍କୁଲ ପରୀକ୍ଷା ଫଳାଫଳ ଆଧାରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଓ ଓଡ଼ିଆ ଭାଷା ସାହିତ୍ୟରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ନମ୍ବର ରଖିଥିବା ପିଲାଙ୍କୁ ମୁଖ୍ୟମନ୍ତ୍ରୀ ଭାଷାବୃତ୍ତି ପୁରସ୍କାର ପ୍ରଦାନ କରାଯାଉଛି। ଏହି କାର୍ଯ୍ୟକ୍ରମର ସଫଳ ଆୟୋଜନ ନିମନ୍ତେ ସ୍ଥାନ ନିରୂପଣ, ଶାନ୍ତିଙ୍ଖଳାର ସହିତ ପରିଚାଳନା ତଥା ଶୁଙ୍ଖଳିତ ଗମନା ଗମନ ପାଇଁ ପୋଲିସ ପ୍ରଶାସନ ର ସହଯୋଗ, ଛାତ୍ର ଛାତ୍ରୀ ତଥା ଗାଇଡ଼ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଯିବା ଆସିବା ପାଇଁ ଆରଟିଓ ଙ୍କ ମାଧ୍ୟମ ରେ ଯାନ ଯୋଗାଣ, ଆବଶ୍ୟକ ଶୌଚାଳୟ ଓ  ପାନୀୟଜଳ ଆଦି ବ୍ୟବସ୍ଥା ସହ ଆନୁସଙ୍ଗିକ ବ୍ୟବସ୍ଥା ସମ୍ବନ୍ଧରେ ବିଚାର ବିମର୍ଷ କରାଯାଇ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ,ବ୍ୟବସ୍ଥିତ ତଥା ସୁଚାରୁରୂପେ ସମ୍ପାଦନ ପାଇଁ ଅଧ୍ୟକ୍ଷ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ମେହେର ବୈଠକରେ ଆବଶ୍ୟକ ପରାମର୍ଶ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like