-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ନୂଆପଡା ଜିଲ୍ଲାରେ ପ୍ରବାସୀ ଶ୍ରମିକଙ୍କ ଦୁଖଃର ଅନ୍ତ ଘଟାଇବାକୁ ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ନୂଆପଡ଼ା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

22-Aug-2024



ନୂଆପଡ଼ା  (ରାମନାଥ ପଣ୍ଡା)
ନୂଆପଡା ଜିଲ୍ଳାରୁ ପ୍ରବାସୀ ଶ୍ରମିକ ଚାଲାଣ ନିମନ୍ତେ ଅନେକ ସମାଲୋଚନା ଭିତରକୁ ଠେଲି ହୋଇଯାଉଥିଲା ଜିଲ୍ଲା । ବହୁ ସଂଖ୍ୟାରେ ନୂଆପଡ଼ା ଜିଲ୍ଲାରୁ ଅନ୍ୟ ରାଜ୍ୟକୁ ଶ୍ରମିକ ଭାବରେ ଯାଇ ନାହି ନଥିବା ଘଟଣାର ଶିକାର ହୋଇ ମୃତ ଅବା ଜୀବନ୍ତ ଅବସ୍ଥାରେ ଭିଟା ମାଟିକୁ ଫେରିବାର ଅତୀତ ସୂଚନା ପ୍ରଦାନ କରିଛି ।ଏହି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ନୂଆପଡା  ଜିଲ୍ଲାପାଳ ମଧୁସୂଦନ ଦାଶ ଜିଲ୍ଳା ଶ୍ରମ ଅଧିକାରୀ ରବିନ୍ଦ୍ର ବାର୍ଲାଙ୍କୁ ଜିଲ୍ଲାର ସମସ୍ତ  ଶ୍ରମିକ ମାନଙ୍କ ଏକ ଡାଟା ବେସ ତିଆରି କରିବାକୁ ନିର୍ଦ୍ଦେଶ କରିଛନ୍ତି l ଏଥିରେ ଜିଲ୍ଲାରେ କାମ ଖୋଜୁଥିବା ଏବଂ କାମ ଅନ୍ବେଷଣରେ ବାହାର ରାଜ୍ୟକୁ ଯିବାପାଇଁ ପ୍ରସ୍ତୁତ ହେଉଥିବା ସମସ୍ତ ଶ୍ରମିକ ମାନଙ୍କର ସମ୍ପୂର୍ଣ ବିବରଣୀ ରହିବ l ସେମାନଙ୍କ ନାମ, ପିତା କିମ୍ବା ସ୍ୱାମୀଙ୍କ ନାମ,ବୟସ, ଠିକଣା -ଗ୍ରାମ, ପଂଚାୟତ, ବ୍ଲକ, ଶିକ୍ଷାଗତ ଯୋଗ୍ୟତା, ମୋବାଇଲ ନମ୍ବର , ଲେବର କାର୍ଡ ନମ୍ବର, ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚତ କର୍ମନିଯୁକ୍ତି ଯୋଜନାର କାର୍ଡ ନମ୍ବର, ବର୍ତ୍ତମାନର ଜୀବିକା ସମ୍ବନ୍ଧରେ ସଠିକ ତଥ୍ୟ ରହିବ, ପଂଚାୟତରାଜ ସଂସ୍ଥା ସାହାଯ୍ୟରେ ଜିଲ୍ଲା ଶ୍ରମ ଅଧିକାରୀ ଏହାକୁ ପ୍ରସ୍ତୁତ କରିବେ l ଏହି କାମରେ ଜିଲ୍ଲାର ସମସ୍ତ ବିଡ଼ିଓ, ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀ, ପିଡି ଡୁଡା ସହଯୋଗ କରିବେ l ଏବେ ରାଜ୍ୟ ସରକାରଙ୍କ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ତରଫରୁ ଶ୍ରମିକ ମାନଙ୍କ ପାଇଁ  ବିଭିନ୍ନ ସହାୟତା ଯୋଜନା ଉପଲବ୍ଧ 
ଅଛି l ଯେପରିକି ମହିଳା ଶ୍ରମିକ ନିଜେ କିମ୍ବା ଝିଅର ବାହାଘର ପାଇଁ ପାଇବେ ୫୦ ହଜାର ଟଙ୍କା ସାହାଯ୍ୟ , ପ୍ରସୂତି କାଳୀନ ସହାୟତା ରାଶି ୧୦ ହଜାର ଟଙ୍କା, ବିଭିନ୍ନ ବର୍ଗରେ ପୁଅଝିଅଙ୍କ ପାଠପଢା ପାଇଁ ଖର୍ଚ୍ଚ ବାବଦକୁ ବାର୍ଷିକ ୨ ହଜାର ଟଙ୍କା ରୁ ୪୦ ହଜାର ଟଙ୍କା ସହାୟତା ପ୍ରଦାନ, ମୃତ୍ୟୁ ପରବର୍ତ୍ତୀ ସହାୟତା ୨ ଲକ୍ଷ ଟଙ୍କା, ଦୁର୍ଘଟଣା ଜନିତ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କା, ଅନ୍ତେଷ୍ଟିକ୍ରିୟା ପାଇଁ ୫ ହଜାର ଟଙ୍କା ର ସହାୟତା ଜିଲ୍ଲାରେ ତୁରନ୍ତ ଯୋଗାଇ ଦିଆଯିବାର ବ୍ୟବସ୍ଥା କରାଯିବ l ଏହା ସହିତ ପ୍ରବାସୀ ଶ୍ରମିକକୁ ଉତ୍ସାହିତ କରିବା ପାଇଁ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାକୁ ଆହୁରି ଲୋକାଭିମୁଖୀ କରି ସମସ୍ତ ଶ୍ରମିକ ପାଇଁ ନିଜ ଅଂଚଳରେ ରୋଜଗାର ଯୋଗାଇ ଦିଆଯିବ, ସେମାନଙ୍କ ଜୀବନ ଜୀବିକାରେ ସୁଧାର ଆଣିବା ପାଇଁ କୃଷି, ପଶୁପାଳନ, ମତ୍ସ୍ୟ ଚାଷ, ଉଦ୍ୟାନ ତଥା ପନିପରିବା ଚାଷ ଇତ୍ୟାଦି ଲାଇନ ଡିପାର୍ଟମେଣ୍ଟ ମାନଙ୍କ ସହାୟତା ନିଆଯିବ ତଥା ଶ୍ରମିକ ମାନଙ୍କ କୌଶଳର ବିକାଶ ସାଧନ କରାଯିବ l ଏହିଭଳି ଲକ୍ଷ୍ୟ ନେଇ ସାମୁହିକ ଭାବରେ ପ୍ରସ୍ତୁତି କଲେ ଆମେ ନୂଆପଡା ଜିଲ୍ଲାକୁ ଧୀରେ ଧୀରେ ପ୍ରବାସୀ ଶ୍ରମିକ ମୁକ୍ତ  ଜିଲ୍ଲାରେ ପରିଣତ କରି ପାରିବା ବୋଲି ଜିଲ୍ଲାପାଳ କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like