-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାର ପ୍ରଥମ ମହିଳା ମଞ୍ଚ କଳାକାର ଉପାସୀ ଦେବୀଙ୍କ ବିୟୋଗରେ ଶୋକସଭା - *ମହାନଦୀ ନାଟ୍ୟ ସମ୍ମାନ ଓ ନାଟ୍ୟଚକ୍ର ସମ୍ମାନରେ ସମ୍ମାନିତ ଥିଲେ ଉପାସୀ ଦେବୀ*

23-Aug-2024



(ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲାର ପ୍ରଥମ ମହିଳା ମଞ୍ଚ କଳାକାର, ସ୍ୱାସ୍ଥ୍ୟ ସେବିକା ଉପାସୀ ଦେବୀଙ୍କ ୯୩ ବର୍ଷ ବୟସରେ ପବିତ୍ର ଶ୍ରାବଣ ପୂର୍ଣ୍ଣିମା ଅପରାହ୍ନ ୪ଘଣ୍ଟା ୫୫ମିନିଟ ସମୟରେ ସ୍ଥାନୀୟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ବାର୍ଦ୍ଧକ୍ୟ ଜନିତ ବ୍ୟାଧିରେ ଚିକିତ୍ସା ହେଉଥିବା ସମୟରେ ମହାପ୍ରୟାଣ ଘଟିଛି । ସ୍ୱାସ୍ଥ୍ୟ ସେବିକା ଭାବେ ସହରର ପ୍ରତିଟି ଗଳି କନ୍ଦିରେ ସୁପରିଚିତ ଉପାସୀ ଦେବୀ ଗତ ଦୁଇ ଦଶନ୍ଧି ହେଲା ସରକାରୀ ସେବାରୁ ଅବସର ଗ୍ରହଣ କଲାପରେ ମଧ୍ୟ୍ୟ ଦୀର୍ଘ ଦିନଧରି ଜନସେବାରେ ବ୍ରତୀ ଥିଲେ । ସୁବର୍ଣ୍ଣପୁର ନାଟ୍ୟଧାରର ଅଗ୍ରଣୀ ବିନ୍ଧାଣୀ ମଞ୍ଚ ନିର୍ଦେଶକ ସ୍ବର୍ଗତଃ ଡାକ୍ତର ଯୁଧିଷ୍ଠିର ମହାପାତ୍ରଙ୍କ ନିର୍ଦ୍ଦେଶିତ ନାଟକ ଗୁଡିକରେ ୧୯୫୬- ୬୬ ମସିହାରେ ଉପାସୀ ଦେବୀ ମହିଳା କଳାକାର ଭାବେ ଅଭିନୟ କରି ସେ ସମୟରେ ଇତିହାସ ସୃଷ୍ଟି କରିବାରେ ସଫଳ ହୋଇପାରିଥିଲେ । ଉପାସୀ ଦେବୀଙ୍କ ଅଭିନୟରୁ ପ୍ରେରଣା ପାଇ ପରେ ଅନ୍ୟ ମହିଳା କଳାକାର ସୃଷ୍ଟି ହୋଇ ସୁବର୍ଣ୍ଣପୁର ମଞ୍ଚକଳାକୁ ରୁଦ୍ଧିମନ୍ତ କରିଥିଲେ । ନିଜର ଜୀବନ ବ୍ୟାପି ସାଧନା ପାଇଁ ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦ ଦ୍ୱାରା 'ମହାନଦୀ ନାଟ୍ୟ ସମ୍ମାନ ' ଏବଂ ନାଟ୍ୟଚକ୍ର ଅନୁଷ୍ଠାନ ଦ୍ଵାରା 'ନାଟ୍ୟଚକ୍ର ସମ୍ମାନ' ରେ ସମ୍ମାନିତ ହୋଇଥିଲେ ଉପାସୀ ଦେବୀ ।  ତାଙ୍କ ବିୟୋଗରେ ଆଜି ମହାନଦୀ ସାହିତ୍ୟ ସଂସଦ ସଭାଗୃହରେ ମହାନଦୀ ସାହିତ୍ୟ ସଂସଦର ସଭାପତି ଶ୍ୟାମାଓଁ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଏହି ଶୋକସଭାରେ ନାଟ୍ ଅନୁଷ୍ଠାନର କାର୍ଯ୍ୟକାରୀ ଅଧ୍ୟକ୍ଷ ସିନେ ଅଭିନେତା ପ୍ରଦ୍ୟୁମ୍ନ କୁମାର ସାହୁ, ଭୀମଭୋଇ କଳା ପରିଷଦର ସଂପାଦକ ସଂଗୀତ ନିର୍ଦ୍ଦେଶକ ଉମେଶ କୁମାର, ପଏଁରୀର ସଭାପତି ଲତୁ କିଶୋର ମଲ୍ଲିକ, ସଂପାଦକ ନୃତ୍ୟ ନିର୍ଦ୍ଦେଶକ ଚୌଧୂରୀ ବିଭାର , ନାଟ୍ୟଚ଼କ୍ରର ନିର୍ଦ୍ଦେଶକ ମନୋଜ କୁମାର ବାରିକ, ସଭ୍ୟ କବି ବିଘ୍ନରାଜ ପଣ୍ଡା ଏବଂ ବେଣୁଧର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସ୍ବର୍ଗତ ଉପାସୀ ଦେବୀଙ୍କ ଆତ୍ମାର ସଦଗତି ପାଇଁ ନୀରବ ପ୍ରାର୍ଥନା କରିବା ସହ ତାଙ୍କ ସ୍ମୃତିଚାରଣ କରିଥିଲେ । ମଞ୍ଚ ଅଭିନୟ କ୍ଷେତ୍ରରେ ଜଣେ ସାହସୀ ମହିଳା ଭାବେ ତଥା ସ୍ୱାସ୍ଥ୍ୟ ସେବିକା ଭାବେ ତାଙ୍କର ଅକୁଣ୍ଠ ସେବା ମନୋଭାବ ତାଙ୍କୁ ଚିରକାଳ ସ୍ମରଣୀୟ କରି ରଖିବ ବୋଲି ସଭାରେ ମତ ପ୍ରକାଶ ପାଇଥିଲା । ଶେଷରେ ମହାନଦୀ ସାହିତ୍ୟ ସଂସଦର ସାଧାରଣ ସଂପାଦକ କବି ସୌରଭ ରଂଜନ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like