-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବିଭାଗ ସ୍ତରୀୟ ଜ୍ଞାନ – ବିଜ୍ଞାନ ମେଳା -୨୦୨୪

25-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ସୋନପୁର ଠାରେ ବିଭାଗ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା–୨୦୨୪ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷା ବିକାଶ ସମିତି, ଓଡିଶାଙ୍କ ନିର୍ଦ୍ଦେଶ କ୍ରମେ  ସୁବର୍ଣ୍ଣପୁର ବିଭାଗ ଅନ୍ତର୍ଗତ ୨୧ ଟି ବିଦ୍ୟାଳୟ ରୁ ଅଂଶଗ୍ରହଣ କରିଥିବା ଏହି କାର୍ଯ୍ୟକ୍ରମକୁ ଟାଟା ପାୱାର ସୋନପୁର ଉପଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ବିବେକାନନ୍ଦ ଦୀକ୍ଷିତ ଉଦଘାଟନ କରି ବିଜ୍ଞାନର ଆବଶ୍ୟକତା ଓ ପ୍ରଭାବ ବିଷୟରେ ଶିଶୁମାନଙ୍କୁ ଉଦବୋଧନ ଦେଇଥିଲେ । ବିଦ୍ୟାଳୟର ସଭାପତି ଡଃ  ପୌଲସ୍ତି ସାହୁଙ୍କୁ  ଅଧ୍ୟକ୍ଷତାରେ ଉଭୟ ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାର ଜିଲ୍ଲାପ୍ରମୁଖ ମାନନୀୟ ଶ୍ରୀ ବିଭୁତି ଭୂଷଣ ଓତା ଓ ଶ୍ରୀ କାର୍ତ୍ତିକେଶ୍ଵର ବେହେରାଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ କାର୍ଯ୍ୟକ୍ରମଟି ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସୁବାସ ଚନ୍ଦ୍ର ମିଶ୍ରଙ୍କ ସଂଯୋଜନାରେ  ଏହି କାର୍ଯ୍ୟକ୍ରମ ଶିକ୍ଷା ବିକାଶ ସମିତି, ଓଡିଶା  ପ୍ରାନ୍ତ ବିଦ୍ୟା ମନ୍ଦିର ଶୈକ୍ଷିକ ସଂଯୋଜକ ଶ୍ରୀ ଆଶିଷ କୁମାର ରଥ ଓ ବିଭାଗ ନିରୀକ୍ଷକ ଶ୍ରୀ ମନୋରଞ୍ଜନ କର ଉପସ୍ଥିତ ରହି ପ୍ରତ୍ୟକ୍ଷ ମାର୍ଗଦର୍ଶନ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନା ପାଇଁ ୩୧ ଜଣ ପରିଚାଳକ ରୂପୀ ଆଚାର୍ଯ୍ୟ ,ଆଚାର୍ଯ୍ୟl ଯୋଗଦାନ କରିଥିଲେ । ୧୮୭ ଜଣ ଶିଶୁ ବୈଜ୍ଞାନିକଙ୍କୁ ନେଇ ଏଥିରେ ବିଭିନ୍ନ ବର୍ଗରେ ପ୍ରଶ୍ନମଞ୍ଚ, ପତ୍ର ବାଚନ, କଥା କଥନ, ଗଣିତ ଓ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନ, ଆଶୁଭାଷଣ, ମୂର୍ତ୍ତିକଳା, ଗୀତ, ଲୋକନୃତ୍ୟ ଆଦି ପ୍ରତିଯୋଗୀତା  ମାନ ଅନୁଷ୍ଠିତ ହୋଇଥିଲା । ସମାରୋପରେ ସମସ୍ତ କୃତି ପ୍ରତିଭାଗୀଙ୍କୁ ପୁରସ୍କାର ପ୍ରଦାନ କରଯାଇଥିଲା । ବିଦ୍ୟାଳୟରେ ସମସ୍ତ ଗୁରୁଜୀ ଗୁରୁମା ଓ ସେବକ ସେବିକାଙ୍କ ସହାୟତାରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା । ପରିଚାଳନା ସମିତିର ସଂପାଦକ ଶ୍ରୀ କୈଳାସ ଚାନ୍ଦ, ଯୁଗ୍ମ–ସଂପାଦକ ଶ୍ରୀ ଘନଶ୍ୟାମ ମିଶ୍ର , କୋଷାଧ୍ୟକ୍ଷ ଶ୍ରୀ ବନମାଳୀ ପଣ୍ଡା ପ୍ରମୁଖ ପ୍ରତ୍ୟକ୍ଷ ଭାବେ ଉପସ୍ଥିତ ରହି ଶିଶୁ ମାନଙ୍କୁ ଉତ୍ସାହ ପ୍ରଦାନ କରିଥିଲେ । ବିଭିନ୍ନ ସରକାରୀ ବିଦ୍ୟାଳୟର ଶିକ୍ଷକ ଗଣ ବିଚାରକ ଭାବେ ଯୋଗଦେଇ ପ୍ରତିଯୋଗୀତା ପ୍ରକଳ୍ପ ଗୁଡିକର ମୂଲ୍ୟାୟନ କରିଥିଲେ।  ଏ ସମସ୍ତଙ୍କୁ କୃତଜ୍ଞତା ଜଣାଇବା ସହ ଜିଲ୍ଲା ଶିକ୍ଷା ବିଭାଗକୁ ମଧ୍ୟ ବିଦ୍ୟାଳୟ ତରଫରୁ ଧନ୍ୟବାଦ ଜ୍ଞାପନ କରାଯାଇଛି । କାର୍ଯ୍ୟକ୍ରମ ଶେଷରେ କୋଷାଧ୍ୟକ୍ଷ ଶ୍ରୀ ବନମାଳୀ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like