-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||     

HOME   ରାଜ୍ୟ

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା : ପରିବାରରେ ୩-୪ ଜଣ ମହିଳା ଥିଲେ ବି ସମସ୍ତେ ପାଇବେ ସୁଭଦ୍ରା ଟଙ୍କା

27-Aug-2024



ଭୁବନେଶ୍ୱର (ବିଶ୍ୱରଞ୍ଜନ ବିଶ୍ଵାଳ): ସୁଭଦ୍ରା ଯୋଜନାକୁ ନେଇ ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା। ପରିବାରରେ କେବଳ ଜଣଙ୍କୁ ନୁହେଁ ସମସ୍ତ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ପୂର୍ବରୁ ଏହି ଯୋଜନାରେ ପରିବାରୁ କେବଳ ଜଣେ ସାମିଲ ହୋଇପାରିବେ ବୋଲି ଚର୍ଚ୍ଚା ହେଉଥିଲା। ଯାହାକୁ ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବିଧାନସଭାରେ କହିଛନ୍ତି କି ପରିବାରରେ ଏକାଧିକ ମହିଳା ଥିଲେ ବି ସମସ୍ତେ ସୁଭଦ୍ରା ଯୋଜନାର ଲାଭ ପାଇପାରିବେ।

ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ପରିବାରରେ ୩ ଜଣ ବା ୪ ଜଣ ମହିଳା ଥାଆନ୍ତୁ। ଯଦି ସେମାନେ ସୁଭଦ୍ରା ଯୋଜନାରେ ସାମିଲ ହେବାର ଯେଉଁ ମାନଦଣ୍ଡ ରହିଛି ତାହା ପୂରଣ କରୁଥିବେ ତେବେ ସେମାନେ ସୁଭଦ୍ରା ଟଙ୍କା ପାଇବେ। ଏଥି ସହିତ ବିଧବା ଭତ୍ତା ପାଇଥିବା ମହିଳା ବା ଛାତ୍ରବୃତ୍ତି ପାଉଥିବା ଝିଅ ବି ଟଙ୍କା ପାଇବେ।
   ସୂଚନାଯୋଗ୍ୟ ‘ସୁଭଦ୍ରା’ ଯୋଜନାକୁ ନେଇ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ଗାଇଡଲାଇନ ଅନୁସାରେ ଯୋଜନାରେ ସାମିଲ ହେବାକୁ ହେଲେ ହିତାଧିକାରୀ ଓଡ଼ିଶାର ବାସିନ୍ଦା ହୋଇଥିବା ଦରକାର । ହିତାଧିକାରୀଙ୍କ ବୟସ ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଅର୍ଥାତ ୨୧ ବର୍ଷରୁ କମ ଓ ୬୦ ବର୍ଷରୁ ଅଧିକ ବର୍ଷର ମହିଳା ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ ।

ସେହିପରି ଗାଇଡଲାଇନ୍ ଅନୁସାରେ ଆଧାର କାର୍ଡରେ ଥିବା ଜନ୍ମ ତାରିଖକୁ ବୟସର ମାପକାଠି ଭାବେ ଗ୍ରହଣ କରାଯିବ । ସେହିପରି ହିତାଧିକାରୀଙ୍କ ବୟସ ୨୦୨୪ ଜୁଲାଇ ୧ ତାରିଖ ସୁଦ୍ଧା ୨୧ ବର୍ଷ ହୋଇଥିବା ଆବଶ୍ୟକ । ଅଫଲାଇନ୍ ଓ ଅନଲାଇନ୍ ମାଧ୍ୟମରେ ଆବେଦନ କରିପାରିବେ । କାର୍ଯ୍ୟକାରିତାକୁ ତଦାରଖ ପାଇଁ ଗଠନ କରାଯିବ କମିଟି। ମୁଖ୍ୟ ସଚିବ କମିଟି ଅଧ୍ୟକ୍ଷ ଓ ଉନ୍ନୟନ କମିଶନର ଉପାଧ୍ୟକ୍ଷ ରହିବେ । ଜିଲ୍ଲାସ୍ତରରେ ଓ ବ୍ଲକ ସ୍ତରରେ ତଦାରଖ କମିଟି ଗଠନ କରାଯିବ । ସହରାଞ୍ଚଳସ୍ତରୀୟ ଯାଞ୍ଚ କମିଟି ମଧ୍ୟ ଗଠନ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026

You Might Also Like