-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ସୁରେଶ କୁମାର ମୁଣ୍ଡଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

27-Aug-2024



ବୋଡ଼େନ (ରାମନାଥ ପଣ୍ଡା)ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ତରାପୁର ପ୍ରାଥମିକ  ବିଦ୍ୟାଳୟର ଶିକ୍ଷକ ସୁରେଶ କୁମାର ମୁଣ୍ଡଙ୍କୁ ଆଜି ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଜଣାଇଥିଲେ କ୍ଲଷ୍ଟରର ସମସ୍ତ ଶିକ୍ଷକ । ତରାପୁର ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଅଙ୍କନ ସିଂ ମାଝୀଙ୍କ ସଭାପତିତ୍ବରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି  ରୂପେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ରେଶ୍ବର ମେହେର ଅଳଙ୍କୃତ ଥିବାବେଳେ ମୁଖ୍ୟ ବକ୍ତା ଭାବରେ ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଇନ୍ଦ୍ର ମଣି ପାଣିଗ୍ରାହୀ,ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନେପାଲ ଚନ୍ଦ୍ର ଦେ,ଅବସର ପ୍ରାପ୍ତ ଦ୍ୱାର୍ଶନି ହାଇ ସ୍କୁଲ ପ୍ରଧାନ ଶିକ୍ଷକ ସତ୍ୟ ପିର ପଣ୍ଡା,ସି ଆର୍ ସି ସି ସଂଯୋଗ କୁମାର ବାଗ, ଶିକ୍ଷକ ସୁରେଶ କୁମାର ମୁଣ୍ଡ, ବିବେକା ନନ୍ଦ ମହାନ୍ତି ପ୍ରମୁଖ ମଞ୍ଚାସିନ ଥିଲେ ।ମଞ୍ଚ ପରିଚାଳନା କରିଥିଲେ ଅଶୋକ କୁମାର ବାରିକ ଏବଂ ବରିଷ୍ଠ ଶିକ୍ଷକ ଶୁଭେନ୍ଦୁ କୁମାର ଯୋଶୀ ସ୍ମୃତିଚାରଣ କରିଥିଲେ । ସୁରେଶ କୁମାର ମୁଣ୍ଡ ଶିକ୍ଷକତା ଜୀବନ ଆରମ୍ଭ କରିଥିଲେ ତା ୧୨-୧୨-୨୦୦୩ ମସିହାରେ ।୨୦୧୦ ବର୍ଷରୁ ୨୦୧୭ ପର୍ଯ୍ୟନ୍ତ ଏବଂ ୨୦୨୧ ବର୍ଷରୁ ୨୦୨୩ ପର୍ଯ୍ୟନ୍ତ ତାଙ୍କ ଜୀବନରେ ପ୍ରଧାନ ଶିକ୍ଷକ ଦାୟୀତ୍ୱ ମଧ୍ୟ ନିର୍ବାହ କରିଥିଲେ ।ଆସନ୍ତା ୩୧-୦୮-୨୦୨୪ ତାରିଖ ଦିନ ଅବସର ଗ୍ରହଣ କରିବେ ।ସୁରେଶ କୁମାର ମୁଣ୍ଡଙ୍କ ସହନଶୀଳତା,ସାଧୁତା, ସଚ୍ଚୋଟତା,ଶୃଙ୍ଖଳା, ସମୟା ନୁବର୍ତ୍ତିତା,ନିରପେକ୍ଷତା,ସହାନୁଭୂତି ,ଶାସନ ପଦ୍ଧତି, ମିଷ୍ଠଭାଷୀ ଶିକ୍ଷାଦାନ ତଥା ଅନୁଶାସନ ଅନେକ ଛାତ୍ର ଛାତ୍ରୀଙ୍କ ଜୀବନରେ ଭଲ ପ୍ରଭାବ ପକାଇ ପାରିଛି ।ସମ୍ବର୍ଦ୍ଧନା ଜଣାଇବାକୁ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ ଓ ଶିକ୍ଷୟତ୍ରୀ ଆଜି ଉପସ୍ଥିତ ରହି ସୁରେଶ ମୁଣ୍ଡଙ୍କ ଆଗାମୀ ଦିନ ଗୁଡ଼ିକ ଖୁସିରେ ବିତିବାକୁ କାମନା କରିବା ସହ ଭଗବାନଙ୍କ ପାଖରେ ପ୍ରାର୍ଥନା  କରିଛନ୍ତି ।ବିଦ୍ୟାଳୟର ଛାତ୍ର ଛାତ୍ରୀ ଏବଂ ଶିକ୍ଷକ ଷ୍ଟାଫ ମୁଣ୍ଡ ମହୋଦୟଙ୍କ ଶୁଭ ଚିନ୍ତା କରିଛନ୍ତି ।ବାସ୍ତବରେ  ଶ୍ରୀଯୁକ୍ତ ମୁଣ୍ଡଙ୍କ ସମ୍ବର୍ଦ୍ଧନା ଲାଗୁଥିଲା ଯେମିତି ଏହା ତାଙ୍କ ଚାକିରି ଜୀବନର ଶ୍ରେଷ୍ଠ ଦିନ ଭଳି ।ସମ୍ବର୍ଦ୍ଧନା ଜଣାଇବା ପାଇଁ କମିଟି ସଦସ୍ୟ ବିରଞ୍ଚି ନାରାୟଣ ଯୋଶୀ ,ପଞ୍ଚାନନ ବରାସ, ତୁଲାରାମ ନାଗ,ଉଦ୍ଧବ ନାଗ,ଉପସ୍ଥିତ ଥିଲେ ।ସମସ୍ତ କାର୍ଯ୍ୟକ୍ରମରେ ଶିକ୍ଷକ ଧୀରେନ୍ଦ୍ର ନାଥ ରଥ,ସିଆର ସି ସି ଅମର ସିଂ ଭୋଇ,ଶିକ୍ଷକ ମାଧବ ବାଗ ସହଯୋଗ କରିଥିଲେ ।ସମସ୍ତ କଳାର ଅଧିକାରୀ ଶିକ୍ଷକ ଶୁହାଗ ଶୁଭମ ଯୋଶୀ ବିଭିନ୍ନ ଅଳଙ୍କାର ଓ ଉପମା ପ୍ରୟୋଗ କରି ଧନ୍ୟ ବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like