-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଜନ୍ମାଷ୍ଟମୀ ଓ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୬ତମ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ* ,

28-Aug-2024



କନ୍ଧମାଳ / ତୁମୁଡିବନ୍ଧ  ( କ୍ଷୀରୋଦ କୁମାର ସାହାଶୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର  
ଜଲେଶପଟ୍ଟା  ସଂସ୍କୃତ ଆଶ୍ରମ ପରିସର ମଧ୍ୟରେ ପବିତ୍ର ଜନ୍ମାଷ୍ଟମୀ ରେ ସ୍ବର୍ଗତ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୬ ତମ ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି ।  ପ୍ରାତଃକାଳରେ ଆଶ୍ରମର ଅନ୍ତେବାସୀ ମାନେ ସୂର୍ଯ୍ୟ ପୂଜା ଓ ତିଳ ତର୍ପଣ କରି ରାହୁଳ ନଦୀ ଜଳେଶ୍ବର ମନ୍ଦିର ନିକଟରୁ ପବିତ୍ର ଜଳ ଆଣି ସ୍ୱାମୀଜୀ ଙ୍କ ପ୍ରତି ମୃତି ପର୍ଯ୍ୟନ୍ତ କଳସ ଯାତ୍ରା ରେ ଆସିଥିଲେ । ଏହା ପରେ ସ୍ବାମୀଜୀ ପୂର୍ବରୁ  ବସ ବାସ କରୁଥିବା କକ୍ଷ ମଧ୍ୟରେ ପୂଜାର୍ଚ୍ଚନା କରିଥିଲେ। ପ୍ରଥମେ ଗୋ ପୂଜା, ସୂର୍ଯ୍ୟ ପୂଜା, ଗୀତା ପାଠ, ନାମ ସଂକୀର୍ତ୍ତନ ଓ ହୋମ  ଜାଗଯଜ୍ଞ ଅନୁଷ୍ଠିତ ହୋଇଥିଲା  |  ସ୍ୱାମୀଜୀ ବ୍ୟବହାର କରୁଥିବା କଠଉ, ବଙ୍କୁଲି ବାଡି , ଢାଳ ସମେତ ନିତ୍ୟ ବ୍ୟବହୃତ ସାମଗ୍ରୀ ଓ ବିଭିନ୍ନ ପ୍ରକାରର ପୁସ୍ତକ ଗୁଡିକୁ ଫୁଲ ଚନ୍ଦନ ଦେଇ ପୂଜାର୍ଚ୍ଚନା କରିଥିଲେ। ଏହି ଅବସରରେ ଓଡ଼ିଶାର ମାନ୍ୟବର ପଞ୍ଚାୟତରାଜ୍, ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବିନାରାୟଣ ନାୟକ ଏବଂ ମାନ୍ୟବର ଉଚ୍ଚ ଶିକ୍ଷା, କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସ୍ୱାମୀଜୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ। ପରେ ସ୍ବର୍ଗତ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଙ୍କ ଶ୍ରଦ୍ଧାଞ୍ଜଳି ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ଓଡ଼ିଶାର ପଞ୍ଚାୟତରାଜ୍, ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବିନାରାୟଣ ନାୟକ, ଉଚ୍ଚ ଶିକ୍ଷା, କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ,କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାକାନ୍ତ ମଲିକ, ଜଲେଶପଟ୍ଟା ଆଶ୍ରମ ପରିଚାଳକ ସ୍ୱାମୀ ଜୀବନ ମୁକ୍ତାନନ୍ଦ ପୁରୀ, ସମ୍ପାଦିକା ସଂଧ୍ୟାରଣୀ ପାଣିଗ୍ରାହୀ, କୋଟଗଡ଼ ସ୍ଥିତ ଆଶାରାମ ବାପୁ ଆଶ୍ରମ ପରିଚାଳକ ଯୋଗିରାଜ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ। ଏହି ମଞ୍ଚରୁ ସ୍ବାମୀ ମୁକ୍ତା ନନ୍ଦ ପୁରୀ ମହାରାଜ କହିଥିଲେ ରାଜ୍ୟ ସରକାର ଏହି ମାମଲାର ପୁନଃ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ତାହା ସ୍ଵାଗତ ଯୋଗ୍ୟ ଖୁବ ଶିଘ୍ର ପାଣିଗ୍ରାହୀ କମିଶନ ଓ ନାଇଡୁ କମିଶନ ସାର୍ବଜନୀନ କରିବାକୁ ଦାବୀ କରିଛନ୍ତି। ଏହା ସହ କନ୍ଧମାଳ ଜିଲ୍ଲାରେ ବସବାସ କରୁଥିବା ବନବାସୀ ମାନଙ୍କୁ ସ୍ଵବାବଲମ୍ବି କରିବା ପାଇଁ ବିଭିନ୍ନ ଯୋଜନା କରିବାକୁ କହିଛନ୍ତି। ମନ୍ତ୍ରୀ ଦ୍ବୟ ପ୍ରତିଶୃତି ଦେଇ କହିଛନ୍ତି ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ସ୍ବପ୍ନଥିଲା ,ବନବାସୀ ମାନଙ୍କୁ ଉର୍ନ୍ନତ ମାନର ଚାଷ ବାସ କରି ସ୍ବାବଲମ୍ବୀ ଓ ଉତ୍ତମ ଗୃହିଣୀ ନିର୍ମାଣ କରିବା ଲକ୍ଷ୍ୟକୁ ପୂରଣ କରାଯିବ। ସ୍ବାମୀଜୀ ଙ୍କ ବଳିଦାନ ବ୍ୟର୍ଥ ଜୀବାକୁ ଦିଆଯିବ ନାହିଁ ବୋଲି କହିଥିଲେ । ଏହି କାର୍ଯ୍ୟ କ୍ରମରେ କନ୍ଧମାଳ ବିଜେପି ଜିଲ୍ଲା ସଭାପତି  ଶ୍ରୀ ଜଗନ୍ନାଥ ସାହୁ,  ବରିଷ୍ଠ ଆଇନଜୀବୀ ଶ୍ରୀ ଭଗବାନ ମହାନ୍ତି, ମାନ ଗୋବିନ୍ଦ ପ୍ରଧାନ, ଅନ୍ତର୍ଯ୍ୟାମୀ ବେହେରା,ପ୍ରକାଶ ସୁବୁଦ୍ଧି, ରାଜ କିଶୋର ପାଢ଼ୀ ହୀରଲାଲ ପ୍ରଧାନ, ପ୍ରକାଶ କୁମାର ସାହୁ, ମୁରଲୀଧର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଶାନ୍ତି ଶୃଙ୍ଖଳା ନିୟନ୍ତ୍ରଣ ପାଇଁ କନ୍ଧମାଳ ଜିଲ୍ଲାପାଳ ଅମୃତ ଋତୁରାଜ,ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ ପାତ୍ର, ବାଲିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାହୁଲ ଗୋଏଲ, ତୁମୁଡିବନ୍ଧ ଥାନା ଅଧିକାରୀ ଆଶୁତୋଷ ଜେନା ଉପସ୍ଥିତ ଥିଲେ। ଅପ୍ରୀତିକର ପରିସ୍ଥିତି କୁ ଏଡ଼ାଇବା ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା । ସଭା କାର୍ଯ୍ୟ ସମାପ୍ତ ହେବା ପରେ  ମାନ୍ୟବର  ମନ୍ତ୍ରୀ ମହୋଦୟଙ୍କୁ ଅନ୍ତେବାସିନୀ ଛାତ୍ରୀ ମାନେ ଓ ଅନ୍ତେବାସୀ ମାନେ ରାଖୀ ବାନ୍ଧିଥିଲେ। ୨୦୦୮ ମସିହା ପବିତ୍ର ଜନ୍ମାଷ୍ଟମୀ ତିଥିରେ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ଙ୍କୁ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ଅନ୍ତର୍ଗତ ଜଲେଶପଟ୍ଟା ସ୍ଥିତ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ଶଙ୍କରାଚାର୍ଯ୍ୟ ସଂସ୍କୃତ କନ୍ୟାଶ୍ରମ ପରିସର ମଧ୍ୟରେ କିଛି ଅତତାୟୀ ସ୍ୱାମୀଜୀ ଙ୍କୁ ଗୁଳି କରି ହତ୍ୟା କରିଥିଲେ। ସେହି ଦିନଠାରୁ ପ୍ରତି ବର୍ଷ ଜନ୍ମାଷ୍ଟମୀ ତିଥିରେ ଜଲେଶପଟ୍ଟା ଆଶ୍ରମରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଉଦେଶ୍ୟରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଆସୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like