-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ରାଇରଙ୍ଗପୁର ରେ ୬୪ତମ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

31-Aug-2024



ରାଇରଙ୍ଗପୁର: ବିକଶିତ ଭାରତ ପାଇଁ ସହରାଞ୍ଚଳର ବିକାଶ ଯେମିତି ଏକ ଅବିଚ୍ଛେଦ୍ୟ ଅଙ୍ଗ,  ଗଣତାନ୍ତ୍ରିକ ଶାସନ ପଦ୍ଧତି ରେ  ସ୍ୱାୟତ୍ତ ଶାସନ ବ୍ୟବସ୍ଥା ହେଉଛି କ୍ଷମତା ବିକେନ୍ଦ୍ରୀକରଣର ଏକ ଅଭିନ୍ନ ସୋପାନ l 
ରାଇରଙ୍ଗପୁର ରେ  ସହରାଞ୍ଚଳ ବିକାଶକୁ ତରାନ୍ୱିତ କରିବା ଲକ୍ଷ୍ୟ ନେଇ ଆଜି ରାଇରଙ୍ଗପୁର ପୌରପାଳିକା ତରଫରୁ ୬୪ତମ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ-୨୦୨୪ ମହାସମାରୋହ ରେ ପାଳିତ ହୋଇଯାଇଛି l 
ଏହି ଅବସରରେ ସକାଳ ୭ ଘଟିକା ସମୟରେ ପୌରପାଳିକା କାର୍ଯ୍ୟାଳୟ ପରିସରରେ ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ପିତାମ୍ବର ନାୟକ , ଉପାଧ୍ୟକ୍ଷା ଶ୍ରୀମତୀ ମମିତା ଚୌଧୁରୀ ଓ ଅନ୍ୟାନ୍ୟ ପାରିଷଦ ବୃନ୍ଦ ଏବଂ କର୍ମଚାରୀ ଙ୍କ ଉପସ୍ଥିତି ରେ ପୌରପାଳିକା ଅଧ୍ୟକ୍ଷ ଶ୍ରୀ ଅଭିଷେକ ପଟ୍ଟନାୟକଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯାଇ ସମବେତ ଜାତୀୟ ସଂଗୀତ ଗାନ କରାଯାଇଥିଲା l  ଏହାପରେ ସହରର ବିଭିନ୍ନ ସ୍ଥାନରେ ଅବସ୍ଥାପିତ ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ ପୂର୍ବକ ସାମୁହିକ ମାଲ୍ୟାର୍ପଣ କରାଯାଇଥିଲା l  ଏହି ଉପଲକ୍ଷେ କଚେରୀ ପଡିଆ ଠାରେ ଆୟୋଜିତ ସମାରୋହ ଉତ୍ସବ ରେ ବିଭିନ୍ନ ବିଦ୍ୟାଳୟ ର ଛାତ୍ରଛାତ୍ରୀଙ୍କ ଦ୍ୱାରା ଅନୁଷ୍ଠିତ ସାମୁହିକ ପ୍ୟାରେଡ ରେ ମୟୁରଭଞ୍ଜ ର ମାନ୍ୟବର ଲୋକସଭା ସାଂସଦ ଶ୍ରୀଯୁକ୍ତ ନବ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ମିଳିତ ପ୍ୟାରେଡ ରେ ଅଭିବାଦନ ଗ୍ରହଣ କରିଥିଲେ  l ପୂର୍ବାହ୍ନ ୧୧ ଘଟିକା ସମୟରେ ଆଭାସୀ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ କରକମଳରେ  ପୁନଃ ନବୀକରଣ ହୋଇଥିବା ମହତାବ ଭବନ ଏବଂ ବଡବନ୍ଧ ଠାରେ ନୂତନ ନୌବିହାର ପ୍ରକଳ୍ପ  ଜନସାଧାରଣ ଙ୍କ ଉଦେଶ୍ୟ ରେ ଲୋକାର୍ପିତ ହୋଇଥିଲା l ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହେଲା ପରେ  ଦିବସର ମୁଖ୍ୟ ଅତିଥି, ଅଧ୍ୟକ୍ଷ, ଉପାଧ୍ୟକ୍ଷା, ଅନ୍ୟାନ୍ୟ ପାରିଷଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଅନ୍ୟ ମାନଙ୍କ ସହିତ ମହତାବ ଭବନ ପରିଦର୍ଶନ କରିବା ସହିତ  ବଡ଼ବନ୍ଧ ରେ ନୌକା ବିହାର  କରିଥିଲେ l  ଅପରାହ୍ନ ରେ ମହତାବ ଭବନ ଠାରେ  କୌତୁକ ପୋଷାକ ଓ ନୃତ୍ୟ ପ୍ରତିଯୋଗିତା ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀ ଓ ଏହି ଦିବସ ପାଳନ ପରିପ୍ରେକ୍ଷୀରେ ଅନୁଷ୍ଠିତ ହୋଇଥିବା ବିଦ୍ୟାଳୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ର କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l 
ଅନ୍ୟାନ୍ୟ କାର୍ଯ୍ୟକ୍ରମ ମଧ୍ୟରେ ଉପଖଣ୍ଡ ଚିକିତ୍ସାଳୟ ରୋଗୀ ଏବଂ ଉପକାରାଗାର ଅନ୍ତେବାସୀ ମାନଙ୍କୁ ପୌରପାଳିକା ତରଫରୁ ଫଳ ବଣ୍ଟନ କରାଯାଇଥିଲା l  ପ୍ରତ୍ୟୁଷ ରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ରାଇରଙ୍ଗପୁର ସହରାଞ୍ଚଳ ରେ ଡାକବାଜି ଯନ୍ତ୍ର ଯୋଗେ ରାମଧୂନ ପରିବେଷଣ କରାଯାଇଥିଲା l 
ଆଜିର ଏହି ଦିବସ ବ୍ୟାପି  କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ରାଇରଙ୍ଗପୁର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ,  ବିକାଶ ରଞ୍ଜନ ମହାନ୍ତି, ଶିକ୍ଷକ ରଞ୍ଜନ କୁମାର ନନ୍ଦ, ଅବସର ପ୍ରାପ୍ତ ଶିକ୍ଷକ ଦିଲୀପ କୁମାର ମହାନ୍ତି ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଓ  ଗଣମାଧ୍ୟମ ର ପ୍ରତିନିଧି ମାନେ ଉପସ୍ଥିତ ଥିଲେ ଓ କାର୍ଯ୍ୟକ୍ରମ ସୁପରିଚାଳନା ରେ ପୌରପାଳିକା ର ସମସ୍ତ କର୍ମଚାରୀ ତଥା କର୍ମକର୍ତ୍ତା ମାନେ ସହଯୋଗ କରିଥିଲେ l

(ରାଇରଙ୍ଗପୁରରୁ ଶ୍ୟାମଳେନ୍ଦୁ ପରିଡାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like