-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସମିତି ମହାବିଦ୍ୟାଳୟର ୪୦ତମ ପ୍ରତିଷ୍ଠା ଉତ୍ସବ

01-Sep-2024



ଗାଇସିଲେଟ (ସୁଶାନ୍ତ କୁମାର ପଣ୍ଡା): ଗୋଟିଏ ଶିକ୍ଷାନୁଷ୍ଠାନ ଆଗକୁ ଯିବାକୁ ହେଲେ ସମସ୍ତଙ୍କର ସହଭାଗିତା ଓ ସହଯୋଗର ଆବଶ୍ୟକ ରହିଅଛି। ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଭିଭାବକଙ୍କ ମିଳିତ ଉଦ୍ୟମ ଦ୍ୱାରା ମହାବିଦ୍ୟାଳୟର ବିକାଶ ଆଗକୁ ଯାଇଥାଏ। ଛାତ୍ରଛାତ୍ରୀ ସାଧନାରତ ଭାବେ ପାଠ ପଢିବା ସହିତ ସଂକଳ୍ପ ନେଇ ଶିକ୍ଷାଲାଭ କଲେ ସିଦ୍ଧାନ୍ତରେ ନିଶ୍ଚିତ ପହଞ୍ଚି ପାରିବେ ବୋଲି ବରଗଡ଼ ଜିଲ୍ଲା ଗାଇସିଲେଟ ପଞ୍ଚାୟତ ସମିତି ପ୍ରତିଷ୍ଠା ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ଆଲୋକ କୁମାର ପଟେଲ ପ୍ରକାଶ କରିଛନ୍ତି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ ଜୟକେତନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିଷ୍ଠା ଉତ୍ସବରେ ମୁଖ୍ୟଅତିଥି ଭାବେ ପଦମପୁର ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ଆଲୋକ ପଟେଲ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଖଡ଼ିଆଲ ଅଟୋନମସ ମହାବିଦ୍ୟାଳୟର ପ୍ରାଧ୍ୟାପିକା ସୁଶ୍ରୀ ଗିତାଶ୍ରୀ ପ୍ରିୟମ୍ବଦା ଯୋଗ ଦେଇ ଏଭଳି ଏକ ଶିକ୍ଷାନୁଷ୍ଠାନକୁ ପ୍ରତିଷ୍ଠା କରିଥିବା ବ୍ୟକ୍ତି ବିଶେଷଙ୍କ ଗଠନ ମୂଳକ ଚିନ୍ତାଧାରା ଏବଂ ପୂର୍ବତନ ଛାତ୍ରଛାତ୍ରୀଙ୍କ ସାଧନା ଓ ସଫଳତା ହିଁ,ଆଜି ସଂପୃକ୍ତ ଅନୁଷ୍ଠାନକୁ ଚାରି ଦଶନ୍ଧିରେ ପହଞ୍ଚାଇ ପାରିଛି ବୋଲି ମତ ରଖିଥିଲେ । ସମ୍ମାନିତ ଅତିଥି ଭାବରେ ଗାଇସିଲେଟ ବ୍ଲକ ଅଧକ୍ଷ ଶ୍ରୀଯୁକ୍ତ ପ୍ରଣୟ କୁମାର ସାହୁ, ପ୍ରାଣପ୍ରତିଷ୍ଠାତା ଶ୍ରୀଯୁକ୍ତ ଆର୍ତ୍ତତ୍ରାଣ ଯୋଷୀ,ପ୍ରାଣ ପ୍ରତିଷ୍ଠାତା ଶ୍ରୀଯୁକ୍ତ ଗଣେଶ ପ୍ରସାଦ ଦାଶ,ସମ୍ପାଦକ ଶ୍ରୀଯୁକ୍ତ ଅମ୍ବିକା ପ୍ରସାଦ ତ୍ରିବେଦୀ,ଭୂମିଦାତା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ଼ ସୁନିଲ କୁମାର ପଣ୍ଡା,ଉପଦେଷ୍ଟା ଅବସରପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ରବୀନ୍ଦ୍ର କୁମାର ପଣ୍ଡା, ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ଝରଣା ପାଣିଗ୍ରାହୀ, ଜିଲ୍ଲାପରିଷଦ ସଭ୍ୟ ଶ୍ରୀଯୁକ୍ତ ନୀଳମଣି ବରିହା,ଉପଦେଷ୍ଟା ଶ୍ରୀଯୁକ୍ତ ମଦନ ଦୀପ,ସରପଞ୍ଚ ଶ୍ରୀଯୁକ୍ତ ଶରତ ଚନ୍ଦ୍ର କାଲୋ,ସମାଜ ସେବୀ ଶ୍ରୀଯୁକ୍ତ ରଞ୍ଜନ କୁମାର ପଣ୍ଡା, ଯୋଗ ଦେଇ  ଶିକ୍ଷାନୁଷ୍ଠାନ ବହୁ ଘାତପ୍ରତିଘାତ ମଧ୍ୟରେ ୪୦ ବର୍ଷ ଅତିକ୍ରମ କରିସାରିଛି। ଏଠାରୁ ବହୁ କୃତୀ ଛାତ୍ରଛାତ୍ରୀ ଉଚ୍ଚ ଶିକ୍ଷା ଲାଭ କରିଛନ୍ତି ବୋଲି ପ୍ରକାଶ କରିଥିଲେ ଏବଂ ଦୀର୍ଘ ୩୯ ବର୍ଷ ପରେ ପ୍ରଥମଥର ପାଇଁ ମହାବିଦ୍ୟାଳୟର ୪୦ ତମ ପ୍ରତିଷ୍ଠା ଉତ୍ସବ ପାଳନ ହୋଇଥିବାରୁ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ସାଧୁବାଦ ପ୍ରଦାନ କରିଥିଲେ ।ଏହି ଅବସରରେ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଅଧ୍ୟାପିକା ପ୍ରତୀକ୍ଷା ଡନସନା ଓ ଖେଳ ଶିକ୍ଷକ ହେମନ୍ତ କୁମାର ପଣ୍ଡା।ପ୍ରଧ୍ୟାପକ ନାରାୟଣ ମିଶ୍ର ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରି ମଞ୍ଚ ପରିଚାଳନା କରିଥିବା ବେଳେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ,ଅଧ୍ୟାପିକା ଓ ସମସ୍ତ କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କ ପ୍ରୟାସରେ କାର୍ଯ୍ୟକ୍ରମ ଟି ଅତି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହୋଇଥିବାରୁ ପରିଶେଷରେ ଅଧ୍ୟାପିକା ସୁଶ୍ରୀ ସଂଘମିତ୍ରା ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like