-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରାୟଗଡା ଜିଲ୍ଲାପାଳଙ୍କ ଗୁଣପୁର ଗସ୍ତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା ପ୍ରଧାନମନ୍ତ୍ରୀ ଜନମନ ପରିଯୋଜନା ସଚେତନତା ଶିବିର ପରିଦର୍ଶନ ଆଦିମ ଜନଜାତି ଯୁବକଙ୍କୁ ସମ୍ବର୍ଦ୍ଧିତ କଲେ

03-Sep-2024



ଗୁଣପୁର/ରାୟଗଡା(ସୁପ୍ରିୟା ଷଡଙ୍ଗୀ): ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟୱରି ଆଜି ଗୁଣପୁର ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ ।ପ୍ରଥମେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଁଚି ଉପ ଜିଲ୍ଲାପାଳ କିରନ ଦୀପ କୌରଙ୍କ ସହ ଆଲୋଚନା କରିଥିଲେ । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଉପ ବିଭାଗ ବୁଲି ଦେଖିଥିଲେ । ସେଠାରୁ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ଯାଇ ସମସ୍ତ ଉନ୍ନୟନମୂଳକ କାର୍ଯ୍ୟର ନଥି ମଗାଇ ସମୀକ୍ଷା କରିଥିଲେ । ପରେ ଗୁଣପୁର ବ୍ଲକ ଅନ୍ତର୍ଗତ କୁଲୁସିଂ ପଞ୍ଚାୟତର ଉଡାପଗରଜଙ୍ଗ ଗ୍ରାମରେ ଅନୁଷ୍ଠିତ ପ୍ରଧାନମନ୍ତ୍ରୀ ଜନମନ ପରିଯୋଜନା ସଚେତନତା ଶିବିରରେ ଯୋଗ ଦେଇଥିଲେ l

 ପ୍ରଶାସନ ପହଁଚି ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ଲୋକାଭିମୁଖୀ କରିବା ସହ ବିଭିନ୍ନ ପ୍ରମାଣପତ୍ର ପ୍ରଦାନ କରିଥିଲେ । ବିଦ୍ୟୁତ, ଦକ୍ଷତା ବିକାଶ, ଜଙ୍ଗଳଜମି ପଟ୍ଟା, ପାଣି ପଞ୍ଚାୟତ, ସ୍ୱାସ୍ଥ୍ୟ, ଶିକ୍ଷା, ଶିଶୁ ମାନଙ୍କୁ ପୁଷ୍ଟିକର ଖାଦ୍ୟ ଯୋଗାଣ, ସ୍ୱୟଂ ସହାୟକ ଗୋଷ୍ଠୀ ପଞ୍ଜିକୃତ, ଆର୍ଥିକ ସାହାଯ୍ୟ ପ୍ରଦାନ ଆଦି ଉପରେ ଆଲୋକପାତ କରିଥିଲେ । ସମସ୍ତ ମହିଳା ସୁଭଦ୍ରା ଯୋଜନାର ସୁବିଧା ପାଇବା ପାଇଁ ଆହ୍ୱାନ ଦେଇଥିଲେ । ଆଦିମ ଅଧିବାସୀ ଲାଞ୍ଜିଆ ସମ୍ପ୍ରଦାୟର ଯୁବକ ନବେଶ ଶବର ନିଟ ପରିକ୍ଷାରେ ଉତ୍ତୀର୍ଣ ହୋଇ ବୁର୍ଲା ଭୀମସାରେ ଡାକ୍ତରୀ ପାଠ ପଢିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବାରୁ ଅଞ୍ଚଳର ଗର୍ବ ଓ ଗୌରବ ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିବା ସହ ନବେଶଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ପରେପରେ ଜିଲ୍ଲାପାଳ ପୁଟ୍ଟସିଂ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଥିଲେ । ଛାତ୍ର ଛାତ୍ରୀ ମାନେ ହଷ୍ଟେଲରେ କିପରି ରହୁଛନ୍ତି, ସେମାନଙ୍କ ଖାଇବା, ପାଠପଢା ଆଦି ବିଷୟରେ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିଥିଲେ । ଜଳତାର କସ୍ତୁରବା ଗାନ୍ଧୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରି ଛାତ୍ରୀ ମାନଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ଜିଲ୍ଲାପାଳ ଶଗଡା, ନୂଆଗାଁ, ସିନସରି, କୁଲୁସିଂ ଆଦି ଗ୍ରାମରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ । ଜିଲ୍ଲାପାଳଙ୍କ ଗସ୍ତ ସମୟରେ ଉପ ଜିଲ୍ଲାପାଳ ସୁଶ୍ରୀ କୌର,

ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଭ୍ରାଂଜଳି ପ୍ରଧାନ, ତହସିଲଦାର ଲୀଳାବତୀ ଆଚାର୍ଜି, ଅତିରିକ୍ତ ତହସିଲଦାର ଅଂଶୁମାନ ପରିଡା, ପୋୖର ନିର୍ବାହୀ ଅଧିକାରୀ ମନୋଜ କୁମାର ତନ୍ତି, ଲାଞ୍ଜିଆ ସୌରା ଉନ୍ନୟନ ପ୍ରକଳ୍ପ ଅଧିକାରୀ ଅସୀମା ରାଓ, ଅତିରିକ୍ତ ମଙ୍ଗଳ ଅଧିକାରୀ ସୁରଜ ନାୟକ, ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର, ଏଇଇ ହରେକୃଷ୍ଣ ପଣ୍ଡା ଆଇଟିଡ଼ିଏ, ବ୍ଲକ, ତହସିଲ ଆଦି କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like