-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟାନ୍ବୟନ ପାଇଁ ଜିଲ୍ଲା ପ୍ରଶାସନ ସବୁବେଳେ ତତ୍ପର, 

05-Sep-2024



ରାୟଗଡ଼ ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ 
ରାୟଗଡ଼ା (ସୁପ୍ରିୟା ଷଡଙ୍ଗୀ): ଆଜି ସ୍ଥାନୀୟ   ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ସୁଭଦ୍ରା ଯୋଜନା ସମ୍ପର୍କିତ ଏକ ପ୍ରେସମିଟ/ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରିଥିଲେ । ଏହି ସମ୍ମିଳନୀରେ ଜିଲ୍ଲାପାଳ ଶ୍ରୀମତୀ ପଟାୱରୀ ସୁଭଦ୍ରା ଯୋଜନା ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରି କହିଥିଲେ ଯେ ପ୍ରତ୍ୟେକ ଅଙ୍ଗନବାଡି କର୍ମୀ, ପଞ୍ଚାଯତ ଓ ବ୍ଲକ ସ୍ତରରେ ଏହି ଫର୍ମ ଉପଲବ୍ଧ କରାଯାଇଛି । ଜିଲ୍ଲା ସ୍ତରରେ ୪ ଲକ୍ଷ ଫର୍ମ ଆବଶ୍ୟକ ବୋଲି ଏକ ଆକଳନ କରାଯାଇ ୭୨୭ଟି ଜନସେବା କେନ୍ଦ୍ରରେ, ୧୦୦ଟି ମୋ ସେବା କେନ୍ଦ୍ରରେ ଓ ୨୦୮୩ଟି ଅଙ୍ଗନବାଡି କେନ୍ଦ୍ରରେ ଏହି ଫର୍ମ ପୂରଣ ମିଳିବାର ବ୍ୟବସ୍ଥା କରାଯାଇଛି । ଏଥି ନିମନ୍ତେ ଜିଲ୍ଲାରେ ପ୍ରାଥମିକ ସ୍ତରରେ ୧୪୧୨ ଜଣ ସି ଆର ପି , ୧୭୧ ଜଣ ଏମ ବି କେ, ୨୦୮୩ ଜଣ ଅଙ୍ଗନବାଡି କର୍ମୀ, ୭୨ ଜଣ ଆଇ ସି ଡି ଏସ ସୁପରଭାଇଜର, ୮୨୭ ଜଣ ଜନ ସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରର କର୍ମୀ ମାନଙ୍କୁ ତାଲିମ ପ୍ରଦାନ କରାଯାଇଛି  । 
୧୧ଟି ବ୍ଲକ ଓ ୩ଟି ସହରାଞ୍ଚଳର ପ୍ରତ୍ୟେକ ଗ୍ରାମ ଓ ୱାର୍ଡ ସ୍ତରରେ ସରକାରୀ ବ୍ୟବସ୍ଥା ଦ୍ଵାରା ଲୋକ ମାନଙ୍କୁ ଫର୍ମ ପୂରଣ କରିବାର ପ୍ରକ୍ରିୟା ଓ ଯୋଗ୍ୟ ହିତାଧିକାରୀ ମାନଙ୍କ ବିଷୟରେ ସଚେତନ କରାଯାଉଛି । ଜିଲ୍ଲା ସ୍ତରରେ ଓ ବ୍ଲକ ସ୍ତରରେ ତଦାରଖ କରିବା ପାଇଁ ଜିଲ୍ଲାପାଳ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ତତ୍ବାବଧାନରେ ଗୋଟିଏ ଗୋଟିଏ ତଦାରଖ କମିଟିର ବ୍ୟବସ୍ଥା କରାଯାଇଛି । ତାଲିମ ବ୍ୟବସ୍ଥା ନିମନ୍ତେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ସିଡିପିଓ ମାନେ ସୂଚାରୁ ରୂପେ ଦାୟିତ୍ଵ ନିର୍ବାହ କରୁଛନ୍ତି । ଯଦି କୌଣସି ଅଭିଯୋଗ ଆସୁଛି ସେଥିପାଇଁ ତୁରନ୍ତ ଘଟଣାକୁ ବୁଝି ଓ ତାହାର କାରଣ ଖୋଜି ତୁରନ୍ତ ସମାଧାନ କରିବା ନିମନ୍ତେ ପଦକ୍ଷେପ ନିଆ ଯାଉଛି । ଯଦି କାହାର କିଛି ଅଭିଯୋଗ ଥାଏ କିମ୍ବା କୌଣସି ବିଷୟରେ ଜାଣିବାକୁ ଚାହୁଁଛନ୍ତି ସେମାନେ ୧୪୬୭୮ଦେୟ ମୁକ୍ତ/ ଟୋଲ ଫ୍ରି ହେଲ୍ପ ଲାଇନ ମଧ୍ୟରେ ଯୋଜନା ସମ୍ପର୍କରେ ଯୋଗାଯୋଗ କରି ପାରିବେ । 
ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟ ମାନଙ୍କ ମଧ୍ୟରେ ସୁଭଦ୍ରା ଯୋଜନା ନିମନ୍ତେ ଜିଲ୍ଲାର ନୋଡାଲ ଅଧିକାରୀ ଶ୍ରୀ ନିହାର ରଞ୍ଜନ କହଁର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ରଇତ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ପ୍ରତିମା ପ୍ରଧାନ, ମିଶନ ଶକ୍ତି ଜିଲ୍ଲା ପରିଚାଳକ ଶ୍ରୀ ହେମନ୍ତ ବାଗ, ମମତା ଯୋଜନାର ଜିଲ୍ଲା ସଂଯୋଜକ ଶ୍ରୀ ଜିତେନ୍ଦ୍ର ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like