-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||     

HOME   ରାଜ୍ୟ

ଆଜିଠୁ ମା’ ତାରାତାରିଣୀ ଭକ୍ତଙ୍କୁ ଦର୍ଶନ ଦେବେ

03-Jan-2021



ପୁରୁଷୋତ୍ତମପୁର (ପ୍ରେରଣା ଖବର): ଦୀର୍ଘ ୯ ମାସ କାଳ ପ୍ରତିକ୍ଷାର ଅନ୍ତଃ ଘଟିଛି। କ‌ରୋନା ମହାମାରୀର ପ୍ରାଦୁର୍ଭାବ ପରଠୁ ବନ୍ଦ ରହିଥିବା ଦକ୍ଷିଣଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ପୀଠ ଆଜିଠାରୁ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିବାକୁ ଯାଉଛି। କୋଭିଡ୍ କଟକଣା ମଧ୍ୟରେ ଶ୍ରଦ୍ଧାଳୁ ଯେମିତି ମା’ଙ୍କ ଦର୍ଶନ କରିପାରିବେ ଏଥିପାଇଁ ସମସ୍ତ ପ୍ରକାର ଆଗୁଆ ପଦକ୍ଷେପ ନିଆଯାଇଛି। ଏମର୍ମରେ ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି ଆଜି ଅପରାହ୍‌ଣରେ ପୀଠକୁ ଆସି ସମସ୍ତ ପ୍ରସ୍ତୁତି ତଦାରଖ କରିଥିଲେ। ଭକ୍ତ ଯେମିତି ଶୃଙ୍ଖଳିତ ଭାବେ ସମସ୍ତ ଗାଇଡଲାଇନ୍‌କୁ ମାନି ମା’ଙ୍କ ଦର୍ଶନ କରିବେ, ଏ‌ସଂକ୍ରା‌ନ୍ତରେ ସେବାୟତଙ୍କ ସହ ସେ ଆଲୋଚନା କରିଛନ୍ତି।ସାଧାରଣ ଭକ୍ତ ମନ୍ଦିର ସିଂହଦ୍ବାର ଦେଇ ପାହାଚ ଚଢ଼ି ପାହାଡ଼ ଉପରକୁ ଆସି ଦର୍ଶନ କରିପାରିବେ। କିନ୍ତୁ ଭକ୍ତଙ୍କ ନିଜସ୍ବ ଯାନବାହନ ଯାତାୟାତ ଉପରେ ସଂପୂର୍ଣ୍ଣ କଟକଣା ଲଗାଯାଇଛି। ମନ୍ଦିର ଟ୍ରଷ୍ଟ୍ ବୋର୍ଡ଼ ପକ୍ଷରୁ କେବଳ ୨ଟି ବସ୍ ଉପରକୁ ଯିବା ଲାଗି ବ୍ୟବସ୍ଥା ହୋଇଛି। ଏହି ବସ୍ ଭକ୍ତଙ୍କୁ ନେଇ ମନ୍ଦିର ଉପରକୁ ଯିବ, ପୁଣି ତଳକୁ ଆସିବ। ଏଥିସହ ପ୍ରତ୍ୟେକ ଭକ୍ତଙ୍କ ପାଇଁ ମାସ୍କ୍ ବ୍ୟବହାର ବାଧ୍ୟତାମୂଳକ ହୋଇଛି। ଭକ୍ତ ମାନେ ପୂର୍ବ ଭଳି ଦୀପଦାନ ସହ ଭୋଗ ଅର୍ପଣ କରିପାରିବେ। ମନ୍ଦିରର ଉପରିଭାଗରେ ଶୃଙ୍ଖଳିତ ଦର୍ଶନ ଲାଗି ସ୍ବତନ୍ତ୍ର ବ୍ୟାରିକେଡ଼୍ ବ୍ୟବସ୍ଥା କରାଯାଇଛି। ତେବେ ଗର୍ଭଗୃହକୁ ପ୍ରବେଶ ଲାଗି କଟକଣା ଜାରି ହୋଇଛି। ଭକ୍ତ ମାନେ କେବଳ ଜଗମୋହନ ମନ୍ଦିରରେ ରହି ମା’ଙ୍କ ଦର୍ଶନ କରିପାରିବେ।ଉପର ଓ ତଳ ଭାଗରେ ବ୍ୟାପକ ପୁଲିସ ମୁତୟନ ହେବେ ବୋଲି ପୁରୁଷୋତ୍ତମପୁର ଥାନାଧିକାରୀ ଜଗନ୍ନାଥ ମଲ୍ଲିକ ସୂଚନା ଦେଇଛନ୍ତି। ଭୋର୍ ସାଢ଼େ ୪ଟାରୁ ମଙ୍ଗଳ ଆଳତି, ଅବକାଶ, ମାଜଣା, ଅଭିଷେକ ଓ ପହିଲି ଭୋଗ ନୀତି ସଂପନ୍ନ ପରେ ସାହାଣମେଲା କରାଯିବ ବୋଲି ସୂଚନା ମିଳିଛି।ଅନ୍ୟପକ୍ଷରେ ମାସ ପରେ ମନ୍ଦିରକୁ ସର୍ବସାଧାରଣଙ୍କ ପାଇଁ ଖୋଲାଯାଉ ଥିବାରୁ ବିଭିନ୍ନ ରଙ୍ଗବେରଙ୍ଗ ଫୁଲମାଳରେ ସୁସଜ୍ଜିତ କରାଯାଇଛି। ମନ୍ଦିର ପରିଚାଳନା କମିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଟି.କେ.ରେଡ୍ଡୀ, ବିଡିଓ ବିଜୟ କୁମାର ବେହେରା, ତହସିଲଦାର ନୀତୀଶ କୁମାର ତ୍ରିପାଠୀ ଓ ଥାନାଧିକାରୀ ଜଗନ୍ନାଥ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026

You Might Also Like