-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସଂସ୍କୃତ ଭାଷା ଭାରତୀୟ ସଂସ୍କୃତିର ମୂଳ ଆଧାର ,ଭୁକ୍ତା ଜନତା ସରକାରୀ ହାଇସ୍କୁଲରେ ବିଦ୍ୟାଳୟସ୍ତରୀୟ ସଂସ୍କୃତ ଦିବସ ପାଳିତ

13-Sep-2024



ଭାରତୀୟ ସଂସ୍କୃତିର ମୂଳ ଆଧାର ଭାବରେ ପରିଗଣିତ ଦେବଭାଷା ସଂସ୍କୃତ ଦିବସ ସାରା ଦେଶରେ ପାଳନ କରାଯାଉଛି। ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ, ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ସଂସ୍କୃତ ଦିବସ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ସଂସ୍କୃତ ଶିକ୍ଷକ ଶ୍ରୀପତି ସାହୁ ସଂସ୍କୃତ ଭାଷାର ମହତ୍ତ୍ୱ ବିଷୟରେ ଜ୍ଞାନବୋଧ

ପ୍ରକାଶ କରି  ସଂସ୍କୃତକୁ ରାଷ୍ଟ୍ରଭାଷା,ଦେବ ଭାଷା କହି ସମସ୍ତ ଭାଷା ସଂସ୍କୃତ ଭାଷାରୁ ଉଦ୍ଧୃତ ବୋଲି ମତବ୍ୟକ୍ତ କରିଥିଲେ।  ସଂସ୍କୃତ ଭାଷା ଭାରତୀୟ ସଂସ୍କୃତିର ମୂଳ ଆଧାର ଏବଂ ବେଦ ଓ ଉପନିଷଦ ଆଦି ମୂଲ୍ୟବାନ ଗ୍ରନ୍ଥ ବିଷୟରେ ଜାଣିବାକୁ ହେଲେ ସଂସ୍କୃତ ଭାଷାକୁ ଜାଣିବା ଆବଶ୍ୟକ ବୋଲି ଶିକ୍ଷକ ସଞ୍ଜୟ ଖମାରୀ ବିଦ୍ୟାର୍ଥୀମାନଙ୍କୁ ଧାରଣା ଦେଇଥିଲେ।ଏହି ଅବସରରେ ଆୟୋଜିତ ସଂସ୍କୃତ ଭାଷଣ ପ୍ରତିଯୋଗିତାରେ  ପ୍ରତିଯୋଗୀମାନଙ୍କ ମଧ୍ୟରୁ  ନୀହାରିକା ସାହୁ, ହରିପ୍ରିୟା ସହରା ଏବଂ ଜାଗୃତି ପଟେଲ  ଯଥାକ୍ରମେ ପ୍ରଥମ,ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଠିକ୍ ସେହିପରି ଶ୍ଲୋକ ଆବୃତ୍ତି ପ୍ରତିଯୋଗିତାରେ ଜାଗୃତି ପଟେଲ, ନୀହାରିକା ସାହୁ ଏବଂ ଜ୍ୟୋତି ପାଣ୍ଡେ ଯଥାକ୍ରମେ ପ୍ରଥମ,ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସଂସ୍କୃତ ନୃତ୍ୟଗୀତ ମାଧ୍ୟମରେ  ନରୋତ୍ତମା, ଆନ୍ନା, ଇଶା, ବୈଷ୍ଣବୀ, ରାଜେଶ୍ଵରୀ ଏବଂ ବର୍ଷା ଅଭିନୟ କରି ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ।ସମସ୍ତ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ସଂସ୍କୃତ ଦିବସର ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ସଞ୍ଜୟ ଖମାରୀ,ତେଜରାମ ସା, ଆଶୁତୋଷ ଭୋଇ,ବୋଧରାମ

ବିଶ୍ଵାଳ,ସୁବାସ ଚନ୍ଦ୍ର ଖମାରୀ, ଅଙ୍କିତ ମହନ୍ତ, ପ୍ରଶାନ୍ତ ମହାପାତ୍ର, ପଦ୍ମଲୋଚନ ବିଶି , ଈଶ୍ୱର ପଧାନ, ଶିକ୍ଷୟିତ୍ରୀ ସୌଦାମିନୀ ବାରିକ,ଅନୀତା ପଧାନ,ରାଜକୁମାରୀ ଭୁଏ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସାନନ୍ଦ ଦେହେରୀ ପ୍ରମୁଖ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଶିକ୍ଷକ ସଞ୍ଜୟ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like