-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଶିଶୁ ମାନଙ୍କ ପାଇଁ ଜିଲ୍ଲାସ୍ତରୀୟ ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠି ଯୋଜନା ଉପଯୋଗ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ

14-Sep-2024



ବଲାଙ୍ଗୀର: ଜିଲ୍ଲା  ଶିଶୁ ସୁରକ୍ଷା ୟୁନିଟ, ବଲାଙ୍ଗୀର ତରଫରୁ ଶିଶୁ ମାନଙ୍କ ପାଇଁ ଜିଲ୍ଲାସ୍ତରୀୟ ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠି ଯୋଜନା ଉପଯୋଗ ପାଇଁ ପରାମର୍ଶ ଶିବିର ଅରୁଣା ସିଆରଏସ୍ ର ମିଳିତ ଉଦ୍ୟମରେ ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ସଭା ଗୃହଠାରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ର ଅତିରିକ୍ତ ଜିଲ୍ଲାପାଳ ଡକ୍ଟର ବିଜୟାନନ୍ଦ ସେଠୀ ଯୋଗଦାନ କରି ତାଙ୍କ ବକ୍ତବ୍ୟରେ 

ସମସ୍ତେ ଜନମଙ୍ଗଳ ରାଷ୍ଟ୍ରର ପ୍ରତିନିଧି ଭାବେ  ଶିଶୁ ମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା ସମସ୍ତ ପ୍ରକାର ଯୋଜନା ଦ୍ୱାରା ଶିଶୁ ମାନଙ୍କର ସର୍ବାଙ୍ଗୀନ ମଙ୍ଗଳ ହୋଇ ପାରିବ।ଏହି ଜିଲ୍ଳା ପରାମର୍ଶ ଶିବିରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ଙ୍କ ଅଧ୍ୟକ୍ଷତାରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି।ଗ୍ରାମ ପଞ୍ଚାୟତସ୍ତରୀୟ ଶିଶୁ ମଙ୍ଗଳ ସୁରକ୍ଷା କମିଟିର ନିଷ୍ପତ୍ତି ବ୍ଲକ ସ୍ତରୀୟ ଶିଶୁ ମଙ୍ଗଳ ସୁରକ୍ଷା କମିଟି, ଜିଲ୍ଲାସ୍ତରୀୟ ଶିଶୁ ମଙ୍ଗଳ ସୁରକ୍ଷା କମିଟିର ସମନ୍ୱୟ ରକ୍ଷା କରି ଶିଶୁଙ୍କର ବିକାଶ ହୋଇପାରିବ ବୋଲି ଜଣାଇବା ସହ କମିଟିରେ ହେଉଥିବା ନିଷ୍ପତି ଗୁଡ଼ିକ ଶିଶୁଙ୍କ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଶିଶୁ ମାନଙ୍କ ପାଇଁ ବଲାଙ୍ଗୀର ଜିଲ୍ଲାର ୧୦୦ ଟି ପଞ୍ଚାୟତରେ ଥିବା ୩ ରେ ୮୯ ଲକ୍ଷ୍ୟ ଟଙ୍କା ବଜେଟ୍ ରଖି ଥିବାରୁ ଜିଲ୍ଲା ପଞ୍ଚାୟତ ଅଧିକାରୀଙ୍କୁ ଧନ୍ୟବାଦ୍ ଜଣାଇ ଥିଲେ। ଶିଶୁ ମାନଙ୍କ ପାଇଁ ବିଭିନ୍ନ ସମସ୍ୟାରେ ଥିବା ଶିଶୁ ଯଥା ପିତୃହିନ,ମାତୃ ଓ ପିତୃହିନ,ପରିତ୍ୟକ୍ତ,ଏଚ ଆଇ ଭି ଏଡ଼ସ, ଅସମର୍ଥ ଥିବା ପିତାମାତାଙ୍କ ଶିଶୁଙ୍କ ପାଇଁ ଉଦ୍ଧିଷ୍ଟ। ଏହି ଅବସରରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ପ୍ରମୋଦ କୁମାର ମିଶ୍ର ଜିଲ୍ଲାରେ ଶିଶୁଙ୍କ ପାଇଁ ସାମୟିକ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ଗ୍ରାମ ପଞ୍ଚାୟତରେ ଥିବା ଗ୍ରାମ ପଞ୍ଚାୟତ ଉନ୍ନୟନ ପାଣ୍ଠିର ବାର୍ଷିକ ଯୋଜନାରେ ଅନ୍ ଟାଏଡ଼ ପାଣ୍ଠିକୁ ଶିଶୁଙ୍କ ଉଦ୍ଦେଶ୍ୟରେ ଆପାତକାଳିନ ବ୍ୟବସ୍ଥା ପାଇଁ ମିଶନ ବାତ୍ସଲ୍ୟ ମାର୍ଗଦର୍ଶିକା ୨୦୨୨ ଅନୁସାରେ ଏ ବର୍ଷ ୨୦୨୪-୨୦୨୫ ଆର୍ଥିକ ବର୍ଷରେ ଗ୍ରାମପଞ୍ଚାୟତସ୍ତରରେ ୫ % ବଜେଟ୍ ରେ ସ୍ଥାନ ଦେବାକୁ ସମସ୍ତଙ୍କୁ  ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ମଙ୍ଗଳ ସମିତିର ଅଧକ୍ଷ  ଲମ୍ବୋଦର ଦୀପ ଶିଶୁ ମାନଙ୍କର ସର୍ବାଙ୍ଗୀନ ବିକାଶ ପାଇଁ କାର୍ଯ୍ୟରତ ବୋଲି ଜଣାଇଥିଲେ।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥାପିତ ଥିବା  ଅରୁଣା ସିଆରଏସ ର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ଗ୍ରାମ ପଞ୍ଚାୟତ ବିକାଶ ଯୋଜନାର ପିପିଟି ମାଧ୍ୟମରେ ତାଲିମ ପ୍ରଦାନ କରିଥିଲେ। ଏହି ଅବସରରେ ଅଣ ଆନୁଷ୍ଠାନିକ ଅଧିକାରୀ ସୁଧାଂଶୁ ଶେଖର କୁମ୍ଭାର, ଆଇନ୍ ପର୍ଯ୍ୟବେକ୍ଷକ ଦିଗମ୍ବର କର ଶିଶୁ ମାନଙ୍କ ପାଇଁ ଥିବା ବିଭିନ୍ନ ଯୋଜନା ଉପରେ ମତାମତ ପ୍ରଦାନ କରିଥିଲେ।

ଏହି ପରାମର୍ଶ ଶିବିରରେ ବ୍ଲକ୍ ର ଗ୍ରାମ ପଞ୍ଚାୟତ ବିକାଶ ଅଧିକାରୀ, ପ୍ରୋଗେଶିଭ ଆସିଷ୍ଟାଣ୍ଟ,ଶିଶୁ ଯତ୍ନ ଅନୁଷ୍ଠାନ,ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର, ସ୍ବେଚ୍ଛାସେବୀ ଅନୁଷ୍ଠାନର ୱାସିଡିଏ, ରେଆର୍, ଦୟାସାଗର ଟ୍ରଷ୍ଟ,ସ୍ମାଇଲ ଫର୍ ଅଲ ଫାଉଣ୍ଡେସନ, ଏଫ୍ ଏଚ୍ ଡି ଇଣ୍ଡିଆ,ଉତ୍କଳ ସେବକ ସମାଜ,ୱାଇସିଡିଏ ର କର୍ମ କର୍ତ୍ତା ଉପସ୍ଥିତ ଥିଲେ। ପରିଶେଷରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ସାମାଜିକ କର୍ମୀ ଅରୁଣ କୁମାର ଖୁଆସ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like