-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ରାଜ୍ୟ

ଆଜି ମୋଦୀ ବାଣ୍ଟିବେ ‘ସୁଭଦ୍ରା’ ଟଙ୍କା: ପ୍ରଥମଥର ଓଡ଼ିଶାରେ ଜନ୍ମଦିନ ପାଳିବେ

17-Sep-2024



ସାଧାରଣ ନିର୍ବାଚନ ପ୍ରଚାରବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ ଓଡ଼ିଶାରେ ବିଜେପି ସରକାର ହେଲେ ‘ସୁଭଦ୍ରା’ ଯୋଜନା ଆରମ୍ଭ ହେବ। ମହିଳାଙ୍କୁ ୫୦ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ଆସନ୍ତାକାଲି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ଜନ୍ମଦିନ ଅବସରରେ ରାଜ୍ୟବାସୀଙ୍କୁ ଏହି ଯୋଜନା ଭେଟି ଦେବାକୁ ଆସୁଛନ୍ତି। ନିର୍ବାଚନ ବେଳେ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହାକୁ ପୂରଣ କରିବା‌କୁ ବିଜେପି ସରକାର ଜୋରଦାର୍ ପ୍ରସ୍ତୁତି କରିଛି। ଏନେଇ ଜନତା ମଇଦାନରେ ବିରାଟ ଜନସଭାର ଆୟୋଜନ କରାଯାଇଛି। ଏଥିରେ ପ୍ରାୟ ୭୦ହଜାର ଲୋକ ସାମିଲ୍ ହେବାକୁ ଥିବାବେଳେ ପ୍ରତି ଗାଁ, ପଞ୍ଚାୟତ, ସହରାଞ୍ଚଳର ପ୍ରାୟ ୫୦ହଜାର ମହିଳା ଏଥିରେ ସାମିଲ୍ ହେବେ। ‘ସୁଭଦ୍ରା’ ଯୋଜନା ଆରମ୍ଭ କରି ମୋଦୀ ସୁଇଚ୍ ଟିପି ପ୍ରାୟ ୧୦ଲକ୍ଷ ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫ହଜାର ଟଙ୍କା ଲେଖାଏ ପଠାଇବେ। ହିତାଧିକାରୀଙ୍କ ଆଧାର ସକ୍ଷମ ଏବଂ ଡିବିଟି ସକ୍ଷମ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଟଙ୍କା ଜମା ହେବ।
ସୁଭଦ୍ରା‌ ଯୋଜନାରେ (୨୧ରୁ ୬୦ବର୍ଷ ପର୍ଯ୍ୟନ୍ତ) ୧କୋଟିରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ହଜାର ଟଙ୍କା ହିସାବରେ ୫ବର୍ଷରେ ୫୦ହଜାର ଟଙ୍କା ମିଳିବ। ଏଥିପାଇଁ ବର୍ତ୍ତମାନ ସୁଦ୍ଧା ପ୍ରାୟ ୬୦ଲକ୍ଷ ମହିଳା ଆବେଦନ କରିସାରିଲେଣି। ହେଲେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ୧୦ଲକ୍ଷ ମହିଳାଙ୍କ  ଆକାଉଣ୍ଟକୁ ଟଙ୍କା ପଠାଯିବା ପରେ ବାକି ହିତାଧିକାରୀଙ୍କୁ ଟଙ୍କା ପଠାଯିବ ବୋଲି ନିଷ୍ପତ୍ତି ହୋଇଛି।

ପ୍ରଥମଥର ଓଡ଼ିଶାରେ ଜନ୍ମଦିନ ପାଳିବେ
ଓଡ଼ିଶାକୁ ୨୮୭୧କୋଟିର ରେଳ, ହଜାରେ କୋଟିର ଜାତୀୟ ରାଜପଥ ପ୍ରକଳ୍ପ ଭେଟି ଦେବେ
୧୪ଟି ରାଜ୍ୟର ୧୦ଲକ୍ଷ ପିଏମ୍‌-ଆବାସ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି
ଗାଡ଼କଣରେ ପିଏମ୍‌-ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇବେ

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ଥର ପାଇଁ ଓଡ଼ିଶାରେ ତାଙ୍କ ଜନ୍ମଦିନ ପାଳନ କରିବେ। ଏଥିପାଇଁ ଓଡ଼ିଶା ବିଜେପି ଓ ରାଜ୍ୟ ସରକାରଙ୍କ ବ୍ୟାପକ ପ୍ରସ୍ତୁତି ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶାବାସୀଙ୍କୁ ୨୮୭୧କୋଟି ଟଙ୍କାର ରେଳ ପ୍ରକଳ୍ପ ଭେଟିଦେବେ। ଏଥିରେ ରେଳ ଭିତ୍ତିଭୂମିର ଶିଳାନ୍ୟାସ ଓ ଉଦ୍‌ଘାଟନ ପ୍ରକଳ୍ପ ଅଛି। ଏହାସହ ୧ହଜାର କୋଟିରୁ ଅଧିକ ଟଙ୍କାର ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ କରିବେ। କେବଳ ଓଡ଼ିଶା ପାଇଁ ନୁହେଁ, ଏହି ମଞ୍ଚରୁ ପ୍ରଧାନମନ୍ତ୍ରୀ ୧୪ଟି ରାଜ୍ୟର ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ’ ଅଧୀନରେ ପ୍ରାୟ ୧୦ଲକ୍ଷ ହିତାଧିକାରୀଙ୍କୁ ସହାୟତାର ପ୍ରଥମ କିସ୍ତି ପ୍ରଦାନ କରିବେ। ଏହି ଅବସରରେ ସାରା ଦେଶର ପିଏମ୍‌ଏୱାଇ (ଗ୍ରାମୀଣ ଓ ସହରାଞ୍ଚଳ)ର ୨୬ଲକ୍ଷ ହିତାଧିକାରୀଙ୍କ ପାଇଁ ଗୃହପ୍ରବେଶ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ଗାଡ଼କଣରେ ପିଏମ୍‌ ଆବାସ ଯୋଜନା (ସହରାଞ୍ଚଳ)ରେ ନିର୍ମାଣ ହୋଇଥିବା ଏକ ଘରର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କୁ ଘରର ଚାବି ପ୍ରଦାନ କରିବା ସହ ଗୃହପ୍ରବେଶ କରାଇବେ। ଏହାସହ ୧୦ଜଣ ହିତାଧିକାରୀ ଏବଂ ୧୦ଜଣ ମହିଳା ଏସ୍‌ଏଚ୍‌ଜି ସଦସ୍ୟାଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ପ୍ରଧାନମନ୍ତ୍ରୀ ପିଏମ୍ଏୱାଇ-ଜି (ଗ୍ରାମୀଣ) ପାଇଁ ଅତିରିକ୍ତ ପରିବାରର ସର୍ଭେ ପାଇଁ ଆବାସ+୨୦୨୪ ଆପ୍ ମଧ୍ୟ ଉନ୍ମୋଚନ କରିବେ। ପିଏମ୍‌ଏୱାଇ- ୟୁ୨.୦ (ସହରାଞ୍ଚଳ ବାସହୀନଙ୍କ ପାଇଁ) ର କାର୍ଯ୍ୟକାରୀ ମାର୍ଗଦର୍ଶିକା ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, ଜୁଏଲ ଓରାମ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ପ୍ରମୁଖ ମଞ୍ଚରେ ଉପସ୍ଥିତ ରହିବେ।

୧୦ଟି ସ୍ଥାନରେ ବଣ୍ଟାହେବ ଜନ୍ମଦିନ ଲଡ଼ୁ ଭୁବନେଶ୍ବର,୧୬/୯(ଇମିସ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ଥର ପାଇଁ ତାଙ୍କ ଜନ୍ମଦିନ ଅବସରରେ ଓଡ଼ିଶା ଆସୁଥିବାରୁ ଏହା ଯେପରି ତାଙ୍କର ସ୍ମରଣୀୟ ହୋଇ ରହିବ ସେଥିପାଇଁ ଓଡ଼ିଶା ବିଜେପି ପକ୍ଷରୁ ବଡ଼ ଆୟୋଜନ କରାଯାଇଛି। ମୋଦୀ ବିମାନବନ୍ଦରରୁ ଜନତା ମଇଦାନ ପର୍ଯ୍ୟନ୍ତ ଯିବା ରାସ୍ତାରେ ବିଭିନ୍ନ ସ୍ଥାନରେ ତାଙ୍କ ଶୁଭେଚ୍ଛୁମାନେ ତାଙ୍କ ଗାଡ଼ି ଉପରକୁ ଫୁଲ ପକାଇବେ। ବିଜେପି ପକ୍ଷରୁ ୧୦ଟି ସ୍ଥାନରେ ମୋଦୀଙ୍କ ଜନ୍ମଦିନ ପାଇଁ ଲୋକଙ୍କୁ ଲଡ଼ୁ ଖୁଆଇ ମୁହଁ ମିଠା କରାଯିବ। ଏଥିପାଇଁ ବିମାନବନ୍ଦରସ୍ଥିତ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ଛକ, ବିମାନବନ୍ଦର ଛକ, କ୍ୟାପିଟାଲ ହସ୍ପିଟାଲ ଛକ, ଏଜି ଛକ, ରାଜଭବନ, ପାୱାର ହାଉସ୍ ଛକ, ଶାସ୍ତ୍ରୀନଗର, କଳିଙ୍ଗ ଷ୍ଟାଡିୟମ, ଜୟଦେବବିହାର, ପାଲ୍‌ ହାଇଟ୍‌ସ ଛକରେ ଲଡ଼ୁ ବଣ୍ଟାଯିବ।

(ଭୁବନେଶ୍ବରରୁ ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like