-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ଜିଲ୍ଲା

ରାୟଗଡା ରେ ଆରମ୍ଭ ହେଲା ବିକାଶ ମେଳା

20-Sep-2024



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ଆଜିଠାରୁ ରାୟଗଡା ରେଳବାଇ ଖେଳପଡିଆଠାରେ ଆରମ୍ଭ ହୋଇଛି 'ବିକାଶ ମେଳା' I ଏହି ଅବସରରେ 'ମହିଳା ଓ ଶିଶୁ ବିକାଶ ବିଭାଗ' ଦ୍ୱାରା ପ୍ରସ୍ତୁତ ୨୧ନମ୍ବର ଷ୍ଟଲକୁ ଉଦ୍ଘାଟନ କରିଛନ୍ତି ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ ତଥା ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ I ଉଦ୍ଘାଟନ ସମୟରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱାରୀଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲାଧିକାରୀମାନେ ଉପସ୍ଥିତ ଥିଲେ I ଚଳିତ ମାସ ୨୦ ତାରିଖରୁ ୨୨ତାରିଖ ଯାଏଁ ଚାଲିବାକୁଥିବା ଏହି ମେଳାରେ ବିଭାଗୀୟ ଷ୍ଟଲ ପକ୍ଷରୁ ସମନ୍ବିତ ଶିଶୁ ବିକାଶ ଯୋଜନା ଅନ୍ତର୍ଗତ ସମସ୍ତ କାର୍ଯ୍ୟକ୍ରମ ତଥା ସୁଭଦ୍ରା ଯୋଜନା ସମ୍ପର୍କିତ ସୂଚନା ପ୍ରଦର୍ଶିତ କରାଯାଉଅଛି I  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଂକ ସହ ଚଳିତ ମାସ ୧୭ତାରିଖରେ ବିଷମକଟକର ଡଙ୍ଗରିଆ କନ୍ଧ ହୁନ୍ଦାଡି ୱାଡ଼ାକାଙ୍କ ଭାବବିନିମୟ ସମୟର ଫଟୋ ଷ୍ଟଲର ମୁଖ୍ୟ ଆକର୍ଷଣ ହୋଇଥିବା ବେଳେ ଅଙ୍ଗନବାଡି କେନ୍ଦ୍ରରେ ପ୍ରଦାନ କରାଯାଉଥିବା ସମସ୍ତ ସେବାଗୁଡିକୁ ସୂଚନା ଶିକ୍ଷା ଓ ସଂଚାର ମାଧ୍ୟମରେ ବିଭିନ୍ନ ନମୁନାସହ ପ୍ରଦର୍ଶିତ କରାଯାଉଛି I ଜିଲ୍ଲାର ସମସ୍ତ ଶିଶୁ ବିକାଶ ପ୍ରକଳ୍ପ ଦ୍ୱାରା ସଂଗଠିତ ହୋଇ ଆସିଥିବା ବିଭିନ୍ନ ନମୁନା ଗୁଡିକ ସହ ଅଙ୍ଗନବାଡି କେନ୍ଦ୍ରରେ ଦିଆଯାଉ ଥିବା ପୋଷକ ଯୁକ୍ତ ଖାଦ୍ୟ ପ୍ରଦର୍ଶିତ ହେଉଅଛି I  ଭଳିକିଭଳି ମାଣ୍ଡିଆଜାତୀୟ ଶସ୍ୟରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ସମ୍ପର୍କରେ ମଧ୍ୟ ଷ୍ଟଲରେ ଥିବା ଅଧିକାରୀବୃନ୍ଦ ଏବଂ ଅଙ୍ଗନବାଡି କର୍ମୀମାନେ ସମସ୍ତଙ୍କୁ ବୁଝାଇବା ସହ ପ୍ରଦର୍ଶିତ କରୁଛନ୍ତି I କଣ୍ଢେଇ ମାନଙ୍କ ମାଧ୍ୟମରେ ଗର୍ଭବତୀ ମହିଳାଙ୍କୁ ମିଳୁଥିବା ମମତା ସହାୟତା ରାଶି ସମ୍ପର୍କରେ ଉପସ୍ଥିତ ଅଧିକାରୀ ମାନେ ବିସ୍ତିର୍ଣ୍ଣ ଭାବରେ ସମସ୍ତଙ୍କୁ ସଚେତନ କରୁଥିବା ଦେଖିବାକୁ ମିଳୁଥିଲା I ବାଲ୍ୟବିବାହ ନିଷେଧ ସମ୍ପର୍କିତ ବିଭିନ୍ନ ବ୍ୟାନର ସହ ସମସ୍ତଙ୍କୁ ସଚେତନ କରାଯାଉଥିଲା I ଛାତ୍ରଛାତ୍ରୀମାନେ ଷ୍ଟଲରେ ଆସି ଓଜନ ହେଉଥିବାର ମଧ୍ୟ ଦେଖାଯାଉଥିଲା I ଷ୍ଟଲରୁ ସମନ୍ବିତ ଶିଶୁ ବିକାଶ ଯୋଜନା ବିଷୟରେ ଜନସାଧାରଣ ସଚେତନ ହେବାସହ ବିଭିନ୍ନ ପୋଷଣଯୁକ୍ତ ଖାଦ୍ୟ ସମ୍ପର୍କିତ ସୂଚନା ସଂଗ୍ରହ କରୁଥିବାର ଦେଖିବାକୁ ମିଳିଥିଲା I ସୂଚନା ଥାଉକି ଚଳିତ ମାସ ୧୭ତାରିଖରେ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତି ପାଇଥିବା ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୧୦ଜଣ ହିତାଧିକାରୀଙ୍କୁ ମଧ୍ୟ ମୁଖ୍ୟ ଅତିଥି ତଥା ମନ୍ତ୍ରୀ ଶ୍ରୀ ଖୁଣ୍ଟିଆ ୫ହଜାର ଟଙ୍କାର ଡେମୋ-ଚେକ ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଥିଲେ I ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ପ୍ରତିମା ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲା ମମତା ସଂଯୋଜକ ଜିତେନ୍ଦ୍ର କୁମାର ମହାପାତ୍ର, ବାଲ୍ୟ ବିବାହ ନିଷେଧ ଜିଲ୍ଲା ପରାମର୍ଶଦାତା ରତ୍ନେଶ୍ୱର ସାହୁ, ପୋଷଣ ଅଭିଯାନର ଜିଲ୍ଲା ସଂଯୋଜିକା ସୁଶ୍ରୀ ମଧୁଲିତା ଦଣ୍ଡସେନା, କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀମତୀ ପ୍ରତିମା ଦାସ ତଥା ସଦର ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ମିନାକ୍ଷୀ ଦାସ ଓ କୋଲନରା ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରିମତୀ ବିଜୟଲକ୍ଷ୍ମୀ ନିଶଙ୍କ ପ୍ରମୁଖ ଦିନତମାମ ଷ୍ଟଲରେ ରହି ସମସ୍ତ ପରିଚାଳନା ଦାୟିତ୍ୱ ନେଇଥିଲେ I ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କାର୍ଯ୍ୟକ୍ରମ ସହକାରୀ ମହେନ୍ଦ୍ର କୁମାର ଦାସ, କନିଷ୍ଠ ପରିସଂଖ୍ୟକ ସାନ୍ତନୁ ଚୌଧୁରୀ ଏବଂ ବିଭିନ୍ନ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପରୁ ଆସିଥିବା ସହାୟକ ଓ ପରିଦର୍ଶିକାମାନଙ୍କ ସହ ଅଙ୍ଗନବାଡି କର୍ମୀ ପ୍ରମୁଖ ଉପସ୍ଥିତ ରହି ସମସ୍ତଙ୍କୁ ସଚେତନ କରୁଥିବା ଦେଖୁଥିବା ମିଳୁଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like