-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଘାଟିତ, ନୂଆ ସରକାରଙ୍କ ପ୍ରତି ନିଷ୍ପତ୍ତିରେ ରହିଛି ଓଡ଼ିଆ ଅସ୍ମିତା, ସ୍ୱାଭିମାନ ଏବଂ ନବଜାଗରଣର ସୁବର୍ଣ୍ଣ ସ୍ପର୍ଶ : ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ

21-Sep-2024



ବଲାଙ୍ଗିର(ଚିତ୍ରସେନ ବେହେରା):  ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ଲୋକଙ୍କ ସରକାର ୧୦୦ ଦିନ ପୂରଣ କରିଛି । ଏହି ୧୦୦ ଦିନ ମଧ୍ୟରେ ରାଜ୍ୟ ସରକାର ଓଡିଶାବାସୀଙ୍କ ସର୍ବାଙ୍ଗୀନ ଉନ୍ନତିପାଇଁ ବିଶେଷ କରି ଗରିବ, କୃଷକ, ଯୁବକ ଓ ମହିଳାଙ୍କ କଲ୍ୟାଣ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଆପଣମାନେ ମର୍ମେମର୍ମେ ଅନୁଭବ କରୁଥିବେ ପ୍ରତି ନିଷ୍ପତ୍ତିରେ ରହିଛି ଓଡ଼ିଆ ଅସ୍ମିତା, ସ୍ୱାଭିମାନ ଏବଂ ନବଜାଗରଣର ସୁବର୍ଣ୍ଣ ସ୍ପର୍ଶ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଓ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ ପ୍ରକାଶ କରିଛନ୍ତି। ବଲାଙ୍ଗିରର ପଥରଚେପା ପଡିଆରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ବିକାଶ ମେଳାରେ ମନ୍ତ୍ରୀ ଡ଼ଃ ମହାଲିଙ୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ମେଳାକୁ 

ଉଦଘାଟିତ କରିବା ସହ ପ୍ରତିଶୃତି ଅନୁଯାୟୀ ନୂଆ ସରକାର ଶ୍ରୀମନ୍ଦିରର ୪ ଦ୍ଵାର ଖୋଲିବା ସହ ରତ୍ନଭଣ୍ଡାର ଖୋଲିଛନ୍ତି । ଶ୍ରୀମନ୍ଦିର ପାଇଁ ୫ଶହ କୋଟିର କର୍ପୋସ ଫଣ୍ଡର ବ୍ୟବସ୍ଥା କରିଛନ୍ତି । ସୁଭଦ୍ରା ଯୋଜନା ଆରମ୍ଭ କରି ମହିଳାଙ୍କୁ ସ୍ୱାବଲମ୍ବୀ ହେବାର ରାସ୍ତା ଦେଖାଇଛନ୍ତି। ବଲାଙ୍ଗିର ଜିଲ୍ଲାରେ ଏଥିପାଇଁ ତିନି ଲକ୍ଷରୁ ଉର୍ଦ୍ଧ ମହିଳା ପଞ୍ଜୀକୃତ କରିଛନ୍ତି ବୋଲି ସେ ଉଲ୍ଲେଖ କରିଛନ୍ତି । ଡାକ୍ତର ଅଭାବ ସମସ୍ୟା ସମାଧାନ ପାଇଁ ବଜେଟରେ ବ୍ୟାୟ ବରାଦ ହୋଇଛି। ଚାଷ ଏବଂ ଚାଷୀର ଉନ୍ନତି ପାଇଁ ଧାନର ମୂଲ୍ୟକୁ ୩୧ଶହ ଟଙ୍କାକୁ ବର୍ଦ୍ଧିତ କରାଯାଇଛି । ଧାନ ବିକ୍ରିର ୪୮ ଘଣ୍ଟା ମଧ୍ୟରେ ଟଙ୍କା ସିଧା ଚାଷୀଙ୍କ ଖାତାକୁ ଯିବ । ଆଳୁ ମିଶନକୁ ଗତିଶିଳ କରି ପ୍ରତି ଉପଖଣ୍ଡରେ ଶୀତଳ ଭଣ୍ଡାର ଖୋଲାଯିବ। ପିଏମ କିଷାନ ସହ ଏବେ ସିଏମ କିଷାନରେ ଚାଷୀଙ୍କୁ  ସହାୟତା ଦିଆଯାଉଛି। ସେହିଭଳି ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡିଶାରେ ଲାଗୁ ହେବ। ରାଜ୍ୟର ପ୍ରାୟ ଏକ କୋଟି ପରିବାରଙ୍କୁ ଦେଶର ୨୭ ହଜାରରୁ ଉର୍ଦ୍ଧ ହସ୍ପିଟାଲରେ ନିଃଶୁକ୍ଳ ଚିକିତ୍ସା ପାଇବେ। ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକସ୍ତରରେ ମଧ୍ୟ ମାଧୋ ସିଂହ ହାତ ଖର୍ଚ ଯୋଜନାରେ ୫ ହଜାର ଟଙ୍କାର ଆର୍ଥିକ ପ୍ରୋତ୍ସାହନ କରାଯାଉଛି ବୋଲି ମନ୍ତ୍ରୀ ଡ଼ଃ ମହାଲିଙ୍ଗ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଟିଟିଲାଗଡ ବିଧାୟକ ନବୀନ କୁମାର ଜୈନ, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଯୋଗଦେଇ ସରକାରଙ୍କ ୧୦୦ ଦିନର ସଫଳତା ଉପରେ ଆଲୋକପାତ କରିଥିଲେ । ଜିଲ୍ଲାପାଳ ଗୌରୱ ଶିୱାଜୀ ଈଶାଲୱାର ସଭାରେ ସଭାପତିତ୍ୱ କରି ସ୍ୱାଗତ ଭାଷଣରେ ନୂଆ ସରକାର ସମୟରେ ଜିଲ୍ଲାରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ସୁଭଦ୍ରା, ସ୍ୱୟଂ ସହାୟକ ଗୋଷ୍ଠୀ ବ୍ୟାଙ୍କ ଲିଙ୍କେଜ, ଲକ୍ଷପତି ଦିଦି ,ସ୍ଵଚ୍ଛ ଭାରତ ମିଶନ ଯୋଜନାର ହିତାଧିକାରୀମାନଙ୍କୁ ଅତିଥିମାନେ

ଅର୍ଥରାଶି ଓ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ ।  ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର ଧନ୍ୟବାଦ ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ଵ) ପବିତ୍ର ବେହେରାଙ୍କ ସମେତ ସ୍ଥାନୀୟ ରାଜନେତା, ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ, ବୁଦ୍ଧିଜୀବୀ, ଗଣାମାଧ୍ୟମପ୍ରତିନିଧି ଓ ହଜାର ହଜାର ସଂଖ୍ୟାରେ ଲୋକମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।  ମେଳା ଶେଷରେ ଆକର୍ଷଣୀୟ  ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ପ୍ରଶାସନ ତରଫରୁ ବିକାଶ ମେଳାରେ ୨୫ଟି ଷ୍ଟଲରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବିକାଶ ଓ ସଫଳତା ପ୍ରଦର୍ଶିତ ହୋଇ ଲୋକମାନଙ୍କ ଦ୍ୱାରା ବିଶେଷ ଭାବରେ ଆଦୃତ ହୋଇପାରିଛି l ଏହି ମେଳା ୨୩ ସେପ୍ଟେମ୍ବର ଯାଏଁ ଚାଲିବ । 
ଏହା ପୂର୍ବରୁ ମନ୍ତ୍ରୀ ଡ଼ଃ ମହାଲିଙ୍ଗ ବଲାଙ୍ଗୀର କନ୍ଧପାଲି ପଡ଼ା ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଠାରେ ପ୍ରାପ୍ତବୟସ୍କ ବ୍ୟକ୍ତିଙ୍କ ନିମନ୍ତେ ଯକ୍ଷ୍ମା ପ୍ରତିଷେଧକ ଟୀକାକରଣର ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଦେଶକୁ ଯକ୍ଷ୍ମାମୁକ୍ତ କରିବା ପାଇଁ ପ୍ରତିଷେଧକ ଟୀକା ନେବାକୁ ସେ ସମସ୍ତଙ୍କୁ ଆହ୍ବାନ କରିଥିଲେ। ସାରାରାଜ୍ୟରେ ଏଥିପାଇଁ ୧୫ ଟି ଜିଲ୍ଲାକୁ ବଛା ଯାଇଛି । ୨୦୨୫ ସୁଦ୍ଧା ଭାରତକୁ ଯକ୍ଷ୍ମା ମୁକ୍ତ କରିବାକୁ ନିଷ୍ପତି ନିଆ ଯାଇଥିବାର ସେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026

You Might Also Like