-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ବାଲିଗୁଡା ଉପଖଣ୍ଡରେ ନକଲି କନ୍ଧମାଳ ହଳଦୀ ଗୁଣ୍ଡ ସହ ବିଭିନ୍ନ ସାମଗ୍ରୀ ବିକ୍ରି :  ବିଭାଗ ନୀରବ ଦ୍ରଷ୍ଟା 

21-Sep-2024



ବାଲିଗୁଡା, (ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ସମେତ ସମଗ୍ର ବାଲିଗୁଡା ଉପଖଣ୍ଡରେ ବିଭିନ୍ନ ପ୍ରକାର ନକଲି ଖାଦ୍ୟ ସାମଗ୍ରୀ ବିକ୍ରି ବୃଦ୍ଧି ଚାଲିଛି l ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ନିୟମିତ ଦୃଷ୍ଟି ଦେଉନଥିବାରୁ ଖାଉଟି ମହଲରେ ତିବ୍ର ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି l ବର୍ତ୍ତମାନ ପାର୍ବଣ, ପର୍ଯ୍ୟଟନ ତଥା ବର୍ଷା ଓ ଶୀତ ଋତୁକୁ ଆଖି ଆଗରେ ରଖି ବାଲିଗୁଡା ସମେତ ଜିଲ୍ଲାର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ରକୁ

ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଆଉ କିଛି ଦିନ ପରେ ଶାରଦୀୟ ଛୁଟିରେ ପ୍ରବଳ ଭିଡ଼ ଜମିବ। ହେଲେ ଅଞ୍ଚଳକୁ ଆସୁଥିବା ପର୍ଯ୍ୟଟକ ମାନେ କନ୍ଧମାଳରେ ଅମଳ ହେଉଥିବା ବିଶ୍ୱ ବିଖ୍ୟାତ ହଳଦୀ ସମେତ ମହୁ, ଝୁଣା, ଅଦା, ସୋରିଷ, ଗୋଲମରିଚ, କଫି, ଖୁଦ୍ରଦାନା ଶସ୍ୟ ମଧ୍ୟରେ କୁଏରୀ, କାଙ୍ଗୁ, ମାଣ୍ଡିଆ, ପାଳୁଅ ଆଦି କିଣିବାକୁ ବେଶ ଆଗ୍ରହ ପ୍ରକାଶ କରନ୍ତି, କିନ୍ତୁ ହଳଦୀ ଭଳି କିଛି  କିସମର ସାମଗ୍ରୀ  ଏଠାରେ ଉତ୍ପାଦନ କରାଯାଉଥିବା ବେଳେ କିନ୍ତୁ ତାକୁ ପ୍ରସ୍ତୁତି କରାଯିବା ପରେ ଗୁଣ୍ଡ ଆକାରରେ ବିକ୍ରୀ କରାଯାଉଛି। ଏକାଧିକ ରଙ୍ଗର ହଳଦୀ ଗୁଣ୍ଡ ବିକ୍ରି କରାଯାଉଥିବା ବେଳେ ଅନେକ ବ୍ୟବସାୟୀ ନକଲି ହଳଦୀ ଗୁଣ୍ଡ ଯାହାକି ବ୍ରହ୍ମପୁର ବଜାରରୁ ଅପମିଶ୍ରିତ ଗୁଣ୍ଡ ଆଣି କନ୍ଧମାଳର ପ୍ରତ୍ୟେକ ଅଞ୍ଚଳରେ ବିକ୍ରି କରାଯାଉଛି। ଏନେଇ ଖାଦ୍ୟ ନିରାପତ୍ତା ଓ ମାନଦଣ୍ଡ ଦାୟିତ୍ୱରେ ଥିବା ବିଭାଗ କୌଣସି ପଦକ୍ଷେପ ନେଉ ନ ଥିବାରୁ ପ୍ରକୃତ କନ୍ଧମାଳ ହଳଦୀ ବିକ୍ରି କରୁଥିବା ବ୍ୟବସାୟୀ ଓ ଜିଲା ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଯାଇଛି। ସେହିପରି ଦାରିଙ୍ଗବାଡି କଫି ବଗିଚା ସମ୍ମୁଖରେ କଫି ଗୁଣ୍ଡ ପ୍ରସ୍ତୁତ କରି ବିକ୍ରି କରାଯାଉଛି। ତେବେ ଜିଲା ପ୍ରଶାସନ ପକ୍ଷରୁ କଫି ସଂଗ୍ରହ କରିବାକୁ ପଦକ୍ଷେପ ନେଉ ନ ଥିବା ବେଳେ କଫି ପ୍ରସ୍ତୁତ ଓ ପ୍ୟାକିଂ କୌଣସି ସ୍ବୀକୃତିପ୍ରାପ୍ତ କମ୍ପାନୀ କିମ୍ବା ଜିଲା ପ୍ରଶାସନ ପକ୍ଷରୁ କରାଯାଉ ନ ଥିବା ବେଳେ ଦାରିଙ୍ଗବାଡି କଫି ନାମରେ ଲେବୁଲ ମାରି ଅବାଧରେ ବିକ୍ରି କରାଯାଉଛି, ଯାହାକି ଖାଉଟି ମାନଙ୍କ ଖାଦ୍ୟ ନିରାପତ୍ତା ଉପରେ ବିପଦ ରହିଥିବା ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଯାଉଛି। ଏହି କନ୍ଧମାଳ ଜିଲ୍ଲାରେ କେବଳ ହଳଦୀ ଛଡା ଅନ୍ୟ କୌଣସି ମସଲା ଜାତୀୟ ଯଥା ଡାଲଚିନି, ଗୁଜୁରାତି, ଜୁଆଣି, ଜୁଆଣିର ଫୁଲ, ଧଳା ସୋରିଷ, ଚେରୀ କୋଳି, ପୁସ୍ତା, ତେଜପତ୍ର, ଭଳି ସାମଗ୍ରୀ ଅମଳ ହେଉ ନ ଥିଲେ ସୁଦ୍ଧା କନ୍ଧମାଳ ଅଞ୍ଚଳର ନାମରେ ପ୍ୟାକିଂ କରି ବିକ୍ରି କରାଯାଉଛି । ଉକ୍ତ ଅଞ୍ଚଳରେ ଓଜନ ଓ ମାପ ବିଭାଗ ସହ ଖାଦ୍ୟ ନିରାପତ୍ତା ଓ ଏହାର ମାନଦଣ୍ଡକୁ ପରୀକ୍ଷା କରିବାକୁ ବିଭାଗ ବ୍ଲକ ସ୍ତରରେ ନ ଥିବାବେଳେ ଜିଲାସ୍ତରୀୟ ଅଧିକାରୀ ମାନେ ଏହାକୁ ଯାଞ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି। ଫଳରେ ଜିଲା ତଥା ଜିଲା ବାହାରୁ ଓ ବିଦେଶୀ ପର୍ଯ୍ୟଟକଙ୍କ ପାଇଁ ମଧ୍ୟ ଖାଦ୍ୟ ନିରାପତ୍ତା ନେଇ ବିପଦ ରହୁଛି। ଭୁବନେଶ୍ୱରର ଜଣେ ପର୍ଯ୍ୟଟକ ସମରେନ୍ଦ୍ର ସାହୁ କୁହନ୍ତି, ସେ ଅନେକ ଥର ଦାରିଙ୍ଗବାଡି ବୁଲିବାକୁ ଆସିଛନ୍ତି ହଳଦୀ ଗୋଟିଏ ପ୍ରକାର ଆମେ ଜାଣିଛୁ କିନ୍ତୁ ଏହି ଅଞ୍ଚଳରେ  କିଛି ବ୍ୟବସାୟୀ ମାନେ

ଅପମିଶ୍ରିତ ହଳଦୀ ବିଭିନ୍ନ ଦରରେ ବିକ୍ରି କରୁଛନ୍ତି। ସେଠାକାର ଜନଜାତି କିମ୍ବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନେ ସଠିକ ଅଞ୍ଚଳର ଅମଳ ସାମଗ୍ରୀ ବିକ୍ରି କରୁଛନ୍ତି ବୋଲି ସେ କହିଛନ୍ତି। ଏନେଇ କନ୍ଧମାଳ ଜିଲା ଖାଦ୍ୟ ନିରାପତ୍ତା ଓ ମାନଦଣ୍ଡ କର୍ତ୍ତୃପକ୍ଷ ସତ୍ୟବ୍ରତ ଷେଣ୍ଢଙ୍କୁ ପଚାରିବାରୁ ସେ କହିଛନ୍ତି, କେବଳ ହଳଦୀ ନୁହଁ ଏକାଧିକ ସାମଗ୍ରୀ ନକଲି ଆଶଙ୍କାରେ ଯାଞ୍ଚ ପାଇଁ ବିହିତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like