-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ଗାଇସିଲାଟ ବ୍ଲକସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ

22-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଗାଇସିଲାଟ ବ୍ଲକ ଅନ୍ତର୍ଗତ ଚିଖିଲି ସ୍ଥିତ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ରାମଲାଲ ବରିହାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକମାନଙ୍କ ଦଶମ ବ୍ଳକସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଶିକ୍ଷକ ଶ୍ରୀଯୁକ୍ତ ସରୋଜ କୁମାର ଧଳ ଅତିଥିମାନଙ୍କୁ ମଞ୍ଚକୁ ସ୍ୱାଗତ କରିଥିବାବେଳେ ଆୟୋଜକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ସୌଭାଗ୍ୟ ପଧାନ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଅନୀଲ କୁମାର ବେହେରା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।  ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଜୟକୁମାର ସାହୁ ସଭାରେ ସଭାପତିତ୍ୱ କରିଥିଲେ  । ଗତ ମାସର ସଭା ଆୟୋଜନ କରିଥିବା କଟାବାହାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ସୁଦର୍ଶନ ବାରିକ ପ୍ରଧାନ ଶିକ୍ଷକମାନଙ୍କଦ୍ଵାରା ଦିଆଯାଇଥିବା ପରାମର୍ଶ ଉପରେ ନେଇଥିବା କାର୍ଯ୍ୟାନୁଷ୍ଠାନର ତଥ୍ୟ ଉପସ୍ଥାପନ କରିଥିଲେ । ବ୍ଲକ୍ ଏମ୍.ଆଇ.ଏସ୍. ସଂଯୋଜକ ଶ୍ରୀ ନବୀନ ଭୋଇ ୟୁ-ଡାଇସ୍ ପ୍ଲସ୍ ବିଷୟରେ ପ୍ରଧାନଶିକ୍ଷକମାନଙ୍କୁ ବୁଝାଇଥିଲେ ଓ  ୟୁଡାଇସ୍ ଅପଡେଟ୍ ସ୍ଥିତି ପଚାରି ବୁଝିଥିଲେ । ଏ.ବି.ଇ.ଓ. ଶ୍ରୀଯୁକ୍ତ ଜୟକୁମାର ସାହୁ ମୌଳିକ ଭାଷା ଓ ସଂଖ୍ୟାଜ୍ଞାନ ଏବଂ ଜାତୀୟ ଉପଲବ୍ଧି ସର୍ବେକ୍ଷଣ ପାଇଁ ପ୍ରସ୍ତୁତି ବିଷୟ ଆଲୋଚନା କରିଥିଲେ ।ସାଧନକର୍ମୀ ବୁରୋମୁଣ୍ଡା ରାଜକୁମାର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ପ୍ରେମାନନ୍ଦ ବେହେରା ଉତ୍କର୍ଷ କାର୍ଯ୍ୟକ୍ରମ, ମାସିକ ପାଠ୍ୟକ୍ରମ ଯୋଜନା ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୪ ବିଷୟରେ ଆଲୋଚନା କରିଥିଲେ । ଅନ୍ୟତମ ସାଧନକର୍ମୀ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ହୋତା ଆକାଂକ୍ଷୀ କାର୍ଯ୍ୟକ୍ରମ, କ୍ଲବର କାର୍ଯ୍ୟକାରିତା ଏବଂ ଖାନ୍ ଏକାଡେମିର ଗଣିତ ଦକ୍ଷତା ବୃଦ୍ଧି ପଦକ୍ଷେପ ବିଷୟରେ ଆଲୋଚନା କରିଥିଲେ ।  ଶେଷରେ ସମସ୍ତ ପ୍ରଧାନ ଶିକ୍ଷକ ଆୟୋଜକ ବିଦ୍ୟାଳୟର ପରିଦର୍ଶନ କରି ନିଜ ନିଜ ମତାମତ ରଖିଥିଲେ । ବିଦ୍ୟାଳୟର ଛାତ୍ରୀମାନେ ଚିତ୍ତାକର୍ଷକ ସ୍ବାଗତ ଓ ବିଦାୟ ସଙ୍ଗୀତ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ଚିଖିଲିର ସମସ୍ତ ଶିକ୍ଷକ ଓ ଶିକ୍ଷା କର୍ମଚାରୀଙ୍କ ସହଯୋଗରେ ସଫଳ ହୋଇଥିଲା । ଶେଷରେ ଡାଙ୍ଗବାହାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ହେମନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like