-+91-9937148622 |
prerana_bgr@rediffmail.com |
Tuesday 29th September 2026 |
R.N.I. Regd No. ODIODI/2010/46693
Breaking News
22-Sep-2024
ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜର୍ଜ ହାଇସ୍କୁଲ ପଡ଼ିଆରେ ରାଜ୍ୟ ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ବିକାଶ ମେଳାରେ ଜିଲ୍ଲା ଶିକ୍ଷା ବିଭାଗର ସମଗ୍ର ଶିକ୍ଷା ଆନୁକୁଲ୍ୟରେ ଛାତ୍ର ଛାତ୍ରୀଙ୍କ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ସମ୍ପର୍କିତ ଏକ ପ୍ରଦର୍ଶନୀ ଷ୍ଟଲ୍ ଉଦଘାଟିତ ହୋଇ ଯାଇଛି ।ତା ୨୨ ରୁ ୨୪ ପର୍ଯ୍ୟନ୍ତ ଅନୁଷ୍ଟିତ ହେବାକୁ ଥିବା ଏହି ମେଳାରେ ବିଭିନ୍ନ ବିଭାଗର ପ୍ରଦର୍ଶନୀ ଷ୍ଟଲ୍ ରହିଥିବା ବେଳେ ଶିକ୍ଷା ବିଭାଗର ଏହି ଷ୍ଟଲ୍ ରେ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମ ସମ୍ବନ୍ଧରେ ବିବରଣୀ ସହିତ ଏଫ୍ ଏଲ ଏନ୍ ଟି ଏଲ ଏମ ସାମଗ୍ରୀ ସହିତ ଆଗାମୀ ଦିନରେ ପ୍ରତି ପଞ୍ଚାୟତରେ ନିର୍ମାଣ ହେବାକୁ ଥିବା ବିଭିନ୍ନ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ବିଦ୍ୟାଳୟର ମଡେଲ ପ୍ରଦର୍ଶିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତି କାନ୍ତ ସାହୁ ବରଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ଡ଼ ସୁରେନ୍ଦ୍ର ସାହୁ ଙ୍କ ସମେତ ଅଭିଜ୍ଞ ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ଉପସ୍ଥିତ ଥିଲେ ।