-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
28-Sep-2024
ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ,ପଦ୍ମପୁର ଠାରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀଯୁକ୍ତ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ବ କରିଥିଲେ । ପଦ୍ମପୁର ଅତିରିକ୍ତ ଜିଲ୍ଲା ବିଚାରପତି ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦ୍ବିବେଦୀ ମୁଖ୍ୟ ଅତିଥି , ବରିଷ୍ଠ ଦେୱାନି ବିଚାରପତି ଶ୍ରୀଯୁକ୍ତ ଦେବାଶିଷ ଦାସ ସ୍ଵତନ୍ତ୍ର ଅତିଥି ଓ ଭାବେ ରାଜବୋଡାସମ୍ବର ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ଲୋକନାଥ ଭୋଇ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ବର୍ତ୍ତମାନ ସମୟରେ ନାରୀ ସୁରକ୍ଷା ପାଇଁ ଆଇନର ବ୍ୟବସ୍ଥା ତଥା POCSO Act ବିଷୟରେ ଛାତ୍ରୀମାନଙ୍କୁ ଅବଗତ କରାଇଥିଲେ। ବିଦ୍ୟାଳୟର ଶିକ୍ଷୟତ୍ରୀ ରବୀନା ପଧାନ ସଭା ପରିଚାଳନା କରିଥିଲେ ଓ ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋସ୍ନା ରାଣୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ବିଦ୍ୟାଳୟର ମାନସ ରଞ୍ଜନ ଶତପଥୀ,ପୂଜାରାଣୀ ନାୟକ, ,ସଂଯୁକ୍ତା ଭୋଇ, ମନିଷା ଭୋଇ,ବୃନ୍ଦାବତୀ ସାହୁ , ଖୁସବୁ ବରିହା ,ଜ୍ୟୋତି ରେଖା ମହାନନ୍ଦ,ଚକ୍ରଧର ନାୟକ ,ପ୍ରଭାତୀ ପଟ୍ଟନାୟକ,ମମତା ମିଶ୍ର ,ସୁଷମା ଦାସ,ଦୁଷ୍ମନ୍ତ ଛତର,କମଳା କୁମ୍ଭାର କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ ।