-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ସପ୍ତମ ରାଷ୍ଟ୍ରୀୟ ପୋଷଣ ମାସ -୨୦୨୪ ପାଳନ ଉପଲକ୍ଷେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

28-Sep-2024



ବଲାଙ୍ଗିର: ଓଡିଶା ରାଜ୍ୟ ମହିଳା ଆୟୋଗଙ୍କ ଦ୍ବାରା ଆୟୋଜିତ, ଜିଲ୍ଲା ପ୍ରଶାସନ ଓ ସମାଜ ମଙ୍ଗଳ ବିଭାଗ ମିଳିତ ସହଯୋଗ ତଥା ରାଷ୍ଟ୍ରୀୟ ମହିଳା ଆୟୋଗଙ୍କ ସହାୟତାରେ ସପ୍ତମ ରାଷ୍ଟ୍ରୀୟ ପୋଷଣ ମାସ-୨୦୨୪ ଭୀମ ଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା ଡ. ମିନତୀ ବେହେରା ମୁଖ୍ୟ ଅତିଥିଭାବେ ଯୋଗଦାନ କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ ସମ୍ମାନୀତ ଅତିଥ୍‌ଭାବେ ଯୋଗଦାନ କରିଥିଲେ । ଶ୍ରୀମତୀ ରୀତାଞ୍ଜଳି ପ୍ରଧାନ, ଅଧ୍ୟାପିକ, ଫୁଡ ଓ ନିଉଟ୍ରିଶନ ବିଭାଗ, ହାଇ-ଟେକ ମେଡିକାଲ କଲେଜ ଓ ହସ୍ପିଟାଲ, ଭୁବନେଶ୍ବର, ଡ. ବର୍ଷା ରାନୀ ନାୟକ, ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ, ଡ. ଏନ ଟୁନା ସାହୁ, ପରାମର୍ଶଦାତା, ଓଡିଶା ରାଜ୍ୟ ମହିଳା ଆୟୋଗ ପ୍ରଭୃତି ବକ୍ତାଭାବେ ଯୋଗଦାନ କରିଥିଲେ । ଡ. ମିନତୀ ବେହେରା ନିଜ ଅଭିଭାଷଣରେ ଆୟୋଗଙ୍କ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିବା ସହ କୁପୋଷଣ ଦୂର କରି ମହିଳା, କିଶୋରୀ ଓ ଶିଶୁମାନଙ୍କ ସୁସ୍ଥ ଜୀବନ ସମ୍ପର୍କରେ ଆଲୋଚନା କରିଥିଲେ । ଏହି ସଚେତନତା କାର୍ଯ୍ୟକ୍ରମର ପ୍ରାରମ୍ଭରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସୁଷମା ମହାପାତ୍ର ସ୍ବାଗତ ଭାଷଣ ଦେଇଥିବା ବେଳେ ବକ୍ତାମାନେ ନିଜ ନିଜର ବକ୍ତବ୍ୟ ମାଧ୍ୟମରେ ଗର୍ଭବତୀ ମହିଳା, ସ୍ତନ୍ୟପାନ କରାଉଥିବା ମହିଳା, କିଶୋରୀ ଓ ଶିଶୁମାନେ ଶିକାର ହେଉଥ‌ିବା କୁପୋଷଣ ଦୂର କରିବା ପାଇଁ ସଚେତନତା ବାର୍ତ୍ତା ପ୍ରଚାର କରିବା ସହ ଏନେମିଆ ମୁକ୍ତ ଭାରତ ନିର୍ମାଣ ପାଇଁ ଆହ୍ଵାନ ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପୋଷଣ ସଂଯୋଜକ ଶାଶ୍ବତ ପାଣିଗ୍ରାହୀ ଉପସ୍ଥିତ ରହି ଜିଲ୍ଲାରୁ କୁପୋଷଣ ଦୂର କରି ରକ୍ତହୀନତା ରୋଗ ଦୂର କରିବା ନିମିତ୍ତ ସଚେତନତା କରିବା ଉପରେ ଗୁରୁତ୍ବାରୋପ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅଙ୍ଗନୱାଡି କର୍ମୀମାନଙ୍କ ଦ୍ବାରା ସୁଷମ ଖାଦ୍ୟର ପ୍ରଦର୍ଶିନୀ ଷ୍ଟଲ ଓ ବାର୍ତ୍ତା ପ୍ରଚାର କରଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ପ୍ରକଳ୍ପ ଅଧିକାରୀ, ପରିଦର୍ଶୀକା, ପୋଷଣ ସଂଯୋଜକ, ଅଙ୍ଗନୱାଡି କର୍ମୀ, ସହାୟୀକା, ମହିଳା, କିଶୋର ବାଳକ, ବାଳିକା ପ୍ରଭୃତି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଶ୍ରୀ ଶାଶ୍ବତ ପାଣିଗ୍ରାହୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ରାଜ୍ୟ ମହିଳା ଆୟୋଗର ଶ୍ରୀ ଦେବାଶିଷ ମହାନ୍ତି କାର୍ଯ୍ୟକ୍ରମର ସୁପରିଚାଳନା କରିଥିବା ବେଳେ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟର ଶ୍ରୀମତୀ ମିନତୀ ମିଶ୍ର ଏବଂ ସୁଶ୍ରୀ ଶିବାନୀ ଠାକୁର ସଭା କାର୍ଯ୍ୟ ପରିଚାଳନରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like