-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
30-Sep-2024
ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଥିବା ଶିକ୍ଷକ ଭବନ ଠାରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା, ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ନିରୁପମା ଷଡ଼ଙ୍ଗୀ ଏବଂ ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀମତୀ ସ୍ନେହା ଅରଗୁଲା, ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ବିକ୍ରମ ପଟ୍ଟନାୟକ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।ସୂଚନାଯୋଗ୍ୟଯେ, ଉକ୍ତ ଶିବିରରେ ୩ ଗୋଟି ତିନିଚକିଆ ସାଇକେଲ ପ୍ରଦାନ କରାଯିବା ସହ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୧୬୦ ଗୋଟି ଅଭିଯୋଗ ମଧ୍ୟରୁ ୧୩୬ ଗୋଟି ବ୍ୟକ୍ତିଗତ ଏବଂ ୨୪ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ଶ୍ରୀଯୁକ୍ତ ଗୋୟଲ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।