-+91-9937148622 |
prerana_bgr@rediffmail.com |
Thursday 24th September 2026 |
R.N.I. Regd No. ODIODI/2010/46693
Breaking News
03-Oct-2024
ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ କନଗାଁ କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରେ ଆନ୍ତର୍ଜାତୀୟ ବରିଷ୍ଠ ଦିବସ ପାଳିତ ହୋଇ ଯାଇଛି । ଅପରାହ୍ନରେ କନଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗଣନାଥ ବାରିକଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ତୁଳାରାମ ମେହେର, ସମ୍ମାନୀତ ଅତିଥି ଭାବରେ କନଗାଁ ସି ଆର ସି ସି କେଦାରନାଥ ସାହୁ, ପରିଚାଳନା କମିଟିର ସଭାପତି ଦୁର୍ବାଦଳ ସାହୁ ଯୋଗଦେଇ ଛାତ୍ର ଛାତ୍ରୀଙ୍କୁ ଦିବସର ତାତ୍ପର୍ଯ୍ୟ ଉପରେ ବକ୍ତବ୍ଯ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷକ ପ୍ରଫୁଲ୍ଲ ପଣ୍ଡା ସଂଯୋଜନା କରିବା ସହ ଧନ୍ଯବାଦ ଅର୍ପଣ କରିଥିଲେ । ଏହି ଅବସରରେ ଛାତ୍ର ଛାତ୍ରୀଙ୍କ ସହ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଶପଥ ପାଠ କରିଥିଲେ । ସେହିପରି ପୂର୍ବାହ୍ନରେ ବରିହାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନଶିକ୍ଷକ ସଞ୍ଜୀବ କୁମାର ପଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ବରିଷ୍ଠ ନାଗରିକ ଦିବସ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ କନଗାଁ ସି ଆର ସି ସି କେଦାରନାଥ ସାହୁ ଯୋଗଦେଇ ଉପସ୍ଥିତ ଛାତ୍ର ଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ । ଶିକ୍ଷକ ଶ୍ରୀବତ୍ସ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷୟିତ୍ରୀ ବିନିତା ସାହୁ, ବର୍ଷା ସାହୁ, ଗଣେଶ ମହାନନ୍ଦ ସହଯୋଗ କରିଥିଲେ ।