-+91-9937148622 |
prerana_bgr@rediffmail.com |
Monday 21st September 2026 |
R.N.I. Regd No. ODIODI/2010/46693
Breaking News
04-Oct-2024
ଶୁକ୍ରବାର ଦିନ ୧୦ ଘଣ୍ଟା ସମୟରେ ବୌଦ୍ଧ ଟାଉନ ହଲ ଠାରେ ପ୍ରାପ୍ତ ବୟସ୍କ ବ୍ୟକ୍ତିଙ୍କ ଯକ୍ଷ୍ମା ପ୍ରତିଷେଧକ ଟୀକାକରଣ ଅଭିଯାନ ଶୁଭାରମ୍ଭ ହୋଇଯାଇଛି | ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଶୁଭାରମ୍ଭ କରିଥିଲେ | ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଜୟକୃଷ୍ଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ବୌଦ୍ଧଗଡ ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମଦନ ମୋହନ ପ୍ରଧାନ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡାକ୍ତର ଭଞ୍ଜ କିଶୋର ରାମଚନ୍ଦ୍ର ଦେଓ ହେମ୍ବ୍ରମ, ଡାକ୍ତର
କିଶୋର ପଟ୍ଟନାୟକ, ବୌଦ୍ଧ ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ଅଧୀକ୍ଷକ ଡାକ୍ତର ସଂଘମିତ୍ରା ପଣ୍ଡା, ଜାତୀୟ ସ୍ବାସ୍ଥ୍ୟ ମିଶନର ଡି ପି ଏମ୍ ରୁପକ୍ ମହାପାତ୍ର ମଞ୍ଚାସୀନ ଥିଲେ | ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମିଶ୍ର ଉକ୍ତ ଅଭିଜାନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ସୁଚନା ଦେଇଥିଲେ |