-+91-9937148622 |
prerana_bgr@rediffmail.com |
Thursday 17th September 2026 |
R.N.I. Regd No. ODIODI/2010/46693
Breaking News
08-Oct-2024
ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ): ବଲାଙ୍ଗୀର ଜିଲା ଅସୁରଡୁଙ୍ଗୁରି ଗାଁ ମଠଖାଇ ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ମିଳିଛି। ହେଲେ ମୃତ ହାତୀର ଗୋଟିଏ ଦାନ୍ତ ନ ଥିବା ଏକ ବଡ଼ ସୂଚନା ମିଳିଛି। ଅନ୍ୟପକ୍ଷେ ଶିକାରୀ ହାତୀକୁ ଶିକାର କରି ଏକ ଦାନ୍ତ କାଟି ନେଇଥିବା ସ୍ଥନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।ଖବର ପାଇ ଘଟଣାସ୍ଥଳରେ ଡିଏଫ୍ଓ ସୁଦର୍ଶନ ବେହେରା ଓ ବନବିଭାଗ ଟିମ୍ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ହେଲେ ହାତୀର ବୟସ ୧୦ରୁ ୧୫ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ହାତୀର ବ୍ୟବଚ୍ଛେଦ ପରେ ପୋତି ଦିଆଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ଏପରିକି କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ ଘଟିଲା ସେନେଇ ବନ ବିଭାଗ ପକ୍ଷରୁ ତଦନ୍ତ କରାଯାଉଛି।