-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଦେଶ ବିଦେଶ

ବିଶିଷ୍ଟ ଶିଳ୍ପପତି ରତନ ଟାଟା ଙ୍କ ୮୬ ବର୍ଷ ବୟସରେ ଦେହାନ୍ତ

10-Oct-2024



ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ରତନ ଟାଟା ଙ୍କ ଗତକାଲି ରାତିରେ ଦେହାନ୍ତ ହୋଇଯାଇଛି। ସେ ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ତାଙ୍କୁ ଗତ ସୋମବାର ଦିନ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲିଥିଲା। ହଠାତ୍ ରକ୍ତଚାପ କମିଯିବାରୁ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।ପରେ ତାଙ୍କୁ ଆଇସିୟୁ କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କର ମରଶରୀରକୁ ରାଷ୍ଟ୍ରୀୟ 

ସମ୍ମାନ ସହ ଅନ୍ତିମ ସଂସ୍କାର କରାଯିବା ପାଇଁ କୋଲାବା ସ୍ଥିତ ତାଙ୍କ ବାସଭବନକୁ ନିଆଯାଇଛି। ରତନ ଟାଟା ଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ ପାଇଁ ପୂର୍ବାହ୍ନ ୧୦ ଟା ରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଛି।ତାଙ୍କ ଶେଷ ଦର୍ଶନ ନିମନ୍ତେ ଭିଡକୁ ଆଖି ଆଗରେ ରଖି ଟ୍ରାଫିକ ନିୟନ୍ତ୍ରଣ ପାଇଁ ଗାଡ଼ି ପାର୍କିଂର ବ୍ୟବସ୍ଥା କରାଯାଇଛି ବୋଲି ମୁମ୍ବାଇ ପୁଲିସର ଦକ୍ଷିଣ ଜୋନର ଅତିରିକ୍ତ କମିଶନର ଅଭିନବ ଦେଶମୁଖ ସୂଚନା ଦେଇଛନ୍ତି। ତାଙ୍କ ମୃତଶରୀରକୁ ଦର୍ଶନ ପାଇଁ ଏନ୍ ସି ପି ଏ ରେ ରଖାଯିବ।
ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଦୀପକ କେଶରକର କହିଛନ୍ତି, ଶିଳ୍ପପତି ରତନ ଟାଟା ଙ୍କ ଦେହାନ୍ତ ଯୋଗୁଁ ମୁମ୍ବାଇରେ ରାଜ୍ୟ ସରକାର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଛନ୍ତି।
୧୯୩୭ ମସିହା ଡିସେମ୍ବର ମାସ ୨୮ ତାରିଖରେ ଜନ୍ମିତ ରତନ ଟାଟା ମୁମ୍ବାଇର କ୍ୟାଥେଡ୍ରାଲ୍ ଏବଂ ଜନ୍ କନନ୍ ସ୍କୁଲରୁ ପ୍ରାରମ୍ଭିକ ଶିକ୍ଷlଗ୍ରହଣ କରିଥିଲେ। ଆମେରିକାର କର୍ଣ୍ଣେଲ ବିଶ୍ଵବିଦ୍ୟାଳୟରେ ସେ ତାଙ୍କ ଉଚ୍ଚଶିକ୍ଷା ଲାଭ କରି ସେଠାରେ ସେ ଅର୍କିଟେକ୍ଚର୍ ଏବଂ  ଷ୍ଟ୍ରକ୍ଚରାଲ୍ ଇଞ୍ଜିନିୟରିଙ୍ଗରେ ଡିଗ୍ରୀ ହାସଲ କରିଥିଲେ।
୧୯୬୨ ମସିହାରେ ସେ ଟାଟା ଗ୍ରୁପରେ ଯୋଗ ଦେବା ପୂର୍ବରୁ ଆମେରିକାରେ କିଛି ସମୟ କାମ କରିଥିଲେ।୧୯୮୧ମସିହାରେ ସେ ଟାଟା ଇଣ୍ଡଷ୍ଟ୍ରିଜ୍ ର ଅଧ୍ୟକ୍ଷ ପଦବୀ ଅଳଙ୍କୃତ କରିଥିଲେ।୧୯୯୧ ରେ ଜେ.ଆର୍.ଡି ଟାଟା ଙ୍କ ଅବସର ପରେ ରତନ ଟାଟା ସନ୍ସ୍ ର ଅଧ୍ୟକ୍ଷ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ।
୧୯୯୬ ମସିହାରେ ସେ ଟାଟା ଟେଲି ସର୍ଭିସେସ ପ୍ରତିଷ୍ଠା କରିଥିଲେ।ଫଳସ୍ୱରୁପ୍ ଟେଲିକମ କ୍ଷେତ୍ରରେ ଏହି ଗ୍ରୁପର ସମ୍ପ୍ରସାରଣ ହୋଇ ପାରିଥିଲା।
ଟାଟା ସଂସ୍ସ ରେ ତାଙ୍କର ନେତୃତ୍ୱ ସମୟରେ ସେ ଟେଟଲି, କୋରସ, ଏବଂ ଜାଗୁଆର ଲ୍ୟାଣ୍ଡ ରୋଭର ଭଳି କମ୍ପାନୀକୁ ଅଧିଗ୍ରହଣ କରି ଟାଟା ଗ୍ରୁପକୁ ଏକ ଘରୋଇ କମ୍ପାନୀରୁ ଏକ ବିଶ୍ବସ୍ତରୀୟ ପାୱାର ହାଉସରେ ପରିଣତ କରିଥିଲେ।
୨୦୧୨ ରେ ରତନ ଟାଟା ଅବସର ନେଲାପରେ ତାଙ୍କ ସ୍ଥାନରେ 

ସାଇରସ୍ ମିସ୍ତ୍ରୀଙ୍କୁ ଦାୟିତ୍ଵ ଦିଆଯାଇଥିଲା। ସେ ୨୦୨୨ରେ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ।
ରତନ ଟାଟା ଙ୍କର ବଳିଷ୍ଠ ନେତୃତ୍ବ ଯୋଗୁଁ ୧୦୦ ବିଲିୟନ ଡଲାରରୁ ଅଧିକ ମୂଲ୍ୟର ଏକ ବିଶ୍ବ ବ୍ୟବସାୟିକ ସାମ୍ରାଜ୍ୟରେ ପରିଣତ ହୋଇଥିଲା। ସେ ଆଉ ଇହ ଜଗତରେ ନାହାନ୍ତି।

ପ୍ରେରଣା ପରିବାର ତରଫରୁ ତାଙ୍କର ଅମର ଆତ୍ମା ର ସଦଗତି ପାଇଁ ଭକ୍ତିପୂତ ଅଶ୍ରୁଳ  ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛୁ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like