-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ବିଜେପୁର ଦୁର୍ଗା ପୂଜା କମିଟି ପକ୍ଷରୁ ମିଠା ଅନ୍ନ-ଭୋଗ ର ଆୟୋଜନ

13-Oct-2024



ବରଗଡ଼/ବିଜେପୁର(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଦୁର୍ଗାପୂଜା କମିଟି ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତ ମାନଙ୍କୁ ଦୃଷ୍ଟିରେ ରଖି ବିଜେପୁର ରାବଣ ପୋଡି ପଡିଆ ପରିସରରେ  ମିଠାଅନ୍ନ ଭୋଗର ଆୟୋଜନ କରାଯାଇଛି। ପ୍ରସିଦ୍ଧ ରାବଣ ପୋଡି କାର୍ଯ୍ୟକ୍ରମ ସ୍ଥାନୀୟ ହାଇସ୍କୁଲ ଖେଳ ପଡିଆରେ ଅନୁଷ୍ଠିତ ହୋଇଥିଲା।ଶାନ୍ତି ଶୃଙ୍ଖଳାର ସହିତ ମାଁ ଦୁର୍ଗାଙ୍କୁ ବସଷ୍ଟାଣ୍ଡ ସ୍ଥିତ ମଣ୍ଡପରେ ଦର୍ଶନ କଲାପରେ ମାଁ ମାଉସୀଙ୍କ ଠାରୁ ଆରମ୍ଭ କରି ସର୍ବସାଧାରଣ ମିଠାଅନ୍ନ ଭୋଗ ଆସି ଠାକୁରାଣୀଙ୍କ ଠାରେ ସମର୍ପିତ ଅନ୍ନ ପ୍ରସାଦ ପାଇ ବେଶ ଧନ୍ୟ ମନେ କରିବା ସହ ବର୍ଷକ ଥରେ ଏଭଳି ଜନସାଧାରଣଙ୍କ ପାଇଁ ମିଠାଅନ୍ନ ଭୋଗ ବ୍ୟବସ୍ଥାକୁ ଜନସାଧାରଣ ଭୂୟସୀ ପ୍ରଶଂସା କରିଛନ୍ତି।କମିଟି ସଭାପତି ବିଜେପୁର ଜମିଦାର ତଥା ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ସନତ କୁମାର ଗଡତୀୟା,ସମ୍ପାଦକ ଜନାର୍ଦ୍ଦନ ପାଣିଗ୍ରାହୀ,ସହ ସମ୍ପାଦକ ପାଣ୍ତବ ପଧାନ, କୋଷାଧ୍ୟକ୍ଷ ଗଙ୍ଗାଧର ପଧାନ,ସହ କୋଷାଧ୍ୟକ୍ଷ ଅଜିତ କୁମାର ସାହୁ ଏବଂ କମିଟିର କାର୍ଯ୍ୟକର୍ତ୍ତା ସର୍ବଶ୍ରୀ:-ମହେଶ ଦେବତା, ସୁବ୍ରତ ରଥ,ଡ଼ା.ସୁଧିର ସାହୁ, ହୃଷିକେଶ ମେହେର, ଅନନ୍ତ ଗଡତୀୟା,ତାପସ ଗଡତୀୟା, ନବୀନ ସାହୁ,ଡିଲେଶ୍ୱର ଷଡ଼ଙ୍ଗୀ ତଥା ବିଭିନ୍ନ ଅନୁଷ୍ଠାନର ସଦସ୍ୟ ବୃନ୍ଦ ଏହି ମିଠା ଅନ୍ନଭୋଗ ବ୍ୟବସ୍ଥାକୁ ପରିଚାଳନା କରିଥିଲେ। ପରେ ପ୍ରସିଦ୍ଧ ରାବଣ ପୋଡି କାର୍ଯ୍ୟକ୍ରମ ତଥା ରାମଲୀଳା କାର୍ଯ୍ୟକ୍ରମ ମନଭରି ଉପଭୋଗ କରିଥିଲେ।ମହାରାଜ ଦଶାନନଙ୍କ ସଂଳ୍ପାପ ଓ ହାସ୍ୟରୋଳରେ ଗଗନ ପବନ ପ୍ରକମ୍ପିତ ହୋଇ ଉଠିଥିଲା। ପ୍ରଭୁ ଶ୍ରୀ ରାମଙ୍କ ଧନୂବାଣରେ ରାବଣଙ୍କୁ ବଦ୍ଧ କରା ଯାଇଥିଲା।ରାବଣଙ୍କ ପ୍ରତିମୁର୍ତ୍ତୀକୁ ଦହନ କରାଯାଇଥିଲା। ଏହି ସମସ୍ତ କାର୍ଯ୍ୟକ୍ରମକୁ ହଜାର ହଜାର ସଂଖ୍ୟାରେ ଦର୍ଶକ ଉପଭୋଗ କରିଥିଲେ।ଚଳିତ ବର୍ଷ ମନୋରଞ୍ଜନ ସକାଶେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ,ବଣିଆସାହି,ମଙ୍ଗଳାବାଗ କଟକର ଶ୍ରୀକ୍ଷେତ୍ର ଗଣନାଟ୍ୟ ଦିର୍ଘ ୪ ଦିନ ଧରି ଅନୁଷ୍ଠିତ ହୋଇଥିଲା। ଆଜି ଶ୍ରୀକ୍ଷେତ୍ର ଗଣନାଟ୍ୟ ଶେଷ ରଜନୀରେ ତାର ଅନୁସନ୍ଧାନ ମୂଳକ ନାଟକ "ବ୍ୟଭିଚାରିଣୀ" ମଞ୍ଚସ୍ଥ କରିବାକୁ ଯାଉଛି ବୋଲି ପରିଚାଳକ ସୁଶିଲ କୁମାର ପତି ଆମ ପ୍ରତିନିଧିଙ୍କୁ ଜଣାଇଛନ୍ତି।ତାକୁ ଦେଖିବାପାଇଁ ଲମ୍ବା ଲାଇନ ଦର୍ଶକଙ୍କ ସ୍ରୋତ ଦେଖିବାକୁ ମିଳିଛି।୧୪ ତାରିଖ ସୋମବାର ସକାଳ ବେଳା ମାଁ ଦୁର୍ଗାଙ୍କ ମୃମୟୀ ପ୍ରତୀମା ଭଷାଣୀ ଶୋଭାଯାତ୍ରା ଅନୁଷ୍ଠିତ ହେବ ବୋଲି କମିଟି ସୂତ୍ରରୁ ପ୍ରକାଶ। ଚଳିତ ବର୍ଷ ବିଜେପୁର ନବଦୁର୍ଗା ପୂଜା ଉତ୍ସବ ବହୁ ଆଡମ୍ବର ତଥା ଶାନ୍ତି ଶୃଙ୍ଖଳାର ସହ ଜନସାଧାରଣଙ୍କ ଅକୁଣ୍ଠ ସାହାଯ୍ୟ ସହଯୋଗରେ ସମାପନ ହୋଇଥିବାରୁ କମିଟିର ସମ୍ପାଦକ ଶ୍ରୀଯୁକ୍ତ ଜନାର୍ଦ୍ଦନ ପାଣିଗ୍ରାହୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like