-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ରାୟଗଡା ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ୭ ଦଫା ଦାବି ପତ୍ର ପ୍ରଦାନ

14-Oct-2024



ରାୟଗଡା ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ପକ୍ଷରୁ  ଜିଲ୍ଲାପାଳଙ୍କୁ ୭ ଦଫା ଦାବି ପତ୍ର ପ୍ରଦାନ କରାଯାଇଛି l ଦୀର୍ଘ ଦିନର ଦାବି ପୂରଣ ହୋଇନଥିବା ଯୋଗୁଁ କେନ୍ଦ୍ର ଏବଂ ରାଜ୍ୟ ଆଶା କର୍ମୀ ସଂଘର ନିଷ୍ପତ୍ତି କ୍ରମେ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ  ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ  ୭ ଦଫା ଦାବି ପତ୍ର ପ୍ରଦାନ କରାଯାଇଛି l ଏହି ଅବସରରେ ଆଜି ରାୟଗଡ଼ା ଗାନ୍ଧୀ ପାର୍କ ଠାରେ ଜିଲ୍ଲାର ସମସ୍ତ ଆଶା କର୍ମୀ ଏକତ୍ରିତ ହୋଇ ସଂଘର ଜିଲ୍ଲା ସଭାନେତ୍ରୀ  ତମାଳ ସାହୁକାର, ସମ୍ପାଦିକା ଗୀତାଞ୍ଜଳୀ ହିଆଲ ଏବଂ କୋଷାଧ୍ୟକ୍ଷ ପୁଷ୍ପାଞ୍ଜଳି ବେହୁରାଙ୍କ ନେତୃତ୍ବରେ ଏକ ବିରାଟ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ l କିଛି ସମୟ ଧାରଣା ଏବଂ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୭ ଦଫା ଦାବି ପତ୍ର ଡେପୁଟି କଲେକ୍ଟର ଲଳିତ ମଣ୍ଡଳଙ୍କୁ ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ  ମୂଖ୍ୟ ଅତିଥି ଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଂଘ ର ରାଜ୍ୟ ଉପ-ସଭାପତି ଶ୍ରୀ ଯୋଗେଶ୍ଵର ଦାସ,ସମ୍ମାନିୟ ଅତିଥି ଭାବେ ରାୟଗଡ଼ା ଜିଲ୍ଲା ସମ୍ପାଦକ ଶ୍ରୀ ଗଣେଶ କୁମାର ସାହୁ,ଓଡ଼ିଶା ରାଜ୍ୟ ଆଶା କର୍ମୀ ସଂଘର ରାଜ୍ୟ ଉପ ସଭାନେତ୍ରୀ ମମତା ବିଶ୍ଵାଳ,ଭାରତୀୟ ମଜଦୂର ସଂଘର ଜିଲ୍ଲା ସଭାପତି ମୋହନ ରାଓ ମାଝୀ, ଜିଲ୍ଲା ସହ-ସମ୍ପାଦିକା ନେହା ସିଂ,ଅରୁଣ କୁମାର ଲେଙ୍କା, ଆନନ୍ଦ ରାଓ, ସୁନ୍ଦର ରାଓ କାଡ୍ରାକା,ଆନନ୍ଦ ରାଉଳ,ସହ ଜିଲ୍ଲାର ୧୧ ଟି ବ୍ଳକରୁ ୨ ହଜାର ଉର୍ଦ୍ଧ୍ଵ ଆଶା କର୍ମୀ ଯୋଗ ଦେଇଥିଲେ । ଉଲେକ୍ଷିତ ଉକ୍ତ ୭ ଦଫା ଦାବି ମଧ୍ୟରେ ଜାତୀୟ ସ୍ଵାସ୍ଥ୍ୟ ମିଶନକୁ ସ୍ଥାୟୀ କରାଯାଉ l ଆଶା କର୍ମୀ ମାନଙ୍କୁ ସରକାରୀ କର୍ମଚାରୀ ଭାବେ ଘୋଷଣା କରାଯାଉ l ଯେଉଁ ପର୍ଯ୍ୟନ୍ତ ସରକାରୀ ମାନ୍ୟତା ଦିଆଯାଇନାହିଁ ସେମାନଙ୍କୁ ମାସିକ ୧୮ ହଜାର ଟଙ୍କା ପ୍ରଦାନ କରାଯାଉ l ଆଶା କର୍ମୀ ମାନଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ କରାଯାଉ l ଆଶା କର୍ମୀ ମାନଙ୍କୁ

ଅବସର କାଳୀନ ସମୟରେ ୫ ଲକ୍ଷ୍ୟ ଟଙ୍କା ପ୍ରଦାନ କରିବା ସହ ମାସିକ ୫ ହଜାର ଟଙ୍କା ପେନସନ ଦିଆଯାଉ l ସବୁ PHC / CHC ରେ ଆଶା ଗୃହ ନିର୍ମାଣ କରାଯାଉ l ଆଶା କର୍ମୀ ମାନଙ୍କୁ ଯାତାୟାତ ପାଇଁ ବିନା ସୁଧରେ ସ୍କୁଟି ଯୋଗାଇଦିଆ ଯାଉ l ସରକାର ଉକ୍ତ ଦାବି ଗୁଡ଼ିକୁ ତୁରନ୍ତ ଦୃଷ୍ଟି ଦେଇ ସମାଧାନ ନ କରନ୍ତି ତାହାହେଲେ ଆସନ୍ତା ଦିନରେ ଆଶା କର୍ମୀ ମାନେ ଭାରତୀୟ ମଜଦୂର ସଂଘର ସହଯୋଗରେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ ହେବୁ ବୋଲି ଉପସ୍ଥିତ ନେତୃବୃନ୍ଦ ପ୍ରକାଶ କରିଥିଲେ।

 (ସୁପ୍ରିୟା ଷଡ଼ଙ୍ଗୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like