-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଦୁର୍ନୀତି ନିବାରଣ ସପ୍ତାହ ପାଳନ ପାଇଁ ପ୍ରସ୍ତୁତି ବୈଠକ 

18-Oct-2024



 ବୌଦ୍ଧରେ ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅକ୍ଟୋବର ୨୮ ଠାରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁଥିବା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ପାଇଁ ବିଭିନ୍ନ କାର୍ଯ୍ୟକ୍ରମର ଚୁଡାନ୍ତ କରାଯାଇଥିଲା । ଦୁର୍ନୀତି ବିରୋଧରେ ସଚେତନତା ପାଇଁ ୨୮ ଅକ୍ଟୋବର ୧୧ ଘଣ୍ଟା ସମୟରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମେତ ଜ଼ିଲ୍ଲା ର ସମସ୍ତ ସରକାରୀ,ବେସରକାରୀ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀମାନେ ସମୁହ ଶପଥ ପାଠ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ୨୯ ତାରିଖ ଦିନ ହରଭଙ୍ଗାବ୍ଲକ,୩୦ ତାରିଖରେ କଣ୍ଟାମାଳ ବ୍ଲକ ଏବଂ ୧ ନଭେମ୍ବର ରେ ବୌଦ୍ଧ ବ୍ଲକ ର ବିଭିନ୍ନ ଗ୍ରାମସଭାମାନଙ୍କରେ ଦୁର୍ନୀତି ନିବାରଣ ସଚେତନତା ସଭା ଅନୁଷ୍ଠିତ ହେବ । ବ୍ଲକର ବିଡିଓ ଏବଂ ତହସିଲଦାରମାନେ ଏହି କାର୍ଯ୍ୟକ୍ରମକୁ ଯୋଜନା ମୁତାବକ ସଫଳ କରାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ସେହିପରି ନଭେମ୍ବର ୧ ରେ ଏକ ସଚେତନତା ଶୋଭାଯାତ୍ରା ଜିଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ଦୁର୍ନୀତି ନିବାରଣ କାର୍ଯ୍ୟାଳୟରେ ପହଞ୍ଚିବ । ଦୁର୍ନୀତି ନିବାରଣ ସଚେତନତା ବାର୍ତ୍ତା ନେଇ ଏକ ସଚେତନତା ରଥ ବୌଦ୍ଧ ଜ଼ିଲ୍ଲା  ପରିକ୍ରମା କରିବ । ନଭେମ୍ବର ୨ ତାରିଖରେ ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସଭା ଜ଼ିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହ ଠାରେ ଏବଂ ୩ ତାରିଖରେ ସାମାଜିକ ଗଣମାଧ୍ୟମ ଜରିଆରେ ସଚେତନତା ବାର୍ତା ପ୍ରଦାନ କରାଯିବ । ଏନେଇ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦୁର୍ନୀତି ନିବାରଣ ସଚେତନତା ସଂପର୍କିତ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଚଳିତବର୍ଷ ଦୁର୍ନୀତି ବିରୋଧରେ ସଚେତନତା ପାଇଁ ସତ୍ୟ ନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତି ବିଷୟ ଆଧାରିତ ଆଲୋଚନା କରାଯିବ ବୋଲି ନିଷ୍ପତି ଗ୍ରହଣ କରାଯାଇଛି । ଏହି ବୈଠକ ରେ ବ୍ରହ୍ମପୁର ଭିଜିଲାନସ ଆରକ୍ଷୀ ଅଧିକ୍ଷକ ଗଣେଷ ପ୍ରଧାନ ଧନ୍ୟବାଦ ପ୍ରଦାନ କରିବା ସହିତ ସୁସ୍ଥ ସମାଜ ଗଠନ ତଥା ଦୁର୍ନୀତିର ମୁଳୋତ୍ପାଟନ ପାଇଁ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ଆହ୍ୱାନ କରିଥିଲେ । ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ପଣ୍ଡା ଦୁର୍ନୀତି ନିବାରଣ  ସଚେତନତା ସପ୍ତାହ କୁ ସଫଳ  କରିବା ପାଇଁ ସମସ୍ତଙ୍କୁ  ଆହ୍ୱାନ କରିଥିଲେ lଏହି ବୈଠକରେ  ଡିଏସପି ଭିଜିଲାନସ ବୌଦ୍ଧ ସୁରେଶ କୁମାର କହଁର,ଇନିସପ୍ଟେର ଜଗବନ୍ଧୁ ଅଙ୍ଗାରିଆଙ୍କ ସମେତ, ତହସିଲଦାର, ବୌଦ୍ଧ ଲଗ୍ନଜିତ ବେହେରା, ତହସିଲଦାର, ହରଭଙ୍ଗା   ବିଭୁ ପ୍ରସାଦ ସିଂ, ଜ଼ିଲ୍ଲା ଶିକ୍ଷା ଅଧିକାରୀ  ଗେନ୍ଦ୍ରl କୁଜୁର, ଜ଼ିଲ୍ଲା ମଙ୍ଗଳ  ଅଧିକାରୀ   ସୂର୍ଯ୍ୟ ନାରାୟଣ  ବେହେରା ଏବଂ ଅନ୍ୟ ଜିଲାସ୍ତରୀୟ ଅଧିକାରୀ,ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like