-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବୈତାଳି କ୍ଲଷ୍ଟରରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ :ସମ୍ବର୍ଦ୍ଧିତ ହେଲେ ଶିକ୍ଷାର୍ଥୀ ଏବଂ ଗୁରୁ

20-Oct-2024



ବରଗଡ଼/ଝାରବନ୍ଧ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି ଆଞ୍ଚଳିକ ସାଧନ କେନ୍ଦ୍ର ପକ୍ଷରୁ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଶନିବାର ଦିନ ଆୟୋୟିତ ହୋଇଥବା ଉକ୍ତ କାର୍ଯ୍ୟକ୍ରମରେ ବୈତାଳି କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ୧୧ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ।ଉଦଘାଟନି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅମଠି ଗ୍ରାମ ପଞ୍ଚାୟତ ସରପଞ୍ଚ ଲକ୍ଷେ ସିଂ ଥପାଙ୍କ ସହ ବୈତାଳି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ଵାମିତ୍ର ବାଗ,ଟୁହୁଙ୍ଗିଦାଦର ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସତ୍ୟାନନ୍ଦ ସେଠ ଯୋଗଦାନ କରିଥିଲେ।ଏହାପରେ ସିଆରସିସି  ଦିବସ କୁମାର ସାହୁ ଆନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।ବିଭିନ୍ନ ବର୍ଗର ପ୍ରତିଯୋଗିତା ମାନଙ୍କରେ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ।ଉଦ୍ଜାପନୀ  ଉତ୍ସବରେ ମୁଖ୍ୟ ଅତିଥି ଭାବେ ଝାରବନ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଶୁଭମ କୁମାର ପତି ଏବଂ ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ଦୟାନିଧି କୈବର୍ତ୍ତ ଯୋଗଦାନ କରିଥିଲେ।ବୈତାଳି ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଥିବା ଉକ୍ତ କାର୍ଯ୍ୟକ୍ରମରେ ସଙ୍ଗୀତ ଏବଂ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ପିଲାମାନେ ଲୋକକଳା ଉପରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ।
   ଉକ୍ତ କାର୍ଯ୍ୟକ୍ରମରେ ସିଆରସିସି ଶ୍ରୀ ସାହୁ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ସଭାର ଆୟୋଜନ କରିଥିଲେ ଯେଉଁଥିରେ କ୍ଲଷ୍ଟର ଅନ୍ତର୍ଗତ ୪ ଟି ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଜୀବନବ୍ୟାପୀ ସେବା ସମ୍ମାନରେ ସମ୍ମାନିତ କରିଥିଲେ।ସେମାନଙ୍କ ମଧ୍ୟରେ ଆସନ୍ତା ବର୍ଷ ଚାକିରୀ ରୁ ଅବସର ନେବାକୁ ଯାଉଥିବା ଅମଠି ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦିବ୍ୟକିଶୋର ପ୍ରଧାନ, ବୈତାଳି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବିଶ୍ଵାମିତ୍ର ବାଗ, ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ  ରାଜେନ୍ଦ୍ର ପାଣ୍ଡେ ଏବଂ ଅମଠି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ ସଂଯୁକ୍ତା କୁମ୍ଭାର ଙ୍କୁ ଉକ୍ତ ସମ୍ମାନ ପ୍ରଦାନ କରାଯାଇଥିଲା।ସେହିଭଳି ଭାବେ ଲଗାତାର ୨ ବର୍ଷ ଧରି ରାଜ୍ୟ ସ୍ତରୀୟ  କବାଡିରେ ଭାଗ ନେଇଥିବା ସନଦାଦର  ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ତନୟା ଷାଣ୍ଢଙ୍କୁ "ବୈତାଳି କ୍ଲଷ୍ଟର ଗୌରବ" ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା।ଡୁଙ୍ଗୁରିଚଢା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସ୍କୁଲ କ୍ୟାବିନେଟ ମୁଖ୍ୟମନ୍ତ୍ରୀ ଗିତେଶ୍ୱରୀ ସାହୁଙ୍କୁ ଶ୍ରେଷ୍ଠ କୁନି ମୁଖ୍ୟମନ୍ତ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା,ଟୁହୁଙ୍ଗିଦାଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ଯମୁନା ଥପାଙ୍କୁ ଶ୍ରେଷ୍ଠ ଶିଶୁ ସାମ୍ବାଦିକ ସମ୍ମାନ ପ୍ରଦାନ କରାଯାଇଥିଲା।ସନଦାଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଅଧ୍ୟକ୍ଷ କପିଳେନ୍ଦ୍ର ବାଗ ଙ୍କୁ ଶ୍ରେଷ୍ଠ ଏସ ଏମ ସି ଅଧ୍ୟକ୍ଷ ସମ୍ମାନ ଦିଆଯାଇଥିବା ବେଳେ ବୈତାଳି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟିକୁ ଶ୍ରେଷ୍ଠ ଏସ ଏମ ସି ସମ୍ମାନ ପ୍ରଦାନ କରାଯାଇଛି। ଶିକ୍ଷକ ଜୟଦେବ ପ୍ରଧାନ, ଜଗନ୍ନାଥ ପ୍ରଧାନ, ସବିତ ମହାଳିଙ୍ଗ ,ଫିରୋଜ ନାଗ ପ୍ରମୂଖ ମଞ୍ଚପରିଚାଳନା କରିଥିବା ବେଳେ ରାଜେଶ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like