-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||     

HOME   ଜିଲ୍ଲା

ବିଧାୟକ ଜେଲ୍‌ରେ, ନେତାଙ୍କୁ ବନ୍ଧ ବାନ୍ଧିବା ଚିନ୍ତା

06-Jan-2021



ଗୋଳନ୍ଥରା (ପ୍ରେରଣା ଖବର): ଗୋପାଳପୁର ବିଧାୟକ ଡ.ପ୍ରଦୀପ ପାଣିଗ୍ରାହୀ ଜନବିରୋଧୀ କାର୍ଯ୍ୟ ପାଇଁ ଦଳରୁ ବହିଷ୍କୃତ ହେବା ସହ ଟାଟା ମୋଟର୍ସରେ ଚାକିରି ଠକେଇ ମାମଲାରେ ଗିରଫ ହୋଇ ବର୍ତ୍ତମାନ ଜେଲ୍‌ରେ ଅଛନ୍ତି। ଏଭଳି ପରିସ୍ଥିତିରେ ଗୋପାଳପୁର ନିର୍ବାଚନମଣ୍ଡଳୀ ମୁରବିବିହୀନ ପାଲଟିଥିବା ବେଳେ ଆଗକୁ ଉନ୍ନୟନମୂଳକ କାମ କେମିତି ହେବ ଏବଂ ଦଳକୁ ଆଗକୁ ନେବା ଲାଗି କାହାକୁ ନେତୃତ୍ବ ଦିଆଯିବ ଏହାକୁ ନେଇ ନେତା ଓ କର୍ମୀଙ୍କୁ ଚିନ୍ତା ଘାରିଲାଣି। କାରଣ ଆଗକୁ ପୌର ଓ ପଞ୍ଚାୟତ ନିର୍ବାଚନ। ବେଳ ଥାଉଣୁ ‌ବନ୍ଧ ନବାନ୍ଧିଲେ କାଳେ ସବୁ ଓଲଟପାଲଟ ହୋଇଯିବ, ଏହି ଚିନ୍ତାରେ ତୁଙ୍ଗ ନେତା ମାନେ ରହିଛନ୍ତି। ଏଭଳି ଘଡ଼ିସନ୍ଧି ସମୟରେ ଆଜି ୩୦ଟି ଗାଡ଼ିରେ ନିର୍ବାଚନମଣ୍ଡଳୀ ଶତାଧିକ କର୍ମୀ ଦଳର ସାଂଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ବବି ଦାସଙ୍କୁ ଫେରାଦ୍ ହୋଇଛନ୍ତି। ସମ୍ପାଦକଙ୍କ ଡକରା କ୍ରମେ, କର୍ମୀ ମାନେ ଭୁବନେଶ୍ବର ଯାଇ ନିର୍ବାଚନମଣ୍ଡଳୀର ବିଭିନ୍ନ ସମସ୍ୟା ଓ ଅଟକିଥିବା ଅନେକ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଏହାସହ ନିର୍ବାଚନମଣ୍ଡଳୀର ଦାୟିତ୍ବ ସମ୍ଭାଳିବାକୁ ନେତୃତ୍ବ ଚୟନ ଉପରେ ଦୃଷ୍ଟିଆକର୍ଷଣ କରିଥିଲେ। ସାଂଗଠନିକ ସମ୍ପାଦକ ଶ୍ରୀ ଦାସ କହିଛନ୍ତି, ନିର୍ବାଚନମଣ୍ଡଳୀରେ ସାଂଗଠନିକ କାର୍ଯ୍ୟକ୍ରମ ଜାରି ରହୁ। ସୁପ୍ରିମୋଙ୍କ ନିର୍ଦ୍ଦେଶରେ ସମସ୍ତ କାମ ହେବ। କିନ୍ତୁ ଉନ୍ନୟନ କାର୍ଯ୍ୟରେ କୌଣସି ଅସୁବିଧା ଉପୁଜିବନି। ସାଂଗଠନିକ କଥା ଜିଲ୍ଲା ସଭାପତି ବୁଝିବେ। ଆବଶ୍ୟକସ୍ଥଳେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନିଆଯିବ ବୋଲି ଶ୍ରୀ ଦାସ କହିଥିଲେ। ପ୍ରଦୀପ ଜେଲ୍ ଯିବା ପରେ ଗୋପାଳପୁର ନିର୍ବାଚନମଣ୍ଡଳୀରେ ଏକ ମାସ ହେଲା ରାଜନୈତିକ ବାତାବରଣ ବେଶ୍ ସରଗରମ ‌ରହିଛି। ମଙ୍ଗ ଧରିବା ଲାଗି ଆଗ ଧାଡ଼ିର ନେତା ମାନେ ନିଜ ନିଜ ସମର୍ଥକଙ୍କୁ ନେଇ ଗୋଷ୍ଠୀ ତିଆରି କରି ଆସୁଥିଲେ। ରଙ୍ଗେଇଲୁଣ୍ଡା ବ୍ଲକ୍‌ର ୩୨ ପଞ୍ଚାୟତ ସମେତ କୁକୁଡ଼ାଖଣ୍ଡିର ୫ଟି ପଞ୍ଚାୟତ, ବ୍ରହ୍ମପୁର ମହାନଗର ନିଗମର ୫ଟି ୱାର୍ଡ଼ ଏବଂ ଗୋପାଳପୁର ଏନ୍‌ଏସିକୁ ନେଇ ଗଠିତ ଏହି ନିର୍ବାଚନମଣ୍ଡଳୀରେ ଦଳର ସାଂଗଠନିକ ଦାୟିତ୍ବ ଆଗକୁ କିଏ ନେବ ଏହାକୁ ନେଇ ଏ ଯାଏ ସସ୍‌ପେନ୍ସ୍ ଲାଗି ରହିଥିଲା। ଅଲଗା ଢଙ୍ଗରେ ନେତା ମାନେ ସଂଗଠନ ଗଢ଼ିବା ଚର୍ଚ୍ଚାକୁ ଅଧିକ ଖୋରାକ୍ ଯୋଗାଇଥିଲା। ଏଥିରେ ଜଣେ ମହିଳା ନେତ୍ରୀ ବି ଅଛନ୍ତି। ହେଲେ ଆଜି ସମସ୍ତେ ଏକାଠି ହୋଇ ଭୁବନେଶ୍ୱର ଯାଇ ରାଜ୍ୟ ସାଂଗଠନିକ ସମ୍ପାଦକଙ୍କୁ ଭେଟିବା ଆଲୋଚନାର ପ୍ରସଙ୍ଗ ହୋଇଛି। ତେବେ ନିର୍ବାଚନମଣ୍ଡଳୀ ସଂଗଠନ ଦାୟିତ୍ବ ଆଗକୁ କାହାକୁ ଦିଆଯିବ? ନିର୍ଦ୍ଦିଷ୍ଟ କାହାକୁ ଚୟନ କରାଗଲେ ସେ ସମସ୍ତଙ୍କୁ ସାଙ୍ଗରେ ନେଇ ଚାଲିପାରିବେ? ଏଭଳି ଅନେକ ଅସମାହିତ ପ୍ରଶ୍ନ ଦଳୀୟ ଶିବିରରେ ଆଲୋଚନା ଚାଲିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026

You Might Also Like