-+91-9937148622 |
prerana_bgr@rediffmail.com |
Tuesday 28th April 2026 |
R.N.I. Regd No. ODIODI/2010/46693
Breaking News
25-Oct-2024
ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଆଜି ବରଗଡ଼ ଜିଲ୍ଲା ପଦ୍ମପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ଜୁନିଅର ରେଡକ୍ରସ କାଉନସିଲର ମାନଙ୍କର ଏକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଯାଇଛି। ପଦ୍ମପୁର,ପାଇକମାଲ ଓ ଝାରବନ୍ଧ ବ୍ଲକର ସମୁଦାୟ ୩୬ ଜଣ କାଉନସିଲର ଏହି ଶିବିରରେ ପ୍ରଶିକ୍ଷଣ ଲାଭ କରିଥିଲେ। ମୁଖ୍ୟ ଅତିଥି ଭାବରେ ପାଇକମାଲ ବ୍ଲକର ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ ପତାକା ଉତ୍ତୋଳନ ପୂର୍ବକ କାର୍ଯ୍ୟକ୍ରମର ଆରମ୍ଭ ହୋଇଥିଲା। ପଦ୍ମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ହୋଇଥିବା ଉଦଘାଟନୀ ସଭାରେ ଝାରବନ୍ଧ ଗୋଷ୍ଠୀ ଶିକ୍ଷା ଶୁଭମ କୁମାର ପତି, ବାଳିକା ଉଚ୍ଚ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ, ପାଇକମାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନ, ଶେଷଦେବ ମେହେର ଓ ଚୋଳସୁନ୍ଦର ମେହେର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ଜିଲ୍ଲା ଜୁନିୟର ରେଡକ୍ରସ ଅଧିକାରୀ ହେମନ୍ତ କୁମାର ସାମଲ ଓ ଶୁଭଶ୍ରୀ ଭୋଇ ସାଧନ କର୍ମୀ ଭାବରେ ଯୋଗ ଦେଇଥିଲେ। ଉଦଯାପନୀ ସଭାରେ ସୋହେଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅମୃତା ସାହୁ ଓ ବିଜେପୁର ଗୋଷ୍ଠୀ ଶିକ୍ଷାଧିକାରୀ ନାରାୟଣ ଭୁଏ ଯୋଗ ଦେଇ ଯେ ବିଦ୍ୟାଳୟ ସ୍ତରରେ ଆର ସି ଆବଶ୍ୟକତା ବିଷୟରେ ଆଲୋକପାତ କରିଥିଲେ।ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ଏହି କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦନ କରିବାରେ ସହଯୋଗ କରିଥିଲେ।