-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଅନ୍ତର୍ନିହିତ ପ୍ରତିଭା ର ବିକାଶ ର ମାଧ୍ୟମ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ

28-Oct-2024



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର)/ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ  ର ଡୁଙ୍ଗୁରିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଉତ୍ସବକୁ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ବଲାଙ୍ଗୀର ର ଅଧ୍ୟକ୍ଷ ଡ଼କ୍ଟର ଗରୁଡ଼ଧ୍ୱଜ ବାରିକ ମୁଖ୍ୟ ଅତିଥିଭାବେ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ l ବ୍ଲକ ଶିକ୍ଷା ଅଧିକାରୀ ଗଣେଶ କିସାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ  ମେଲଚ୍ଛାମୁଣ୍ଡା ମହାବିଦ୍ୟାଳୟର ଓଡ଼ିଆ

ଅଧ୍ୟାପକ ପ୍ରଦୀପ କୁମାର ପଧାନ ମୁଖ୍ୟ ବକ୍ତା, ଡୁଙ୍ଗୁରିପାଲି ଅତିରିକ୍ତ ବ୍ଲକ ଉନ୍ନୟନ ଅଧିକାରୀ ଆନନ୍ଦ ଚନ୍ଦ୍ର ମିଶ୍ର,ସହ ଗୋଷ୍ଠୀ ଶିକ୍ଷାଧିକାରୀ ବଟକୃଷ୍ଣ ପାଢ଼ୀ ସମ୍ମାନିତ ଅତିଥିଭାବେ ଯୋଗଦାନ କରି ସୃଜନଶୀଳତା ର ବିକାଶ ପାଇଁ ସୁରଭି କାର୍ଯ୍ୟକ୍ରମ ର ଭୂମିକା ବିଷୟରେ ଆଲୋକପାତ କରିଥିଲେ l ଛାତ୍ରୀ ମାନେ ଫୁଲତୋଡ଼ା ଓ ଉତ୍ତରୀୟ ପ୍ରଦାନ କରି ଅତିଥି ଙ୍କୁ ସ୍ୱାଗତ କରିବା ପରେ ଦିଗଶିରା ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ସ୍ୱାଗତ ସଂଗୀତ ଗାନ କରିଥିଲେ l ଉଦଯାପନୀ ଉତ୍ସବ ରେ ଝାରସୁଗୁଡା ଏଲ ଏନ ମହାବିଦ୍ୟାଳୟ  ର ଅବସର ପ୍ରାପ୍ତ ଅଧ୍ୟକ୍ଷ ଡକ୍ଟର ମକରଧ୍ୱଜ ବିଶ୍ୱାଳ ମୁଖ୍ୟ ବକ୍ତା,ଡୁଙ୍ଗୁରିପାଲି ମେଡିକାଲ ଅଧିକ୍ଷକ ଡାକ୍ତର ରବୀନ୍ଦ୍ରନାଥ ପଣ୍ଡା ମୁଖ୍ୟ ଅତିଥି ,ଆଗଲପୁର ବ୍ଲକ ଶିକ୍ଷାଧିକାରୀ ଶ୍ୟାମ ମେହେର,ଉଲୁଣ୍ଡା ଗୋଷ୍ଠୀ ସହଶିକ୍ଷାଧିକାରୀ ମୁକେଶ ଭୋଇ, ତରଭା ଗୋଷ୍ଠୀ ସହଶିକ୍ଷାଧିକାରୀ କୃଷ୍ଣଚନ୍ଦ୍ର ପଣ୍ଡା, ଡୁଙ୍ଗୁରିପାଲି ସହ ଶିକ୍ଷାଧିକାରୀ ଗଞ୍ଜଲୁ ମିର୍ଧା ଓ ଜଗତ ମଲ୍ଲିକ ସମ୍ମାନିତ ଅତିଥିଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ l ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଅନୁଷ୍ଠିତ ଗୀତ, ସାଂସ୍କୃତିକ କାର୍ଯ୍ୟକ୍ରମ, ରଚନା ଲିଖନ, ସୃଜନଶୀଳ ଲିଖନ, କୁଇଜ, ବକ୍ତୃତା, ଚିତ୍ରକଳା, ଶିଳ୍ପକଳା, ଗଳ୍ପକଥନ, ଗଣିତ ଦୌଡ଼,ପ୍ରବନ୍ଧ ଲିଖନ,ତର୍କ, ବକ୍ତୃତା, ନୃତ୍ୟ,ଗଳ୍ପ କଥନ, କଳା ଉତ୍ସବ ପ୍ରତିଯୋଗିତା ରେ ପ୍ରଥମ, ଦ୍ଵିତୀୟ, ତୃତୀୟ ହୋଇଥିବା ଛାତ୍ରଛାତ୍ରୀ ଙ୍କୁ ଟ୍ରଫି ଓ ପ୍ରମାଣ ପତ୍ର ସହ ପୁରସ୍କୃତ କରାଯାଇଥିଲା l ଏହି ଅବସରରେ କଳା ଓ ସଂସ୍କୃତି ର ପ୍ରଚାର ପାଇଁ ଅତୁଳନୀୟ ଅବଦାନ ଥିବାରୁ

କଳାକାର ଶାଶ୍ୱତ ତ୍ରିପାଠୀ ଓ ଚୁମକି ପାଢ଼ୀ ଙ୍କୁ ସମ୍ମାନିତ କରାଯାଇଥିଲା l ସାଂସ୍କୃତିକ କାର୍ଯ୍ୟକ୍ରମ ରେ ବିଚାରକ ଭାବେ ଭକ୍ତ ଚରଣ ବାରିକ, ପ୍ରିୟଙ୍କା ସୁନା ଓ ରେଖାରାମ ବାଗ ଯୋଗଦେଇଥିଲେ l ଶେଷରେ ସ୍ଥାନୀୟ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କରମ ଚନ୍ଦ୍ର ବାରିକ ଧନ୍ୟବାଦ ଅର୍ପଣ କରିଥିଲେ l ପ୍ରଥମ ଓ ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି l ଡୁଙ୍ଗୁରିପାଲି ବ୍ଲକର  ଗଣମାଧ୍ୟମ ପ୍ରତିନିଧି, ସମସ୍ତ ୧୫ ଟି କ୍ଲଷ୍ଟର ର ସିଆରସିସି, ଶିକ୍ଷକ ଶିକ୍ଷୟିତ୍ରୀ,ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ,ଅଭିଭାବକ, ପୁରାତନ ଛାତ୍ରଛାତ୍ରୀ,ସ୍କାଉଟ ଗାଇଡ଼, ରେଡ଼କ୍ରସ, ଅଗ୍ନିଶମ ବିଭାଗ, ଆରକ୍ଷୀ ବିଭାଗ, ସ୍ୱାସ୍ଥ୍ୟ ବିଭାଗ ଓ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ଙ୍କ ସହଯୋଗ ଦ୍ୱାରା କାର୍ଯ୍ୟକ୍ରମ ଟି ଅତ୍ୟନ୍ତ ସୁବ୍ୟବସ୍ଥିତ ଢଙ୍ଗ ରେ ସମାପନ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like