-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ନଭେମ୍ବର ୧ ରୁ ଭୀମପାହାଡ ମହୋତ୍ସବ,ଯୋଗଦେବେ ୧୫ଟି ସାସ୍କୃତିକଦଳ, ମହୋତ୍ସବଲୋଗୋ ଉନ୍ମୋଚିତ

28-Oct-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଦେଓଗାଁବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମଡୁଙ୍ଗୁରୀଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ନଭେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ୧୦ମ ଭୀମପାହାଡ ମହୋତ୍ସବ ଅନୁଷ୍ଠିତ ହେବ । ଏହା ୧୦ମ ବର୍ଷରେ ପଦାର୍ପଣ କରିସାରିଛି । ଅଞ୍ଚଳବାସୀଙ୍କ ସହଯୋଗରେ ଭୀମପାହାଡ ମହୋତ୍ସବ କମିଟି ଓ ଗିରୀଗୋବର୍ଦ୍ଧନ ପୂଜାକମିଟି ଏହାକୁ ଆୟୋଜନ କରୁଛି । ଏହି ମହୋତ୍ସବ ପାଇଁ କମିଟି ପକ୍ଷରୁ ବଲାଙ୍ଗୀର ସାମ୍ବାଦିକ ଭବନଠାରେ ଏକ ସାମ୍ବାଦିକ ସମ୍ବିଳନୀ ଆୟୋଜନ କରାଯାଇ ମହୋତ୍ସବ ନେଇ ଗଣମାଧ୍ୟମକୁ ସୂଚନା ଦିଆଯାଇଛି । ମହୋତ୍ସବ କମିଟିର ଅଧ୍ୟକ୍ଷ ତଥା ଦେଓଗାଁ ବ୍ଲକର ପୂର୍ବତନ ବ୍ଲକଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ବିଳନୀରେ ମୁଖ୍ୟଅତିଥି ଭାବରେ ଜିଲ୍ଲାପରିଷଦର ସଭାପତି ଦେବକୀ ସାହୁ, ସମ୍ମାନୀତ ଅତିଥି ଭାବରେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ,ସଂସ୍କୃତି ଗବେଷକ ଡ.ଘାସିରାମ ମିଶ୍ର ଓ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଯୋଗଦେଇ ଏହି ମହୋତ୍ସବର ଲୋଗୋକୁ ଉନ୍ମୋଚନ କରିଥିଲେ । କମିଟିର ଅଧ୍ୟକ୍ଷ ଲକ୍ଷ୍ମଣ ମେହେର ଏହି ଅବସରରେ ସୂଚନା ଦେଇ କହିଛନ୍ତି ଯେ,ଗଣମାଧ୍ୟମ ଭୀମଡୁଙ୍ଗୁରୀର ଇତିହାସକୁ ଲୋକଲୋଚନକୁ ଆଣିଥିଲା ଯାହା ଫଳରେ ରାଜ୍ୟସରକାର ଏହାକୁ ଏକ ପର୍ଯ୍ୟଟନସ୍ଥଳିର ମାନ୍ୟତା ଦେଲେ ଓ ଅନେକଗୁଡିଏ ବିକାଶମୂଳକ କାମ ଚାଲିଛି । ଭୀମପାହାଡ ମହୋତ୍ସବ ଜରିଆରେ ସ୍ଥାନୀୟ ଲୋକଙ୍କୁ ଏକତ୍ରିତ କରି ଅଞ୍ଚଳର ବିକାଶ କାମକୁ ଆଗେଇ ନିଆଯାଉଛି । ଭୀମପାହାଡରେ ଆଗକୁ ଏକ

ହରିଣପାର୍କ,ସ୍ୱାଧିନତା ସଂଗ୍ରାମୀ ଧରମସିଂ ମାଝୀମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଓ ଏକ ଆଦିବାସୀ ମ୍ୟୁଜିୟମ ସ୍ଥାପନ କରିବାକୁ ପ୍ରୟାସ ଚାଲିଛି । ସେହିପରି ଭୀମଡୁଙ୍ଗୁରୀର ଐତିହ୍ୟର ଗବେଷଣା ପାଇଁ ବିଶ୍ୱବିଦ୍ୟାଳୟଗୁଡିକୁ ଅନୁରୋଧ କରାଯାଇଛି ବୋଲି ଶ୍ରୀ ମେହେରସୂଚନା ଦେଇଥିଲେ । ମହୋତ୍ସବ ଆସନ୍ତା ନଭେମ୍ବର ୧ ତାରିଖରୁ କଳସଯାତ୍ରାରୁ ଆରମ୍ଭ ହୋଇ ୫ତାରିଖ ପର୍ଯ୍ୟନ୍ତ ମହୋତ୍ସବ ଚାଲିବ । ୫ଦିନ ଧରି ନାମସଂକିର୍ତ୍ତନ୍ୟ ସହ ଗିରିଗୋବର୍ଦ୍ଧନ ପୂଜା,ରାତିରେ କଂସଦରବାର ଓ ସାଂସ୍କୃତିକ ସଭା ତଥା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମହୋତ୍ସବରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୧୫ଟି ସାଂସ୍କୃତିକଦଳ ଯୋଗ ଦେଉଥିବା ବେଳେ ପ୍ରତିଦିନ ବିଶିଷ୍ଟକଳାକାର ରବିନ୍ଦ୍ର ସାହୁଙ୍କ ଟିମ କଂସଦରବାର କରିବେ । ନଭେମ୍ବର ୩ ତାରିଖରେ ଭୀମପାହାଡର ଅତିତ,ବର୍ତ୍ତମାନ ଓ ଭବିଷ୍ୟତ ଶୀର୍ଷକ ଏକ ଆଲୋଚନାଚକ୍ର ମଧ୍ୟ ଅନୁଷ୍ଠିତ ହେବ । ଏଥିରେ ଦେଓଗାଁ ବ୍ଲକ ଓ ଆଖପାଖର ୧୦ଟି ହାଇସ୍କୁଲ ଓ କଲେଜର ୧୫୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ଅଧ୍ୟାପକମାନେ ଯୋଗଦେବେ । ମହୋତ୍ସବରେ ପ୍ରଥମଦିନରେ ପୂର୍ବତନ ବିଧାୟକ ବିନୋଦ ପାତ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ । ସେହିପରି ଦ୍ୱିତୀୟ ଦିନରେ ରାଜ୍ୟସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣ,ଇଲେକ୍ଟ୍ରୋନିକ୍ସ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ, ତୃତୀୟ ଦିନରେ ବଲାଙ୍ଗୀର ବିଧାୟକ କଳିକେଶନାରାୟଣ ସିଂଦେଓ,ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ,ପୌରାଧ୍ୟକ୍ଷା ଲିକା ସାହୁ,ଚତୁର୍ଥ ସଂଧ୍ୟାରେ ରାଜ୍ୟସଭା ସାଂସଦ 

 ସୁଲତା ଦେଓ ଓ ନିରଂଜନ ବିଶି ଅତିଥି ଭାବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଚଳିତବର୍ଷ ଗୌରଗୋଠ ଗ୍ରାମର ପାଟଖଣ୍ଡା ମହୋତ୍ସବ କମିଟି,ନୂଆପାଲି ଧନୁଯାତ୍ରା କମିଟି,ବଲାଙ୍ଗୀର ମାହେଶ୍ୱରୀ ସ୍ୱେଚ୍ଛାସେବୀ ସଂଗଠନ, ଓପିଏସସିରେ ସଫଳ ହୋଇଥିବା ଦେଓଗାଁ ବ୍ଲକର ଡ.ଆଲିସା ମେହେର ଓ ଗବେଷିକା ଡ.ସଂଧ୍ୟାରାଣୀ ସାହୁଙ୍କୁ ସମ୍ବର୍ଦ୍ଧିତ କରିବାକୁ ସ୍ଥିର କରାଯାଇଛି । ଠିକ ସେହିପରି ମକୁନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଓ ସମିତିସଭ୍ୟମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଉଥିବା କମିଟିର ଅଧ୍ୟକ୍ଷ ଶ୍ରୀ ମେହେର ସୂଚନା ଦେଇଥିଲେ । ଆଜିର ଏହି ସାମ୍ବାଦିକ ସମ୍ବିଳନୀରେ ମହୋତ୍ସବ କମିଟିର ସଭାପତି ପ୍ରମୋଦ ବହିଦାର,ସଂପାଦକ ଗୋବର୍ଦ୍ଧନ ସାହୁ,କୋଷାଧ୍ୟକ୍ଷ ଅଭିମନ୍ୟୁ ମାଝୀ,ମକୁନ୍ଦପୁର ସରପଞ୍ଚ ଜାନକି ସାହୁ,ଶୈଳେନ୍ଦ୍ର ସାହୁ,ମଧୁସୂଦନ ନାଏକ,ପୂର୍ବତନ ବ୍ଲକଅଧ୍ୟକ୍ଷା ରୀନା ମେହେର,ନନ୍ଦିକିଶୋର ନାଏକ,ରାଜେଶକୁମାର ନାଏକ, ଦୟା ମହାକୁର,ଜତନ ବାରିକ,ବାସୁଦେବ ସା ଓ ଥବିର କମ୍ପ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like