-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରାୟଗଡାରେ ପଥ ଉତ୍ସବ ଅନୁଷ୍ଠିତ

29-Oct-2024



* ସମ୍ଭାବ୍ୟ ଭୋଟରଙ୍କ ମଧ୍ୟରେ ପ୍ରତିଯୋଗିତା ଅନୁଷ୍ଠିତ 
* ୱାକେଥନରେ ସାମିଲ ହେଲେ ଜିଲ୍ଳାବାସୀ ।
* ସାଂସ୍କୃତିକ କାର୍ଯ୍ୟକ୍ରମ  ମୋହିଲା ଭୋଟରଙ୍କ ମନ।

    ରାୟଗଡ଼ା (ସୁପ୍ରିୟା ଷଡଙ୍ଗୀ):  ମଙ୍ଗଳବାର ସକାଳ ରାୟଗଡା ସହର ହେଲା ଉତ୍ସବ ମୁଖର। ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ  ଅଧିକାରୀ ପାରୁଲ ପଟ୍ଟାୱରୀଙ୍କ ନିର୍ଦ୍ଦେଶ କ୍ରମେ ରାୟଗଡ଼ା ସଦର ମହକୁମାରେ ଆୟୋଜିତ ହେଲା  ପଥ ଉତ୍ସବ। ହଜାର ହଜାର ସଂଖ୍ୟାରେ ଶିକ୍ଷକ, ଛାତ୍ରୀ, ଛାତ୍ର, ସରକାରୀ କର୍ମକର୍ତ୍ତା,  ପ୍ରଶାସନ, ବିଭିନ୍ନ କ୍ଲବ ଓ ସଂଗଠନର କର୍ମକର୍ତ୍ତା, ବରିଷ୍ଠ ନାଗରିକ ଓ ଜନସାଧାରଣ ପଥ ଉତ୍ସବରେ ବ୍ଳକ କାର୍ଯ୍ୟାଳୟ ଛକରୁ ବାହାରି ନୂଆ ବସ୍ ଷ୍ଟାଣ୍ଡ ପର୍ଯ୍ୟନ୍ତ ଧାଡ଼ି ବାନ୍ଧି ସ୍ଳୋଗାନ ସହ ଆଗ୍ରହରେ ଯାଉଥିବା ଦେଖାଗଲା। କାହା

ହାତରେ ପ୍ଳାକାର୍ଡ଼, କିଏ କହୁଛି ସ୍ଲୋଗାନ,  ଅନେକେ ଶହେ ମିଟର ଲମ୍ବର ପଥ ଉତ୍ସବ ବ୍ୟାନର ଧରି ବଢୁଥିଲେ ଆଗକୁ,   ଯେପରି ଗଣତନ୍ତ୍ରର ସୂରକ୍ଷା ନିମନ୍ତେ ଆଗେଇ ଆସୁଛନ୍ତି ସଚେତନ ସୈନିକ। 
     ବସଷ୍ଟାଣ୍ଡ ସମ୍ମୁଖରେ ପଥ ଉତ୍ସବ ମଞ୍ଚରେ ଅତିରିକ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ନିର୍ବାଚନ ଅଧିକାରୀ ଭାସ୍କର ରଇତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଅନ୍ୟତମ ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦର ମୁଖ୍ୟ ବିକାଶ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କହଁର,ବିଶିଷ୍ଟ ଶିକ୍ଷାବିତ ତଥା ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ: ଦୁଷ୍ମନ୍ତ କୁମାର ମହାନ୍ତି, ରାୟଗଡା ଉପଜିଲ୍ଲାପାଳ ଶ୍ରୀମତୀ କଲ୍ଯାଣୀ ସଂଘମିତ୍ରା ଦେବୀ, ଉପ ନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ,  ଜିଲ୍ଲା ଶିକ୍ଷାଧିକାରୀ ବସନ୍ତ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।  ରାଷ୍ଟ୍ରର ପବିତ୍ର ସମ୍ବିଧାନ ଫଟୋଚିତ୍ରରେ ଧୂପ,  ଦୀପ ଓ ପୁଷ୍ପମାଲ୍ଯ ଅର୍ପଣ କରି ପ୍ରଥମେ ପୂଜା କରାଯାଇଥିଲା । ଡ: ମହାନ୍ତି ସକ୍ରିୟ ସୈନିକ ରୂପେ ଅଂଶଗ୍ରହଣ କରି ଗଣତନ୍ତ୍ରକୁ ସୁଦୃଢ କରିବା ନିମନ୍ତେ ଯୁବଗୋଷ୍ଠୀଙ୍କୁ ପ୍ରେରିତ କରିଥିଲେ    ।  ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଭାସ୍କର ରଇତ ସମ୍ଭାବିତ ଯୁବ ଭୋଟରଙ୍କ କର୍ତ୍ତବ୍ୟ ବିଷୟରେ ସଚେତନ କରିବା ସହ ପଥ ଉତ୍ସବରେ ଜିଲ୍ଲାବାସୀଙ୍କ ସକ୍ରିୟ ଅଂଶ ଗ୍ରହଣ କାର୍ଯ୍ୟକ୍ରମକୁ  ଅଧିକ କ୍ରିୟାଶୀଳ କରିବାରେ ସହାୟକ ହେବ ବୋଲି ପ୍ରକାଶ କରିଥିଲେ  । ମୁଖ୍ୟ ନିର୍ବାହୀ ଅଧିକାରୀ  ଶ୍ରୀଯୁକ୍ତ କହଁର ଶତ ପ୍ରତିଶତ ପଞ୍ଜୀକରଣ,  ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ଵ ଆରୋପ ସହ ସୁଦୃଢ ଗଣତନ୍ତ୍ର ଗଠନ ନିମନ୍ତେ ସଚେତନତା ସୃଷ୍ଟି  କରିଥିଲେ।  ଉପଜିଲ୍ଲାପାଳ ଶ୍ରୀମତୀ କଲ୍ଯାଣୀ ସଂଘମିତ୍ରା ଦେବୀ ସଭାର ଆଭିମୁଖ୍ୟ ପ୍ରକାଶ କରିବା

ସହ ସମସ୍ତ କାର୍ଯ୍ୟକ୍ରମର ଆୟୋଜନ କରିଥିଲେ। ଏହି ଅବସରରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ  ମଧ୍ୟରେ ଓଡ଼ିଆ ଓ ଇଂରାଜୀ ଭାଷାରେ ବକ୍ତୃତା, ଚିତ୍ରାଙ୍କନ, ଝୋଟି ଓ ରଙ୍ଗୋଲି ଆଦି ପ୍ରତିଯୋଗୀତା ମାନ ଉପଜିଲ୍ଲାପାଳ ଶ୍ରୀମତୀ କଲ୍ଯାଣୀ ସଂଘମିତ୍ରା ଦେବୀ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଦୀପ୍ତ କୁମାର ଦାଶଙ୍କ ଉପସ୍ଥିତିରେ ଆୟୋଜିତ କରି, ପଥ ଉତ୍ସବରେ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା। ଉଗ୍ରତାରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ୟୁ ଜି ଏମ ଆଇ ଟି, ମହିଳା ମହାବିଦ୍ୟାଳୟ  ତଥା ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର କଳାକାର ବୃନ୍ଦ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସେମାନଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମକୁ ଶିକ୍ଷକ ନୀଳାଞ୍ଚଳ ମିଶ୍ର ସଂଯୋଜନା କରିଥିଲେ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like