-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜନ୍ମମାଟିରେ  କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ 

01-Nov-2024



ଭୁବନେଶ୍ୱର(ପ୍ରେରଣା ଖବର): କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପ୍ରଥମ ଦିନରେ  ନିଜ ଗାଁ ରାଇକଳାରେ  କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି।

 ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ ପୂଜା ଓ ଦୀପାବଳି ଉତ୍ସବ ଏବଂ ଏହାକୁ ସେ ନିଜ ଗାଁରେ ପାଳନ କଲେ। 

ପ୍ରଥମେ ସେ ନିଜ ଗାଁ ମୁଣ୍ଡ ପଡ଼ିଆରେ ଗୋଠାଣି ପୂଜାରେ ଯୋଗ ଦେବାପରେ ନିଜ ପରିବାର ଓ ଆତ୍ମୀୟ ସ୍ୱଜନଙ୍କ ସହିତ ଦୀପାବଳି ପାଳନ କରିଛନ୍ତି।

 ମୁଖ୍ୟମନ୍ତ୍ରୀଙ୍କ ସ୍ଵାଗତ ପାଇଁ ସଜାଇ ହେଇଥିଲା ରାଇକଳା ଗାଁ । ଗାଁ ଦାଣ୍ଡରେ ଝିଅ, ବୋହୁ ମାନେ ମୁରୁଜ ପକାଇଥିଲେ । ଏଥି ସହିତ କଳସ ସଜାଯାଇଥିଲା । ମୁଖ୍ୟମନ୍ତ୍ରୀ ଗାଁକୁ ଆସିଲା‌ ପରେ ଆରମ୍ଭ ହେଇଥିଲା ସ୍ଵାଗତ ସମ୍ବର୍ଦ୍ଧନାର ପର୍ବ । 

 କାଳୀପୂଜାରେ ଘରେ ପୂଜା କରିବା ସହ , ଗାଁରେ ଲୋକଙ୍କ ସହିତ ନିଜକୁ ଏଥିରେ ସାମିଲ୍ କରିଥିଲେ ମୁଖ୍ୟମନ୍ତ୍ରୀ । 

କାଳୀ ପୂଜାକୁ ସାନ୍ତାଳୀ ଭାଷା ରେ ' ସହରାଇ ' (ପେ ମାହଁଆ ) ବୋଲି କୁହାଯାଏ। ସହରାଇ (ପେ ମାହଁଆ) ୩ଦିନ ଧରି ପାଳନ କରାଯାଏ ।

 ପ୍ରଥମ ଦିନ କୁ 'ଗୋଟବଙ୍କା ' ନାମରେ ପାଳନ କରାଯାଏ। ସେହିଦିନ ଅଣ୍ଡା ପୂଜା କରି ସାହି ର ସବୁ ବଳଦ ଗାଇ କୁ ନେ଼ଇ ଅଣ୍ଡା ମଡାଯାଏ, ଦ୍ୱିତୀୟ ଦିନ କୁ ଗୋବର୍ଦ୍ଧନ ପୂଜା । ସାନ୍ତାଳୀ ଭାଷା ରେ ତାକୁ 'ଖଳା ବଙ୍କା 'ବୋଲି କୁହାଯାଏ, ଏହି ଦିନ କୁକୁଡା ପୂଜା କରାଯାଏ।
ତୃତୀୟ ଦିନ 'ବୁଢ଼ୀ ବନ୍ଦନା ' ତାକୁ ସାନ୍ତାଳୀ ଭାଷାରେ 'ଗାଏ ଖୁଣ୍ଟଉ ' ବୋଲି କୁହାଯାଏ, ସେହିଦିନ ବଳଦ ଗାଇ ମାନଙ୍କୁ ବନ୍ଦାପନା କରାଯାଇଥାଏ, ତାକୁ ସାନ୍ତାଳୀ ଭାଷା ରେ 'ଚୁମାଣା 'ବୋଲି କୁହାଯାଏ, ଏହିପରି ୩ ଦିନ ସହରାଇ ପାଳନ କରାଯାଏ ।

 ଏହା ଅବସରରେ ମୁଖ୍ୟମନ୍ତ୍ରୀ ମାଦଳ ବଜାଇ ଗ୍ରାମବାସୀଙ୍କ ସହ  ସହରାଇ ପୂଜା ମନାଇଥିଲେ । ଶେଷରେ ଝିରିଝିରି ବାଣ ଫୂଟାଇ ଦୀପାବଳିମନାଇବା ସହିତ ରାଜ୍ୟବାସୀଙ୍କୁ ଶୁଭେଛା ଓ ଶୁଭକାମନା ଜଣାଇଥିଲେ ।

ଆସନ୍ତାକାଲି ମଧ୍ୟ ମୁଖ୍ୟମନ୍ତ୍ରୀ ନିଜ ଗାଁ ରାଇକଳାରେ ପାରମ୍ପରିକ ପୂଜାରେ ଯୋଗ ଦେବା ପରେ ଭୁବନେଶ୍ଵର ଫେରିଯିବାର କାର୍ଯ୍ୟକ୍ରମ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like