-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ରାଜ୍ୟ

ଟୀକାକରଣ ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ, ଆଗାମୀ ଦୁଇ ମାସ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

06-Jan-2021



ଭୁବନେଶ୍ବର, (ପ୍ରେରଣା ଖବର ବ୍ୟୁରୋ) - ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସଂପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍‌ ଶୀଘ୍ର ଶିକ୍ଷାନୁଷ୍ଠନ ଖୋଲିବାକୁ ଯାଉଛି । ତେଣୁ ଆଗାମୀ ୨ ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି। ଆଜି ରାଜ୍ୟରେ କୋଭିଡ ପରିସ୍ଥିତି ଓ ଟୀକାକରଣ ସଂପର୍କରେ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇଂଲଣ୍ଡ ତଥା ଇଉରୋପରେ କୋଭିଡର ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି ଏବଂ କେତେକ ଦେଶରେ ଲକ୍‌ ଡାଉନ ମଧ୍ୟ ପୁଣି ଲାଗୁ କରାଗଲାଣି । ତେଣୁ ଆମକୁ ଅଧିକ ସତର୍କତାର ସହିତ କୋଭିଡ ଗାଇଡ ଲାଇନ ପାଳନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।   

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତଙ୍କ ସହଯୋଗରେ  ଆମେ କୋଭିଡ ସଂକ୍ରମଣକୁ ସଫଳ ଭାବରେ ବର୍ତ୍ତମାନ ପର୍ଯ୍ୟନ୍ତ ନିୟନ୍ତ୍ରଣ କରିପାରିଛୁ । ଅଧିକାଂଶ ଜିଲ୍ଲା ଗ୍ରୀନ ଜୋନ୍‌ରେ ରହିଥିବା ବେଳେ ତୀଗ୍ର ସଂକ୍ରମଣ ପର୍ଯ୍ୟାୟ ଆମ ପାର୍‌ ହୋଇଯାଇଛୁ । ଏହି ସଫଳତା ପାଇଁ କଠିନ ପରିଶ୍ରମ କରିଥିବା ସ୍ବାସ୍ଥ୍ୟ କର୍ମୀ, ଡାକ୍ତର ଏବଂ ଆଗଧାଡିରେ ରହି କାମ କରୁଥିବା ସମସ୍ତ କୋଭିଡ ଯୋଦ୍ଧା ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ଏବଂ ଖୁବ୍‌ଶୀଘ୍ର ଏ ପରିସ୍ଥିତିରୁ ଆମେ ମୁକୁଳି ପାରିବା ବୋଲି ଆଶାବ୍ୟକ୍ତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ଟୀକା ଲୋକଙ୍କ ଭିତରେ ବିପୁଳ ଆଶା ସଂଚାର କରିଛି।   ଏହି ଟୀକା ଉତ୍ପାଦନରେ ଭାରତ ପୃଥିବୀର ଆଗୁଆ ଦେଶ ହୋଇଛି ।   ଏହି ଟୀକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରୀ କରିବା ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ । ତେଣୁ ଟୀକା ସଂପର୍କରେ ଲୋକଙ୍କ ଭିତରେ ଥିବା ଭ୍ରାନ୍ତ ଧାରଣାକୁ ଦୂର କରିବା ପାଇଁ ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ଟୀକାକରଣ ଚଳିତ ବର୍ଷର ସବୁଠାରୁ ବଡ କାର୍ଯ୍ୟକ୍ରମ ହେବ।  ତେଣୁ ଏହାକୁ ସୂଚାରୁ ରୂପେ ସଂପାଦନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ। ସେହିପରି ଜୀବନଜୀବିକା କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମୁଖ୍ୟମନ୍ତ୍ରୀ  ସନ୍ତୋଷ ପ୍ରକାଶ କରିଥିଲେ ତଥାପି ଆର୍ଥିକ ଦୁର୍ବଳଶ୍ରେଣୀର ଲୋକଙ୍କ ଜୀବିକା ସୁରକ୍ଷା କରିବା ପାଇଁ ବହୁତ କିଛି କରିବାକୁ ଅଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ଏବଂ  ଏ ସଂପର୍କରେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ  କରିବା ଦିଗରେ କାର୍ଯ୍ୟ କରିବାକୁ ପ୍ରଶାସନକୁ ପରାମର୍ଶ ଦେଇଥିଲେ। ଆଗାମୀ ମାସରେ ଏ the ସଂପର୍କରେ ସମୀକ୍ଷା କରିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।

   ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ କୋଭିଡ ନିୟନ୍ତ୍ରଣରେ ରାଜ୍ୟ ବର୍ତ୍ତମାନ ବହୁତ ଭଲ ସ୍ଥିତିରେ ରହିଛି . ଏବଂ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୦୦ ମଧ୍ୟରେ ସୀମିତ ରହିଛି । ଜୀବନଜୀବିକା କାର୍ଯ୍ୟକ୍ରମକୁ ଅଧିକ ତ୍ବରାନ୍ବିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦିଆଯାଇଛି ବୋଲି ଶ୍ରୀ ମହାପାତ୍ର କହିଥଲେ ।

ଟୀକାକରଣ ଏବଂ କୋଭିଡ ପରିସ୍ଥିତି ସଂପର୍କରେ ବିସ୍ତୃତ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ୍ତ  କୁମାର ମହାପାତ୍ର କହିଥିଲେ ଯେ ରାଜ୍ୟରେ ଆରୋଗ୍ୟ ହାର ବର୍ତ୍ତମାନ ପ୍ରାୟ ୯୯ ପ୍ରତିଶତରେ ପହଞ୍ଚିଥିବା ବେଳେ ଗତକାଲି ଠାରୁ ରାଜ୍ୟରେ କୋଭିଡରେ କୌଣସି ରୋଗୀଙ୍କର ମୃତ୍ୟୁ ହୋଇନାହିଁ ବୋଲି ସେ କହିଥିଲେ । ସୂଚନାଯୋଗ୍ୟ ଯେ ଗତ ଜୁନ୍‌ ୩୦ ତାରିଖରୁ ନିୟମିତ ଭାବରେ କୋଭିଡରେ ମୃତ୍ୟୁ ହୋଇଥିବା ରିପୋର୍ଟ ଆସୁଥିଲା । ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ ମଧ୍ୟ ଅତ୍ୟନ୍ତ ଉତ୍ସାହଜନକ  ରହିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭୦ ଲକ୍ଷ ଲୋକଙ୍କର କୋଭିଡ ପରୀକ୍ଷା କରାଯାଇଛି ବୋଲି ଶ୍ରୀ ମହାପାତ୍ର କହିଥିଲେ ।

ଟୀକାକରଣ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇ ଶ୍ରୀ ମହାପାତ୍ର କହିଥିଲେ ଯେ କେନ୍ଦ୍ର ସରକାରଙ୍କର ନିର୍ଦ୍ଦେଶାବଳୀ ଅନୁସାରେ ଉଭୟ ଘରୋଇ ଓ ସରକାରୀ କ୍ଷେତ୍ରରେ କାର୍ଯ୍ୟରତ ୩,୨୮,୫୬୦ ଜଣ ସ୍ବାସ୍ଥ୍ୟକର୍ମୀଙ୍କ ଟୀକାକରଣ ପାଇଁ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ ପୋଲିସ, ମ୍ୟୁନିସପାଳଟି କର୍ମଚାରୀ ଏବଂ କୋଭିଡ କାର୍ଯ୍ୟରେ ନିୟୋଜିତ ରାଜସ୍ବ ବିଭାଗର କର୍ମଚାରୀ ମାନଙ୍କ ତାଲିକା ପ୍ରସ୍ତୁତି ଚାଲିଛି । ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରୀୟ ଷ୍ଟିଅରିଂ କମିଟି ବୈଠକ ସଂପୂର୍ଣ୍ଣ ହୋଇଛି ବୋଲି ସେ ସୂଚନା ଦେଇଥିଲେ।

ବୈଠକରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ,  ସ୍କୁଲ-କଲେଜ ଖୋଲିବା ସଂପର୍କରେ SOP ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like