-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୧୦ମ ଭୀମପାହାଡ ମହୋତ୍ସବ ଉଦଘାଟିତ.. ଅଞ୍ଚଳବାସୀଙ୍କ ମିଳିତପ୍ରୟାସରେ ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳୀର ବିକାଶ ହୋଇଛି

02-Nov-2024



ବଲାଙ୍ଗୀର,(ପ୍ରେରଣା ଖବର); ଦେଓଗାଁ ଅଞ୍ଚଳ ଗୋଟିଏ ସମୟରେ ଅନୁନ୍ନତ ହୋଇପଡିରହିଥିଲା । କିନ୍ତୁ ଅଞ୍ଚଳବାସୀଙ୍କ ମିଳିତପ୍ରୟାସରେ ଆଜି ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳୀ ସହ ବହୁଗୁଡିଏ ବିକାଶକାମ ହୋଇପାରିଛି । ଆଗକୁ ଲୋକଙ୍କର ଏକତା ଓ ପ୍ରୟାସରେ ଆହୁରୀ ବଡବଡ ପ୍ରକଲ୍ପ ହୋଇପାରିବ ବୋଲି ୧୦ ଭୀମପାହାଡ ମହୋତ୍ସବରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ସୋନପୁରର ପୂର୍ବତନ ବିଧାୟକ ବିନୋଦ ପାତ୍ର କହିଛନ୍ତି । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ମକୁମନ୍ଦପୁର ପଞ୍ଚାୟତର ଭୀମଡୁଙ୍ଗୁରୀ ପର୍ଯ୍ୟଟନସ୍ଥଳୀରେ ଆୟୋଜିତ ଭୀମପାହାଡ ମହୋତ୍ସବରେ କମିଟିର ଅଧ୍ୟକ୍ଷ ଲକ୍ଷ୍ମଣକୁମାର ମେହେର ସଭାପତିତ୍ୱ କରିଥିବା ବେଳେ ସମ୍ମାନୀତ ଅତିଥି ଭାବରେ ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ,ମକୁନ୍ଦପୁର ସରପଞ୍ଚ ଜାନକି ସାହୁ ,ସରପଞ୍ଚ ମହଲେ ଚିତ୍ତରଂଜନ ସାହୁ ,ସୀତାଂଶୁ ମିଶ୍ର ସମିତିସଭ୍ୟ ବଡବାହାଲ ଓ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଯୋଗଦେଇଥିଲେ । ମଞ୍ଚରେ ମହୋତ୍ସବ କମିଟିର ସଭାପତି ପ୍ରମୋଦ ବହିଦାର,ସଂପାଦକ ଗୋବର୍ଦ୍ଧନ ସାହୁ,କୋଷାଧ୍ୟକ୍ଷ ଅଭିମନ୍ୟୁ ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ । ଆଜି ମହୋତ୍ସବ ଉଦଘାଟନ ପୂର୍ବରୁ ଭୀମଡୁଙ୍ଗୁରୀ ପାହାଡ ଉପରେ ଥିବା ଆଦିବାସୀଙ୍କ ଦେବତା ଭୀମାବୁଢାଙ୍କ ଗୁମ୍ଫାରୁ ମଶାଲ ଅଣାଯାଇ ମହୋତ୍ସବ ସ୍ଥଳୀରେ ସ୍ଥାପନ କରାଯାଇଥିଲା । କନ୍ଧଆଦିବାସୀମାନେ ମଶାଲକୁ ଆଣି ପୂଜାର୍ଚ୍ଚନା କରି ସ୍ଥାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଆଦିବାସୀ ନେତା ତଥା ସଇଁତଳା ବ୍ଲକର ଉପାଧ୍ୟକ୍ଷ ଗୁଣସାଗର ମାଝୀ ଅତିଥି ଭାବରେ ଯୋଗଦେଇ ମଶାଲକୁ ଗ୍ରହଣ କରି ମଞ୍ଚରେ ସ୍ଥାପନ କରିଥିଲେ । ପାହାଡ ଉପରେ ଭୀମାବୁଢାଙ୍କ ପୂଜକ ଥିବା ହଳଧର କୁଅଁର ମଶାଲକୁ ଆଣିଥିଲେ । ସେହିପରି ଗିରୀଗୋବର୍ଦ୍ଧନ ପୂଜାପାଇଁ ମଧ୍ୟ ଭୀମକଟାରୁ କଳସ ଶୋଭାଯାତ୍ରାରେ ଅଣାଯାଇ ନାମଯଜ୍ଞସ୍ଥଳୀରେ ସ୍ଥାପନ

କରାଯାଇଥିଲା । ମହୋତ୍ସବର ସାଂସ୍କୃତିକ ସଭା ପରେ ପ୍ରତିବର୍ଷ ଭଳି କଂସଦରବାର ଆୟୋଜିତ ହୋଇଥିଲା । ବିଶିଷ୍ଟ କଳାକାର ରବୀନ୍ଦ୍ର ସାହୁ ଓ ସାଥି କଂସଦରବାର କାର୍ଯ୍ୟକ୍ରମ କରିଥିଲେ । ଚଳିତବର୍ଷ ମହୋତ୍ସବ ପାଇଁ ଭୀମଡୁଙ୍ଗୁରୀରେ ମୀନାବଜାର ମଧ୍ୟ ଲାଗିଛି । ଛୋଟପିଲାଙ୍କ ମନୋରଂଜନ ପାଇଁ ବିଭିନ୍ନ ଖେଳସାମଗ୍ରୀ,ଦୋକାନ ବଜାର ଜମିଛି । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ ବୋଲି ମହୋତ୍ସବ କମିଟି ପକ୍ଷରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like