-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ଓ ପୁରସ୍କାର ବିତରଣ ସଭା ଅନୁଷ୍ଠିତ ଲ

02-Nov-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
କେନ୍ଦ୍ରୀୟ ଦୁର୍ନୀତି ନିବାରଣ ଆୟୋଗ  ତରଫରୁ ସମଗ୍ର ଦେଶରେ ୨୮ଅକ୍ଟୋବର ରୁ ୩ ନଭେମ୍ବର ପର୍ୟ୍ୟନ୍ତ ଦୁର୍ନୀତି  ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି l ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ଓ ପୁରସ୍କାର ବିତରଣ ସଭା   ସୁବର୍ଣ୍ଣପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି I ଉପ ଆରକ୍ଷୀ ଅଧିକ୍ଷକ ଦୁର୍ନୀତି ନିବାରଣ ବିଭାଗ ଶ୍ରୀମତୀ ରିତାଞ୍ଜଳୀ ପ୍ରଧାନ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ମେହେର ମୁଖ୍ୟ ଅତିଥିଭାବେ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଉପଜିଲ୍ଲାପାଳ ସୋନପୁର ସୌମ୍ୟାରୁପା ରଥ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ ପ୍ରମୁଖ ଯୋଗଦେଇଥିଲେ l  ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ମେହେର ସମସ୍ତଙ୍କୁ ଦୁର୍ନୀତି ବିରୁଦ୍ଧରେ ସଂଗ୍ରାମ କରିବା ପାଇଁ ଉଦ୍ଦିଷ୍ଟ ନାଗରିକ ଙ୍କ ପାଇଁ ସାଧୁତାର ଶପଥପାଠ କରାଇଥିଲେI 
ଦୁର୍ନୀତି ନିବାରଣ ଉପ ନିର୍ଦେଶକ ଶ୍ରୀମତୀ ପ୍ରଧାନ ଦିବସର ତାତ୍ପର୍ଯ୍ୟ ତଥା ବିଭାଗର ଉଦ୍ଦେଶ୍ଯ ସହ ନାଗରିକଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ଉପରେ ଆଲୋକପାତ କରିଥିଲେ। ଅତିଥି ମାନେ ଦୁର୍ନୀତି କିଭଳି ଭାବରେ ଆମ ଦେଶର ପ୍ରଭୂତ କ୍ଷତି ସାଧନ କରୁଛି ଏବଂ  ଏହି ବର୍ଷ ପାଇଁ ଥିବା ଥିମ୍ ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତି ଉପରେ ନିଜ ନିଜର ମତ ରଖିଥିଲେ l ଏକ ସୁନ୍ଦର ଦୁର୍ନୀତି ମୁକ୍ତ ଭବିଷ୍ୟତ ସମାଜ ଗଢିବା ର ଗୁରୁ ଦାୟିତ୍ବ ଯୁବ ସମାଜ ଏବଂ ଛାତ୍ରଛାତ୍ରୀମାନଙ୍କ ଉପରେ  ରହିଥିବା ସୂଚନା ଦେଇଥିଲେ I ସମସ୍ତେ ଜୀବନ ର ପ୍ରତ୍ୟେକ କ୍ଷେତ୍ରରେ ସଚ୍ଚୋଟତା ସହିତ ଆଇନ ର ଅନୁପାଳନ କରି ଲାଞ୍ଚ ଦେବି ନାହିଁ କି ନେବି ନାହିଁ ବୋଲି ପ୍ରତିଜ୍ଞା କଲେ ସମାଜରୁ ଦୁର୍ନୀତି  ମୂଳୋତ୍ପାଟନ  ହୋଇ ପାରିବ ବୋଲି ମତବ୍ୟକ୍ତ କରିଥିଲେ I ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ଵିନି କୁମାର ଭୋଇ କାର୍ଯ୍ୟକ୍ରମ ପରିଚାଳନା ସହ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ସଭାରେ ଜିଲ୍ଲା ସ୍ତରୀୟ ଅଧିକାରୀ , ଜିଲ୍ଲା ପରିଷଦ କାର୍ଯ୍ୟାଳୟ ର  ଅଧିକାରୀ, ସେକ୍ସନ୍ ଅଫିସର, କର୍ମଚାରୀ , ଦୁର୍ନତୀ ନିବାରଣ ବିଭାଗର କର୍ମଚାରୀ , ମହାରାଜ ହାଇସ୍କୁଲ, କୋଶଲ ଆବାସିକ ବିଦ୍ୟାଳୟ, ଓ ସରକାରୀ ବାଳିକା ବିଦ୍ୟାଳୟ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ମିସନ୍ ଶକ୍ତି ର କର୍ମକର୍ତ୍ତା,ନେହେରୁ ଯୁବ କେନ୍ଦ୍ର ର ସ୍ବେଛାସେବୀ ସମେତ ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା, ଗଣ ମାଧ୍ୟମର ପ୍ରତିନିଧି,  ସହରର ସଚେତନ ନାଗରିକ  ଅଂଶ ଗ୍ରହଣ କରି ଥିଲେ l ଦିବସ ଅବସରରେ ଆଜି ସକାଳେ ଏକ ସଚେତନତା ଶୋଭା ଯାତ୍ରା କୁ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ପତାକା ପ୍ରଦର୍ଶନ ପୂର୍ବକ ବ୍ଲକ କାର୍ଯ୍ୟାଳୟ ପରିସରରୁ ଶୁଭାରମ୍ଭ କରିଥିଲେ। ସପ୍ତାହ ପାଳନ ଅବସରରେ ଜିଲ୍ଲା ଶିକ୍ଷାଧିକାରୀଙ୍କ ଆନୁକୁଲ୍ୟରେ ,ତର୍କ ପ୍ରତିଯୋଗିତା, ସ୍ଲୋଗାନ ରାଇଟିଂ ଭଳି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଏହାର କୃତି ପ୍ରତିଯୋଗୀମାନେ 
ଅତିଥି ମାନଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ l ଅପରାହ୍ନ ରେ ସ୍ଥାନୀୟ ସୋନପୁର କଲେଜ ଠାରେ ଅଧ୍ୟାପକ, ଛାତ୍ର ଛାତ୍ରୀ ଙ୍କୁ ନେଇ ଦୁର୍ନୀତି ନିବାରଣ ବିଭାଗ ଓ କଲେଜ କତୃପକ୍ଷ ଙ୍କ ଆନୁକୂଲ୍ୟରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଙ୍କ ଅଧ୍ୟକ୍ଷତାରେ ଦୁର୍ନୀତି ମୁକ୍ତ ଅଭିଯାନ ପରିପ୍ରେକ୍ଷୀରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା।ସପ୍ତାହ ବ୍ୟାପୀ ଚାଲିଥିବା ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗର ସମସ୍ତ କର୍ମଚାରୀ ସହାୟତା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like