-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

‘ବଲାଙ୍ଗିର ଦିନ୍’ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, ବଲାଙ୍ଗିର ପଶ୍ଚିମ ଓଡିଶାର ପ୍ରାଣକେନ୍ଦ୍ର, ବଲାଙ୍ଗିରରେ ଟ୍ରିପଲ ଇଞ୍ଜିନ ସରକାର ଚାଲିଛି, ତେଣୁ ବିକାଶର ଗତି ଟ୍ରିପଲ ସ୍ପିଡରେ ଚାଲିବ ସମୃଦ୍ଧ ସଂସ୍କୃତିର ପ୍ରଥମ ସର୍ତ୍ତ ହେଉଛି ଏକ ସମୃଦ୍ଧ ସମାଜ, ଆପଣମାନଙ୍କର ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ସବୁ ପ୍ରକାର ଚେଷ୍ଟା କରିବି- ମୁଖ୍ୟମନ୍ତ୍ରୀ

03-Nov-2024



ବଲାଙ୍ଗୀର (ପ୍ରେରଣା ଖବର):  ବଲାଙ୍ଗିର ଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ବଲାଙ୍ଗିର ଦିନ୍‌ କମିଟି ପକ୍ଷରୁ କୋଶଳ କଳା ମଣ୍ଡଳ ପଡିଆରେ ଆୟୋଜିତ ମହୋତ୍ସବରେ ଯୋଗଦେଇ କହିଛନ୍ତି ଯେ ବଲାଙ୍ଗିରକୁ ପଶ୍ଚିମ ଓଡିଶାର ପ୍ରାଣକେନ୍ଦ୍ର କହିଲେ ଅତ୍ୟୁକ୍ତି ହେବ ନାହିଁ।

ଭାଷା, ସାହିତ୍ୟ, ରାଜନୀତି, ସଂସ୍କୃତି ଆଦି ପ୍ରତି କ୍ଷେତ୍ରରେ ବଲାଙ୍ଗିର ଜିଲ୍ଲାର ଅବଦାନ ଅତୁଳନୀୟ। ଦଳମତ ନିର୍ବିଶେଷରେ ଏହି ମାଟି ଅନେକ ଆଗଧାଡିର ନେତୃତ୍ଵକୁ ଜନ୍ମ ଦେଇଛି। ଏହି ନେତୃବୃନ୍ଦଗଣ ଏ ଅଞ୍ଚଳ ତଥା ରାଜ୍ୟର ବିକାଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ଏବଂ ବର୍ତ୍ତମାନ ମଧ୍ୟ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।    

ସୂଚନାଯୋଗ୍ୟ ଯେ ବଲାଙ୍ଗିର ଜିଲ୍ଲା ୧୯୪୯ ମସିହା ନଭେମ୍ବର ପହିଲାରେ ଗଠିତ ହୋଇଥିଲା । ସେଥିପାଇଁ ପ୍ରତିବର୍ଷ ନଭେମ୍ବର ପହିଲାରେ ବଲାଙ୍ଗିର ଦିନ୍‌ ଉତ୍ସବ ପାଳନ କରାଯାଏ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବଲାଙ୍ଗିରର କଳା ଓ ସଂସ୍କୃତି ମହାନ୍। କିନ୍ତୁ, ଏକ ସମୃଦ୍ଧ ସଂସ୍କୃତିର ପ୍ରଥମ ସର୍ତ୍ତ ହେଉଛି ଏକ ସମୃଦ୍ଧ ସମାଜ। ଗତ ଚାରିମାସ ତଳେ ଆପଣ ମାନେ ଯେଉଁ ଆଶା ଓ ଭରଷାରେ ଏକ ନୂତନ ସରକାରଙ୍କୁ ନିର୍ବାଚିତ କରିଛନ୍ତି, “ମୁଁ କଥା ଦେଉଛି ଆପଣମାନଙ୍କର ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ସବୁ ପ୍ରକାର ଚେଷ୍ଟା କରିବି। ଏହି ଦିଗରେ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଗଲାଣି।” 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଆମ ରାଜ୍ୟରେ ଡବଲ ଇଞ୍ଜିନ ସରକାର ଚାଲୁଅଛି। ମାନନୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଙ୍କ ନେତୃତ୍ବରେ ଓଡିଶା ବିକାଶର ନୂତନ ଶିଖରକୁ ଛୁଇଁବା ଆରମ୍ଭ କରିଛି। ବଲାଙ୍ଗିରରେ ଟ୍ରିପଲ ଇଞ୍ଜିନ ସରକାର ଚାଲିଛି। କେନ୍ଦ୍ର, ରାଜ୍ୟ ସହିତ ଜନପ୍ରତିନିଧି ମଧ୍ୟ ସମାନ ସରକାରର ଅଂଶବିଶେଷ । ତେଣୁ ବିକାଶର ରାଜରାସ୍ତାରେ ଟ୍ରିପଲ ସ୍ପିଡରେ ବିକାଶର ଧାରା ଜାରି ରହିବ। 

ଆଜି ଗୋଟିଏ ଦିନରେ ବଲାଙ୍ଗିର ଜିଲ୍ଲାରେ ୮୯୦ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ ହୋଇଛି ବୋଲି ପ୍ରକାଶ କରି ଆଜି ଆରମ୍ଭ ହୋଇଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସୂଚନା ଦେଇଥିଲେ।

ସେ କହିଥିଲେ ଯେ “ମୁଖ୍ୟମନ୍ତ୍ରୀ ଭାବେ ଏହା ମୋର ପ୍ରଥମ ଗସ୍ତ ହୋଇପାରେ, କିନ୍ତୁ ମୁଁ ବଲାଙ୍ଗୀରବାସୀଙ୍କୁ କଥା ଦେଉଛି ଯେ ଏହା ମୋର ଶେଷ ଗସ୍ତ ନୁହେଁ, ଏହା ତ ଆୟମାରମ୍ଭ ମାତ୍ର। ଭବିଷ୍ୟତରେ ବଲାଙ୍ଗିରର ବିକାଶ ଯାତ୍ରାରେ ସାମିଲ ହେବାକୁ ମୁଁ ବାରମ୍ବାର ଆପଣଙ୍କ ସହିତ ସାମିଲ ହେବି।”

ସ୍ବର୍ଗତ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ନୃତ୍ୟ, ସଙ୍ଗୀତ ଓ କ୍ରୀଡ଼ାର ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ୧୯୪୦ ମସିହାରେ ପାଟନା ରାଜ୍ୟର ଶାସକ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଦ୍ୱାରା ଐତିହାସିକ ଏହି କୋଶଳ କଳାମଣ୍ଡଳ ପ୍ରତିଷ୍ଠା କରାଯାଇ ଥିଲା। ଆଜି ଏହି କୋଶଳ କଲାମଣ୍ଡଲ ପଡିଆ ବଲାଙ୍ଗୀର ଜିଲ୍ଲାର ଐତିହ, ସଂସ୍କୃତି ଓ ପରମ୍ପରାର ପ୍ରାଣକେନ୍ଦ୍ର ପାଲଟି ଯାଇଛି ବୋଲି ସେ କହିଥିଲେ।

  ବଲାଙ୍ଗିର ଜିଲ୍ଲାର  ପ୍ରାକୃତିକ ଶୋଭା, ପର୍ଯ୍ୟଟନ ସ୍ଥାନ, ପ୍ରସିଦ୍ଧ ମନ୍ଦିର ଇତ୍ୟାଦି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଣୀପୁର-ଝରିଆଲରେ ଥିବା ଇନ୍ଦ୍ରଲାଠ ମନ୍ଦିର ବୋଧହୁଏ ଦେଶର ଏକମାତ୍ର ଇଟାରେ ନିର୍ମିତ ମନ୍ଦିର ଯାହା ପୂର୍ଣାଙ୍ଗ ଭାବେ ଆଜି ଗର୍ବର ସହିତ ଛିଡା ହୋଇଛି। ଗୋଟିଏ ସ୍ଥାନରେ ଶୈବ, ଶାକ୍ୟ, ବୈଷ୍ଣବ ଏବଂ ଶକ୍ତି ଉପାସନାର ଏକ ବିରଳ ଓ ଅଦ୍ଭୁତ ସମ୍ମିଶ୍ରଣ ଦେଖିବାକୁ ମିଳେ ଏଠି। କିନ୍ତୁ, ଏହାର ପର୍ଯ୍ୟଟନ ସ୍ଥଳୀ ଭାବେ ଯେତେ ସୁଯୋଗ ଅଛି, ତାହାକୁ ସଂପୂର୍ଣ୍ଣ ଭାବେ ଉପଯୋଗ କରିବାରେ ପୂର୍ବବର୍ତ୍ତୀ ସରକାରମାନେ ବିଫଳ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ଆମ ସରକାର ଓଡିଶାର ସମସ୍ତ ମହତ୍ବପୂର୍ଣ୍ଣ ଓ ଐତିହାସିକ ଧର୍ମୀୟ ଓ ପର୍ଯ୍ୟଟନସ୍ଥଳୀ ଗୁଡିକର ବିକାଶ କରି ଦେଶ ବିଦେଶରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଅଣ୍ଟା ଭିଡିଛନ୍ତି। ବଲାଙ୍ଗୀର ଜିଲ୍ଲାର ହରିଶଙ୍କର ଓ ରାଣିପୁର-ଝରିଆଲକୁ ପ୍ରାଥମିକତା ଦେଇ ଉନ୍ନତିକରଣ କରାଯିବ ବୋଲି ସେ କହିଥିଲେ। ନୂଆ ସରକାର ଆସିବା ପରେ ଓଡିଶା ବିକାଶର ରାଜରାସ୍ତାରେ ଦୌଡିବା ଆରମ୍ଭ କରିଦେଇଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସୁଭଦ୍ରା ଯୋଜନା, ଧାନ କ୍ୟୁଣ୍ଟାଲ ପିଛା ୩୧୦୦ଟଙ୍କା, ଡ୍ରପ ଆଉଟ ରୋକିବା ପାଇଁ ମାଧୋ ସିଂ ଛାତ୍ରବୃତ୍ତି, ଶ୍ରୀମନ୍ଦିରର ଚାରି ଦ୍ଵାରା ଖୋଲାଯିବା, ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲି ଗଣତି ମଣତି କରିବା ପରି କାର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। 

ସେ କହିଲେ ଯେ ଆମ ସରକାର ଲୋକଙ୍କ ସରକାର। ପୂର୍ବ ସରକାରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଯାହା ୧୩ ବର୍ଷ ଧରି ବନ୍ଦ ପଡି ରହିଥିଲା, ଆଜି 

ସର୍ବସାଧାରଣଙ୍କ ପାଇଁ ଉନ୍ମୁକ୍ତ । ସେ କହିଲେ, “ମୋ ସହ ମୋର ସହଯୋଗୀ ମନ୍ତ୍ରୀଗଣ ଲୋକଙ୍କ ଦୁଃଖ ସୁଖ ବୁଝି ସେ ସବୁର ନିରାକରଣ କରିବା ପାଇଁ ଚେଷ୍ଟା କରୁଛନ୍ତି। ଆଗରୁ ଆପଣମାନେ କେବେ ଦେଖିଥିଲେ ରାଜ୍ୟ ସରକାରଙ୍କ ବରିଷ୍ଠ ମନ୍ତ୍ରୀ ମାନେ ବାତ୍ୟା ସମୟରେ ନିଜେ ବାତ୍ୟା ଆଶ୍ରୟ ସ୍ଥଳୀ ବୁଲି, ଲୋକଙ୍କ ଦୁଃଖ ସୁଖ ପଚାରି ବୁଝି ସେ ସବୁର ସମାଧାନ କରିବା ? ମୁଁ ମୁକ୍ତ କଣ୍ଠରେ ଆଜି କହିପାରିବି ମୁଁ ଏବଂ ମୋ ମନ୍ତ୍ରୀଗଣ ଲୋକଙ୍କ ସୁଖ ଦୁଃଖରେ ସବୁବେଳେ, ସବୁ ସମୟରେ ଛିଡା ହୋଇଛନ୍ତି, ଏବ ଭବିଷ୍ୟତରେ ମଧ୍ୟ ଛିଡା ହୋଇଥିବେ।”  

  ବଲାଙ୍ଗୀର ଜିଲ୍ଲାର ବଳିଷ୍ଠ ଏବଂ ସୁନ୍ଦର ସଂସ୍କୃତି ଓ ପରମ୍ପରାକୁ ନିକଟରୁ ଦେଖିବାକୁ ମୋତେ ସୁଯୋଗ ମିଳିଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ । ଆଜି ଏହି ମହାନ ମାଟି କୁ ଆସି ମୁଁ ନିଜକୁ ଧନ୍ୟ ମଣୁଛି ଏବଂ ଏହାର ସେବା ରେ ନିଜକୁ ସାମିଲ କରାଇପାରିଥିବାରୁ ଖୁସି ଅନୁଭୂତ କରୁଛି । 

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗଦେଇ ଜିଲ୍ଲାର କଳା ଓ ସଂସ୍କୃତି ଉପରେ ଆଲୋକପାତ କରିବା ସହିତ ନୂଆ ସରକାରଙ୍କ ଦ୍ବାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବର୍ଣ୍ଣନା କରିଥିଲେ।  

କାର୍ଯ୍ୟକ୍ରମରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ,  ଲୋକସଭା ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂହଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ଟିଟିଲାଗ଼ଡ ବିଧାୟକ ନବୀନ ଜୈନ, ଜିଲ୍ଲାପରିଷଦ ସଭାପତି ଶ୍ରୀମତୀ ଦେବକି ସାହୁ ପ୍ରମୁଖ ବିଶିଷ୍ଟ ବ୍ୟକ୍ତିଗଣ ଯୋଗଦେଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like