-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଓଡିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି - ଅବସରପ୍ରାପ୍ତ ସମବାୟ ବ୍ୟାଙ୍କ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବିଚାରଧୀନ ଅଡିଟ ସରଚାର୍ଜ କେସ, ଭିଜିଲାନ୍ସ କେସ ଓ ଶୃଙ୍ଖଳାଗତ ପ୍ରକ୍ରିୟା ଇତ୍ୟାଦି ପାଇଁ ଅଟକାଯାଇପାରିବ ନାହିଁ

03-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଗ୍ରାଚ୍ୟୁଇଟି ଆଇନ ଅପିଲ କର୍ତ୍ତୁପକ୍ଷ ଏବଂ ନିୟନ୍ତ୍ରଣ କର୍ତ୍ତୁପକ୍ଷ କଟକ ସେଣ୍ଟ୍ରାଲ୍ କୋଅପରେଟିଭ୍ ବ୍ୟାଙ୍କର ଅବସରପ୍ରାପ୍ତ ସହକାରୀ ପରିଚାଳକ-ନଳିନୀକାନ୍ତ ଷଢଙ୍ଗୀଙ୍କ ଗ୍ରାଚ୍ୟୁଇଟି ସମ୍ବନ୍ଧୀୟ ସମସ୍ତ ପ୍ରାପ୍ୟ ୧୦% ସୁଧ ସହ ପ୍ରଦାନ କରିବାକୁ ଦେଇଥିବା ନିର୍ଦ୍ଦେଶ ବିରୋଧରେ ବ୍ୟାଙ୍କ କର୍ତ୍ତୁପକ୍ଷ ଦାୟର କରିଥିବା ରିଟ୍ ସଂଖ୍ୟା ୯୪୯୬/୨୦୨୨ ମାନ୍ୟବର ଓଡିଶା ହାଇକୋର୍ଟ ଗତ ୯-୧୦-୨୦୨୪ ତାରିଖରେ ଖାରଜ କରିବା ସହ ଅପିଲ କର୍ତ୍ତୁପକ୍ଷ ଏବଂ ନିୟନ୍ତ୍ରଣ କର୍ତ୍ତୁପକ୍ଷଙ୍କ ଆଦେଶ କୁ କାୟମ ରଖିଛନ୍ତି। ଅବସର ପ୍ରାପ୍ତ କର୍ମଚାରୀମାନଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ ପ୍ରକ୍ରିୟା ଜାରି ରଖିବାକୁ କେନ୍ଦ୍ର ସମବାୟ ବ୍ୟାଙ୍କ ଚାକିରୀ ସର୍ତ୍ତାବଳୀ ୨୦୧୧ ରେ କୌଣସି ଉଲ୍ଲେଖ ନଥିବାରୁ କଟକ କେନ୍ଦ୍ର ସମବାୟ ବ୍ୟାଙ୍କ କର୍ତ୍ତୁପକ୍ଷ ସମ୍ପୃକ୍ତ କର୍ମଚାରୀଙ୍କ ବିରୁଦ୍ଧରେ ଅଡିଟ ସରଚାର୍ଜ କେସ୍ କିମ୍ବା ଭିଜିଲାନ୍ସ କେସ୍ ଇତ୍ୟାଦିର ଆଳରେ କୌଣସି ବିଭାଗୀୟ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିପାରିବେ ନାହିଁ କିମ୍ବା ତାଙ୍କ ଗ୍ରାଚ୍ୟୁଇଟି ଦେୟକୁ ଅଟକାଇ ପାରିବେନାହିଁ ବୋଲି ମାନ୍ୟବର ବିଚାରପତି ସଂଜୟ କୁମାର ମିଶ୍ରଙ୍କ ଖଣ୍ଡପୀଠ ତାଙ୍କ ରାୟରେ ସ୍ପଷ୍ଟ କରିଛନ୍ତି। ମକଦ୍ଦମାର ବିବରଣୀରୁ ପ୍ରକାଶ ଯେ ଶ୍ରୀ ନଳିନୀକାନ୍ତ ଷଢଙ୍ଗୀ ଚାକିରୀରେ ଯୋଗଦେବାଠାରୁ ବିଭିନ୍ନ ଆର୍ଥୀକ ଅନିୟମିତତାରେ ସଂପୃକ୍ତ ରହିଥିବା ଅଭିଯୋଗରେ ତାଙ୍କ ସେବା କାଳରେ ଅନେକ ଥର ଚାର୍ଜସିଟ୍ ହୋଇଥିଲେ।  ଅବସର ଗ୍ରହଣ କରିବା ପୂର୍ବରୁ ତାଙ୍କ ବିରୁଦ୍ଧରେ ଦୁର୍ନୀତି ନିବାରଣ ଆଇନ, ୧୯୮୮ ର ଧାରା ୧୩ (୧) (ଘ) ସହିତ ଭାରତୀୟ ପିଙ୍ଗଳ କୋଡର ଧାରା ୪୬୮, ୪୨୦ ଓ ୧୨୦-ଖ ଅନୁଯାୟୀ ଦୂର୍ନୀତି ନିବାରଣ ବିଭାଗ ତରଫରୁ ଭିଜିଲାନ୍ସ କେସ୍ ନଂ ୪୩/୨୦୧୧ ଆରମ୍ଭ କରାଯାଇଥିଲା ଯାହା ବିଚାରଧୀନ ରହିଛି। ଏଥିସହ ଶ୍ରୀ ଷଢଙ୍ଗୀ କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ର ବରୀ ଶାଖାରେ କାର୍ଯ୍ୟ କରୁଥିବା ସମୟରେ ଆର୍ଥିକ ଅନିୟମିତତା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ଦୁଇଟି ଅଡିଟ୍ ସରଚାର୍ଜ କେସ ମଧ୍ୟ ଜାରି ରହିଛି। ଏହାକୁ ଭିତ୍ତିକରି କଟକ କେନ୍ଦ୍ର ସମବାୟ ବ୍ୟାଙ୍କ କର୍ତ୍ତୁପକ୍ଷ ଷଢଙ୍ଗୀଙ୍କ ଗ୍ରାଚ୍ୟୁଇଟି ଦେୟ ପ୍ରଦାନ ନକରିବାରୁ ଶ୍ରୀ ଷଡଙ୍ଗୀ ୬,୧୭,୫୧୩ ଟଙ୍କା ର ଗ୍ରାଚ୍ୟୁଇଟି ଏବଂ ସୁଧ ଦାବି କରି ନିୟନ୍ତ୍ରଣ କର୍ତ୍ତୁପକ୍ଷଙ୍କ ନିକଟରେ ଆବେଦନ କରିଥିଲେ। ନିୟନ୍ତ୍ରଣ କର୍ତ୍ତୃପକ୍ଷ ତା ୧୩-୦୧-୨୦୨୦ ରେ କଟକ କେନ୍ଦ୍ର ସମବାୟ ବ୍ୟାଙ୍କକୁ ୩୦ ଦିନ ମଧ୍ୟରେ ଶ୍ରୀ ଷଢଙ୍ଗୀଙ୍କୁ ୯,୭୯,୦୫୪/- ଟଙ୍କା ସୁଧ ସହ ଗ୍ରାଚ୍ୟୁଇଟି ବାବଦରେ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଆଦେଶ ବିରୋଧରେ ବ୍ୟାଙ୍କ ଦ୍ଵାରା କରାଯାଇଥିବା ଅପିଲକୁ କେସ୍ ନଂ ୦୯/୨୦୨୧କୁ ଅପିଲ କର୍ତ୍ତୁପକ୍ଷ ଖାରଜ କରି ନିୟନ୍ତ୍ରଣ କର୍ତ୍ତୁପକ୍ଷଙ୍କ ଆଦେଶକୁ କାୟମ ରଖିବାସହ ଶ୍ରୀ ଷଢଙ୍ଗୀଙ୍କୁ ୯,୭୯,୦୫୪/- ଟଙ୍କା ସୁଧ ସହ ଗ୍ରାଚ୍ୟୁଇଟି ବାବଦରେ ପ୍ରଦାନ କରିବାକୁ ତା ୨୮-୦୩-୨୦୨୨ ରେ ଆଦେଶ ପାରିତ କରିଥିଲେ। ଉପରୋକ୍ତ ଆଦେଶକୁ ବିରୋଧ କରି କଟକ କେନ୍ଦ୍ର ସମବାୟ ବ୍ୟାଙ୍କ କର୍ତ୍ତୁପକ୍ଷ ମାନ୍ୟବର ହାଇକୋର୍ଟରେ ରିଟ ଜାଚିକା ଦାୟର କରିଥିଲେ। ମାନ୍ୟବର ହାଇକୋର୍ଟ କହିଛନ୍ତି ଯେ ଶୃଙ୍ଖଳାଗତ ବିଭାଗୀୟ ପ୍ରକ୍ରିୟା ଆରମ୍ଭ କିମ୍ବା ଜାରି ରଖିବା କିମ୍ବା ଗ୍ରାଚ୍ୟୁଇଟି ପ୍ରାପ୍ୟ ଅଟକ ରଖିବା କିମ୍ବା ବଞ୍ଚିତ କରିବା ସମ୍ବନ୍ଧରେ ସେପରି କୌଣସି ନିୟମ କେନ୍ଦ୍ର ସମବାୟ ବ୍ୟାଙ୍କ ର ସେବା ନିୟମାବଳୀରେ ନାହିଁ ଏବଂ ଏହା ପରିବର୍ତ୍ତେ, କେନ୍ଦ୍ର ସମବାୟ ବ୍ୟାଙ୍କର କର୍ମଚାରୀ ଚାକିରୀ ସର୍ତ୍ତାବଳୀ ୨୦୧୧ ଅନୁଯାୟୀ ଗ୍ରାଚ୍ୟୁଇଟି ଆଇନ (ଅଧିନିୟମ) ୧୯୭୨ ଅନୁସାରେ କର୍ମଚାରୀମାନଙ୍କୁ ଗ୍ରାଚ୍ୟୁଇଟି ପ୍ରଦାନ କରିବାକୁ ନିୟମ ରହିଛି। 1972 ଆଇନ (ଅଧିନିୟମ) ର ଧାରା ୭ ର ଉପ-ଧାରା (୩କ) ଅନୁଯାୟୀ ନିଯୁକ୍ତିଦାତା ଜଣେ କର୍ମଚାରୀଙ୍କ ଗ୍ରାଚ୍ୟୁଇଟିକୁ ଅଟକାଇବା ପାଇଁ, ନିୟନ୍ତ୍ରଣ କର୍ତ୍ତୃପକ୍ଷଙ୍କ ଅନୁମତି ପାଇବାରେ ବିଫଳ ହେଲେ ନିଯୁକ୍ତିଦାତା ଗ୍ରାଚ୍ୟୁଇଟି ଆଇନ ଅନୁଯାୟୀ ସୁଧ ଦେବାକୁ ଦାୟୀ ରହିବେ। ସେହିପରି ଗ୍ରାଚ୍ୟୁଇଟି ଆଇନ ଧାରା ୪ ର ଉପ-ଧାରା (୬) (ଖ) ଅନୁଯାୟୀ ଯଦି ଜଣେ କର୍ମଚାରୀ ଦଙ୍ଗା କିମ୍ବା ବିଶୃଙ୍ଖଳିତ ଆଚରଣ କିମ୍ବା ଅନ୍ୟ କୌଣସି ହିଂସା ଜନିତ କାର୍ଯ୍ୟ ପାଇଁ; କିମ୍ବା ଚାକିରୀ ସମୟରେ ନୈତିକ ଅଧମତା ଜନିତ ଅପରାଧ ପାଇଁ ତାଙ୍କ ଚାକିରିର ସେବା ସମାପ୍ତି (terminate)  ହୋଇଥିବା ସମ୍ପୃକ୍ତ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ସମ୍ପୁର୍ଣ୍ଣ କିମ୍ବା ଆଂଶିକ ଭାବରେ ବ୍ୟାଜାପ୍ତି କରାଯାଇ ପାରିବ। ଉପରୋକ୍ତ କାରଣରୁ ଶ୍ରୀ ଷଢଙ୍ଗୀ ଚାକିରୀରୁ ଅବସର ନେବା ପରେ ତାଙ୍କ ଗ୍ରାଚ୍ୟୁଇଟି ଦେୟକୁ ବ୍ୟାଙ୍କ କର୍ତ୍ତୁପକ୍ଷ ଅଟକାଇ ରଖି ପାରିବେନାହିଁ ବୋଲି ମାନ୍ୟବର ହାଇକୋର୍ଟ ସ୍ପଷ୍ଟ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like