-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଶିକ୍ଷାର ମୁଖ୍ୟସ୍ରୋତରେ ସାମିଲ ହେଲେ ଧନକଉଡ଼ା ବ୍ଲକର ୯୩ ଜଣ ଡ୍ରପ୍ ଆଉଟ୍ ଛାତ୍ରଛାତ୍ରୀ

05-Nov-2024



ସମ୍ବଲପୁର:(ନିରଞ୍ଜନ ତ୍ରିପାଠୀ)- ଆଜି ଚନ୍ଦ୍ର ଶେଖର ବେହେରା ଜିଲ୍ଲା ସ୍କୁଲର ମନମୋହନ ପଟ୍ଟନାୟକ ପ୍ରେକ୍ଷାଳୟରେ ଧନକଉଡ଼ା ବ୍ଲକ୍ ଅଧୀନସ୍ଥ ବିଭିନ୍ନ ବିଦ୍ୟାଳୟର ଡ୍ରପ୍ ଆଉଟ୍ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ଅଭିମୁଖୀ କରାଇବା ଉଦ୍ଦେଶ୍ୟରେ ଏକ ବ୍ଲକସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଧନକଉଡ଼ା ବ୍ଲକ୍ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ପରିଷଦର ମୁଖ୍ଯ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଧର୍ମେନ୍ଦ୍ର ମଲ୍ଲିକ ମୁଖ୍ଯଅତିଥି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ମୀନାରାଣୀ ମଙ୍ଗଳ, ସ୍ବତନ୍ତ୍ର ଅତିଥି, ପ୍ରାକ୍ତନ ଶିକ୍ଷା ମଣ୍ଡଳାଧୀଶ ଡଃ ଗିରିଧାରୀ ହୋତା, ମୁଖ୍ୟବକ୍ତା, ଚନ୍ଦ୍ର ଶେଖର ବେହେରା ଜିଲ୍ଲା ସ୍କୁଲର ପ୍ରଧାନଶିକ୍ଷକ ଶ୍ରୀମତୀ ଲୋକିତା ଦାଶ,ଅବସରପ୍ରାପ୍ତ ଶିକ୍ଷକ ହରି ନାରାୟଣ ପଣ୍ଡା ତଥା ଧନକଉଡ଼ା ବ୍ଲକ୍ ଗୋଷ୍ଠୀ ସଂସାଧନ ସଂଯୋଜକ ତଥା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରମେଶ ଚନ୍ଦ୍ର ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଇଷ୍ଟଦେବୀ ମାଁ ସମଲେଶ୍ବରୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭଉଦ୍ଘାଟନ କରିଥିଲେ।
ଶିକ୍ଷକ ଅସିମ ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଅବସରରେ ସ୍ବତନ୍ତ୍ର ଅତିଥି ଶ୍ରୀମତୀ ମୀନାରାଣୀ ମଙ୍ଗଳ ଉପସ୍ଥିତ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଉଦ୍ଦେଶ୍ୟରେ କହିଥିଲେ ଯେ, ପିଲାମାନେ ଏହି ଜାତିର ଭବିଷ୍ୟତ। ସେମାନେ ଦିନର ଅଧିକାଂଶ ସମୟ ପିତାମାତାଙ୍କ ସହିତ ରହିଥାନ୍ତି। ତେଣୁ ସେମାନଙ୍କ ଲାଳନପାଳନ କରିବା ସହିତ ସେମାନେ ଦୈନନ୍ଦିନ କିପରି ବିଦ୍ୟାଳୟକୁ ଆସିବେ ସେଥିପ୍ରତି ଯତ୍ନଶୀଳ ହେବେ। ସେମାନଙ୍କ ମଧ୍ୟରେ ଯେପରି କୌଣସି ନକାରାତ୍ମକ ଭାବର ଉଦ୍ରେକ ନ ହୁଏ, ସେଥିପ୍ରତି ଉଭୟ ଅଭିଭାବକ ଓ ସେମାନଙ୍କର ଦାୟିତ୍ୱରେ ଥିବା ଶିକ୍ଷକଶିକ୍ଷୟିତ୍ରୀ ସତର୍କତା ଅବଲମ୍ବନ କରିବେ। ଯଦ୍ୱାରା ଆଜିର ଏହି ଅଭିନବ ପ୍ରୟାସ ସଫଳ ହୋଇପାରିବ।ମୁଖ୍ଯଅତିଥି ଶ୍ରୀ ଧର୍ମେନ୍ଦ୍ର ମଲ୍ଲିକ ନିଜର ବକ୍ତବ୍ୟରେ ଅନେକ ମହାପୁରୁଷ ଓ ବର୍ତ୍ତମାନ ସମାଜରେ ଶୀର୍ଷ ସ୍ଥାନରେ ଅବସ୍ଥାପିତ ବ୍ଯକ୍ତିତ୍ବଙ୍କ ଉଦାହରଣ ଦେବା ସହିତ ଶିଶୁର ଭବିଷ୍ୟତ ନିର୍ମାଣରେ ପିତାମାତା, ଶିକ୍ଷକ ଶିକ୍ଷୟିତ୍ରୀ,ସମାଜ ଓ ସାମାଜିକ ପରିବେଷ୍ଟନୀର ଉତ୍ତରଦାୟିତ୍ୱ ରହିଛି ବୋଲି ଅଭିହିତ କରିଥିଲେ। ଶିକ୍ଷାହିଁ ମଣିଷକୁ ସମାଜରେ ସ୍ବତନ୍ତ୍ର ପରିଚୟ ଦେଇଥାଏ। ସାମାଜିକ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଶିକ୍ଷା ହିଁ ଏକମାତ୍ର ସାଧନ ଓ ଶ୍ରେଷ୍ଠ ଉପାଦାନ ବୋଲି ସେ ମତପୋଷଣ କରିଥିଲେ। ମୁଖ୍ୟବକ୍ତା ଡଃ ଗିରିଧାରୀ ହୋତା ନିଜର ଅଭିମତରେ ଉପସ୍ଥିତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,ସି.ଆର୍.ସି.ସି, ଛାତ୍ରଛାତ୍ରୀ ତଥା ଅଭିଭାବକମାନଙ୍କୁ ଛାତ୍ରଛାତ୍ରୀଙ୍କ ପ୍ରତି ଉଦାର ତଥା ଉତ୍ତମ ବ୍ୟବହାର ପ୍ରଦର୍ଶନ ଦ୍ବାରା ବିଦ୍ୟାଳୟ ପ୍ରତି ଆକର୍ଷିତ କରାଯାଇ ପାରିବ ବୋଲି ପ୍ରକାଶ କରିଥିଲେ। ପିଲା ଯଦି ଶିକ୍ଷାଗ୍ରହଣ ପାଇଁ ଆକର୍ଷିତ ନୁହେଁ,ସେ ବିଦ୍ୟାଳୟ ଆସିବ ନାହିଁ। ବିଦ୍ୟାଳୟରେ ପିଲାଟି ତା ମନରେ ଥିବା ସଂଶୟକୁ  ନିର୍ଭୟରେ ବ୍ଯକ୍ତ କରିପାରିଲେ ଏବଂ ଆମେ ତାହାକୁ ସହୃଦୟତାର ସହିତ ସମାଧାନ କରିପାରିଲେ ଆମର ସଫଳତା ନିଶ୍ଚିତ ହେବ।ପଛଧାଡ଼ିରେ ବସୁଥିବା ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ଉନ୍ନତି ହିଁ ଆମର ମୌଳିକ ଲକ୍ଷ୍ଯ ହେବା ଉଚିତ୍। ଏହା ହୋଇପାରିଲେ ଆଜିର ଏହି ପ୍ରୟାସର ସଫଳତା ସୁନିଶ୍ଚିତ। ଚନ୍ଦ୍ର ଶେଖର ବେହେରା ଜିଲ୍ଲା ସ୍କୁଲର ପ୍ରଧାନଶିକ୍ଷକ ଶ୍ରୀମତୀ ଲୋକିତା ଦାଶ ଏହି କାର୍ଯ୍ୟକ୍ରମରେ ନିଜର ସହଭାଗିତା ଓ ସଫଳତା କାମନା କରିଥିଲେ।ପରିଶେଷରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ରମେଶ ଚନ୍ଦ୍ର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଧନକଉଡ଼ା ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ୯୩ ଜଣ ଡ୍ରପ୍ ଆଉଟ୍ ଛାତ୍ରଛାତ୍ରୀ ଓ ସେମାନଙ୍କର ପିତାମାତା ଉପସ୍ଥିତ ରହିଥିଲେ ଏବଂ ଆଗାମୀ ଦିନରେ ସେମାନଙ୍କ ପୁଅଝିଅ ଯେପରି ପ୍ରତିଦିନ ବିଦ୍ୟାଳୟକୁ ଆସି ପାଠ ପଢ଼ିବେ ସେଥିପାଇଁ ଅଭିଭାବକମାନେ ସଂକଳ୍ପବଦ୍ଧ ହୋଇଥିଲେ।କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତ ସି.ଆର୍.ସି.ସି., ଶିକ୍ଷକଶିକ୍ଷୟିତ୍ରୀ ତଥା ଚନ୍ଦ୍ର ଶେଖର ବେହେରା ଜିଲ୍ଲା ସ୍କୁଲର ଶିକ୍ଷକ ଓ କର୍ମଚାରୀମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like