-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରକ୍ତ ଦାନ ଶିବିର

06-Nov-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
-ଡାବୁଗାଁ ବ୍ଳକ ସଦର ମହକୁମା ରାଜ୍ୟ ରାଜପଥ-୩୯  ପାର୍ଶ୍ଵରେ ଥିବା ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ତା ୪|୧୧ ଓ ତା୫|୧୧ ଦୁଇ ଦିନ ଧରି ରକ୍ତ ନମୁନା ଚିହ୍ନଟ ୩୧୩ ଜଣ ଛାତ୍ରଛାତ୍ରୀ ମାନଙ୍କର କରାଯାଇ ଥିବା ବେଳେ ଆଜି ରକ୍ତଦାନ ଶିବିର କରାଯାଇଥିଲା l ଉକ୍ତ ଶିବିରକୁ ମୁଖ୍ୟ ଅତିଥି ଡାବୁଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷା ବୀଣା ମାଝୀ ରିବନଫିତା କାଟି ଶୁଭ ଉଦଘାଟନ କରିଥିଲେ lସମ୍ପୃକ୍ତ ବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାହାକ ଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକାଙ୍କ ଅକ୍ଲାନ୍ତ ପରିଶ୍ରମ ରେ ଉକ୍ତ କାର୍ଯ୍ୟକ୍ରମ ସରସ ସୁନ୍ଦର ହୋଇ ଥିବାବେଳେ ଯୁବ ରେଡକ୍ରସ ଛାତ୍ରଛାତ୍ରୀ ମାନଙ୍କ ସହ ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ସହଯୋଗରେ ଅଧିକ ସୁନ୍ଦର ହୋଇଥିଲା l ନବରଙ୍ଗପୁର ଜିଲ୍ଲାରୁ ସ୍ଵାସ୍ଥ୍ଯ ବିଭାଗ ରୁ ଏଲ୍ ଟି ସରୋଜ କୁମାର ସିଂ,ଏନ୍ ଓ ମାରଟିନ ଛତ୍ର, ତିଇଓ ସମ୍ବିତ ମିଶ୍ର, ଆଟେଣ୍ଡାଣ୍ଟ ବିରେନ୍ଦ୍ର ବିଶୋୟୀ ପ୍ରମୂଖ ଉପସ୍ଥିତ ରହି ରକ୍ତ ଦାତା ଙ୍କ ଠାରୁ ରକ୍ତ ସଂଗ୍ରହ କରିଥିଲେ l ଉକ୍ତ ରକ୍ତଦାନ ଶିବିର ରେ ୧୭ ଜଣ ଙ୍କ ଠାରୁ ୧୭ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା l ଏହି ଅବସରରେ ପ୍ରଥମେ ଜଗତର ନାଥ ଶ୍ରୀ ଜଗନ୍ନାଥ ଙ୍କ ଫଟୋ ଚିତ୍ରରେ ପୁଷ୍ପ ପ୍ରଦାନ କରି ଧୂପ ଲଗାଇ, ପ୍ରଦୀପ ଜଳାଇ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା l

ଉକ୍ତ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ଯକ୍ଷ ଶ୍ରୀ ନାହାକ ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଶ୍ରୀମତୀ ମାଝୀ ମ୍ୟାଡାମ ଙ୍କ ଉପସ୍ଥିତିରେ ସମ୍ମାନୀତ ଅତିଥି ଜିଲ୍ଲା ଆବାହକ ଯୁବ ରେଡକ୍ରସ ତଥା ନବରଙ୍ଗପୁର ମହାବିଦ୍ୟାଳୟର ଅଧ୍ୟାପକ ଦିଲ୍ଲୀପ ହୋତା, ଯୁବ ରେଡକ୍ରସ ଜିଲ୍ଲା ସଂଯୋଜକ ଅଖିଳ ଭଟ୍ଟ,ଡିଗ୍ରୀ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶଙ୍କର ଗନ୍ତାୟତ, ଅଧ୍ୟାପକ ଶିବ ପ୍ରସାଦ ସାହୁ ପ୍ରମୁଖ ମଞ୍ଚରେ ଉପବେଶନ କରିଥିବା ବେଳେ ଅଧ୍ୟାପିକା ପ୍ରତିକ୍ଷା ପ୍ରିୟ ଦାର୍ଶନି ସ୍ଵାଇଁ ବେଶ୍ ସୁନ୍ଦର୍ ଭାବେ ମଞ୍ଚ ପରିଚାଳନା କରିଥିଲେ l  ମୁଖ୍ୟ ଅତିଥି ଓ ସମ୍ମାନୀତ ଅତିଥି ବୃନ୍ଦ ରକ୍ତ ଦାନ ମହତ୍ ଦାନ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ l ଉକ୍ତ କାର୍ଯ୍ୟକ୍ରମରେ ବହୁବାର ରକ୍ତଦାନ କରିଥିବା ବ୍ୟକ୍ତି ବିଶେଷ ମଧ୍ଯ ଯୋଗ ଦେଇ ରକ୍ତ ଦାନ କରିଥିଲେ l ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ସମସ୍ତ କର୍ମଚାରୀ ଉକ୍ତ କାର୍ଯ୍ୟକ୍ରମରେ ସହଯୋଗ କରି ଶାନ୍ତି ଶୃଙ୍ଖଳା ରେ ସମାପନ କରିଥିଲେ l ଆସନ୍ତା ଡିସେମ୍ବର ମାସରେ ନବରଙ୍ଗପୁର ଜିଲ୍ଲାର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଯୁବ ରେଡକ୍ରସ ସ୍ଵେଚ୍ଛାସେବୀ ମାନଙ୍କର ତିନି ଦିନିଆ ଶିକ୍ଷା ଓ ତାଲିମ କାର୍ଯ୍ୟକ୍ରମ ସମ୍ପୃକ୍ତ ବିଦ୍ୟାଳୟରେ ହେବା ପାଇଁ ଜିଲ୍ଲା ଆବାହକ ଯୁବ ରେଡକ୍ରସ ଶ୍ରୀ ହୋତା ଓ ଜିଲ୍ଲା ସଂଯୋଜକ ଯୁବ ରେଡକ୍ରସ ଶ୍ରୀ ଭଟ୍ଟ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like