-+91-9937148622 |
prerana_bgr@rediffmail.com |
Tuesday 22nd September 2026 |
R.N.I. Regd No. ODIODI/2010/46693
Breaking News
07-Nov-2024
(ଡୋଲେଶ୍ୱର ବାଗ )
ନୂଆପଡ଼ା ଜିଲ୍ଲା ନ୍ୟାସନାଲ ହାଇସ୍କୁଲ ପରିସର ମଧ୍ୟରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି - ୨୦୨୪ ପାଳିତ ହୋଇଯାଇଛି। ଏହି ଶିଶୁ ମହୋତ୍ସବ ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ ଯୋଗ ଦେଇ ଶିଶୁଙ୍କ ଲୁଳ୍କାଇତ ପ୍ରତିଭା କୁ ସମ୍ମୁଖରେ ପରିପ୍ରକାଶ କରିବାର ମାଧ୍ୟମ ବୋଲି ମତବ୍ୟକ୍ତ କରିଥିଲେ। ସଭାରେ ଜିଲ୍ଲା ଶିକ୍ଷା ଅଧିକାରୀ ଅଧ୍ୟକ୍ଷତା କରିଥିବା ବେଳେ ଅନ୍ୟତମ ଅତିଥି ରୂପେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଦୀପିକା କୋଶଳ, ଜିଲ୍ଲା ପରିଷଦ ସଭ୍ୟ ଭାନୁ ପ୍ରତାପ ସିଂ ମାଝୀ, ମାଲ୍ୟବନ୍ତ୍ ସୁନା ଏବଂ ମୁରଲୀ ଧର ଭୋଇ ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲାର ପାଞ୍ଚ ଗୋଟି ବ୍ଲକ ରୁ ଛାତ୍ର ଛାତ୍ରୀ ମାନେ ଯୋଗ ଦେଇ ଥିଲେ। ବିଦ୍ୟାର୍ଥୀ ମଧ୍ୟ ରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ଶେଷ ଦଳଗତ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ପ୍ରଥମ ତିନୋଟି ଦଳ ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବ କୁ ପ୍ରତିନିଧିତ୍ଵ କରିବା କାର୍ଯ୍ୟକ୍ରମ ରହିଅଛି।