-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଆଞ୍ଚଳିକ କୃଷକ ସଂଘଠନ ଝାରବନ୍ଧ ତରଫରୁ ମୁଖ୍ୟମନ୍ତ୍ରୀ ଙ୍କୁ ଛଅ ଦଫା ଦାବି ପ୍ରଦାନ

08-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)  ବରଗଡ଼ ଜିଲ୍ଲା ର ଉପାନ୍ତ ତଥା  ଅବହେଳିତ  ଝାରବନ୍ଧ ବ୍ଲକ ରେ ଚଳିତ ବର୍ଷ ନିଅଣ୍ଟିଆ ବର୍ଷା ଯୋଗୁଁ ଚାଷର ଅନ୍ତିମ ପର୍ଯ୍ୟାୟରେ ଦେଖାଦେଇଥିବା ଭୟଙ୍କର ମରୁଡି ପରିସ୍ଥିତି କୁ ନେଇ ଆଞ୍ଚଳିକ କୃଷକ ସଂଗଠନ, ଝାରବନ୍ଧ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟର ଛଅ ଦଫା ଦାବି ସମ୍ବଳିତ ଏକ ସ୍ମାରକ ପତ୍ର  ପ୍ରଦାନ କରାଯାଇଛି। ତହସିଲଦାରଙ୍କ ଅନୁପସ୍ଥିତରେ ସୁପରଭାଇଜର ନବୀନ ରାଉତ ଦାବି ପତ୍ର ଗ୍ରହଣ କରିଥିଲେ। ଆଞ୍ଚଳିକ କୃଷକ ସଂଗଠନ ଝାରବନ୍ଧ ତରଫରୁ ସ୍ଥାନୀୟ ଦୁର୍ଗା ମଣ୍ଡପରୁ ଚାଷୀମାନଙ୍କ ଏକ ଶୋଭାଯାତ୍ରା  ବିଭିନ୍ନ ସ୍ଳୋଗାନ ଦେଇ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପହଞ୍ଚିଥିଲା। ସଂଗଠନର ବ୍ଳକ ସଭାପତି କ୍ଷମାନିଧି ସାହୁଙ୍କ ସଭାପତିତ୍ବରେ ସେଠାରେ ଏକ ପ୍ରତିବାଦ ସଭା କରାଯାଇଥିଲା। ଚଳିତ ଖରିଫ ଋତୁରେ ଅନ୍ତିମ ପର୍ଯ୍ୟାୟରେ ବର୍ଷା ନହେବା କାରଣରୁ ଧାନ ଫସଲ ନଷ୍ଟ ହୋଇଗଲାଣି କିନ୍ତୁ ସରକାର ଓ ପ୍ରଶାସନ ସେ ଦିଗରେ କୌଣସି ପଦକ୍ଷେପ ନେଇ ନାହାଁନ୍ତି କି କ୍ଷୟକ୍ଷତିର ଆକଳନ ମଧ୍ୟ ଅଦ୍ୟାବଧି କରୁନାହାନ୍ତି। ଏ ଦିଗରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ବକ୍ତାମାନେ ମତପ୍ରଦାନ କରିଥିଲେ। ଝାରବନ୍ଧ ବ୍ଲକକୁ ସଂପୂର୍ଣ୍ଣ ମରୁଡ଼ି ଘୋଷଣା,  ଜଳସେଚନର ସ୍ଥାୟୀ ବ୍ଯବସ୍ଥା, କୃଷି କାର୍ଯ୍ଯ ପାଇଁ ବ୍ୟବହୃତ ବିଜୁଳି ସଂପୂର୍ଣ୍ଣ ଛାଡ, ପ୍ରତ୍ଯେକ ପରିବାର କୁ ୩୦୦ ୟୁନିଟ ବିଜୁଳି ବିଲ ଛାଡ, ସ୍କୁଲ କଲେଜ ପିଲାଙ୍କ ଫିଜ ଛାଡ, ଖଜଣା ଛାଡ, ଘରୋଇ ବିମା କଂପାନି ରିଲେସନ୍ସ ର ମନମୁଖୀ କାର୍ଯ୍ୟ ବନ୍ଦ କରି ସବୁ ଆବେଦନକୁ ମଞ୍ଜୁରୀ ଦେବା ଏବଂ ସ୍ଵାମିନାଥନ୍ କମିସନ୍ ଲାଗୁ କରିବା ନେଇ ଏମିତି ଛଅ ଦଫା ଦାବିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ଦିଆଯାଇଛି।ଏହି ଆନ୍ଦୋଳନ କାର୍ଯ୍ୟକ୍ରମ ରେ ଅନ୍ଯମାନଙ୍କ ମଧ୍ୟରେ ସନ୍ତୋଷ ବେହେରା, ଡୋଲାମଣି ଚୌଧୁରୀ, ବିଶ୍ବନାଥ ରଣା, ରସବିହାରୀ ସାହୁ, ଜୟ କିସାନ ଆନ୍ଦୋଳନ ର ଜିଲ୍ଲା ସାଧାରଣ ସଂପାଦକ ହର ବଣିଆଁ, ସଭାପତି ସୁଶୀଲ କୁମାର ସାହୁ ଯୋଗଦେଇ ଚାଷୀ ମାନଙ୍କ ସମସ୍ୟା ଓ ତାର ସମାଧାନ ଦିଗରେ ସରକାର ଏବଂ ପ୍ରଶାସନ ର ଦୃଷ୍ଟି ଆକର୍ଷଣ କରିଥିଲେ  । ଏହି ପ୍ରତିବାଦ ସଭାରେ କିଶୋର ସାହୁ  ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ ଓ ସଂଗଠକର ସମ୍ପାଦକ ରୋହିତ ମହାନନ୍ଦ ଦାବିପତ୍ର ପଠନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like