-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
10-Nov-2024
ଅଲ୍ ଇଣ୍ଡିଆ ଡ୍ୟାନ୍ସର ଆସୋସିଏସନ୍ ଓ ନରିଥୟଥି କଳାକ୍ଷେତ୍ରମ୍ ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ସଙ୍ଗୀତ ଓ ନୃତ୍ୟ ପ୍ରତିଯୋଗିତା ରାୟପୁର ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ପ୍ରତିଯୋଗିତା ରେ ବିଭିନ୍ନ ରାଜ୍ୟ ର ନୃତ୍ୟ ଅନୁଷ୍ଠାନ ଗୁଡ଼ିକ ଯୋଗଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ କଥକ,ମଣିପୁରୀ,ଓଡ଼ିଶୀ, କୁଚିପୁଡ଼ି ନୃତ୍ୟ ପରିବେଷଣ କରାଯାଇଥିଲା। ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ମୋଟ ୨୭୫ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମ ରାୟପୁର ର ରଙ୍ଗ ମନ୍ଦିର ଠାରେ ଅନୁଷ୍ଠିତ ହୋଇଥିଲା।
ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଭୁବନେଶ୍ଵର ର ନୃତ୍ୟ ଅନୁଷ୍ଠାନ "କଳିଙ୍ଗାୟନ ତୌର୍ୟତ୍ରିକମ" ର ଗୁରୁ ଶ୍ରୀମତି ପୁଷ୍ପିତା ମିଶ୍ର ଙ୍କୁ ଅଲ୍ ଇଣ୍ଡିଆ ଡ୍ୟାନ୍ସର ଆସୋସିଏସନ୍ ତରଫରୁ ନଟବର ଗୋପିକ୍ରିଷ୍ଣା ଜାତୀୟ ପୁରସ୍କାର ଓ ଲାଇଭ୍ ଟାଇମ୍ ଅଚିଭମେଣ୍ଟ ପୁରସ୍କାର ସମ୍ମାନିତ କରାଯାଇଥିଲା। ସେହି ଭଳି ଶୁଭେନ୍ଦୁ ଦାସ ଙ୍କୁ ନାଟ୍ୟ ମୟୁରମ୍ ପୁରସ୍କାର, ଦେବାଶିଷ ମହାପାତ୍ର ଙ୍କୁ ନୃତ୍ୟ ଲାଭରସାୟନ ପୁରସ୍କାର,ତାରିଣୀ ନାୟକ ,ଜ୍ୟୋତିର୍ମୟୀ ଷଡ଼ଙ୍ଗୀ ଏବଂ ଏମ୍ ଜେ କ୍ରିଷ୍ଣା ପରିଡ଼ା ଙ୍କୁ ନଟବର ଗୋପିକ୍ରିଷ୍ଣା ଜାତୀୟ ପୁରସ୍କାର ପ୍ରଦାନ କରାଯାଇଥିଲା।